ଜମି ଦଖଲକୁ ନେଇ ୨ ଗାଁ ମଧ୍ୟରେ ଗୋଷ୍ଠୀ ସଂଘର୍ଷ : ୧୮ ଅଭିଯୁକ୍ତ ଗଲେ ଜେଲ, ୪ ପ୍ଲାଟୁନ ଫୋର୍ସ ମୁତୟନ

ଦିଗପହଣ୍ଡି/ପାଟପୁର,୧୭।୧୦(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ):  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ପଞ୍ଚାୟତ ରତ୍ନମଣିପୁର ମୌଜା ରାସ୍ତାକଡରେ ଥିବା ମୂଲ୍ୟବାନ ଜମି ଦଖଲକୁ କେନ୍ଦ୍ରକରି ସିଙ୍ଗପୁର ଏବଂ ରତ୍ନମଣିପୁର ଗ୍ରାମବାସୀଙ୍କ ମଧ୍ୟରେ ଗୁରୁବାର ସନ୍ଧ୍ୟାରେ ଗୋଷ୍ଠୀ ସଂଘର୍ଷ ଘଟିଥିଲା। ବିବାଦୀୟ ଜମିରେ ଥିବା ସିମେଣ୍ଟ ପାଚେରୀ,ଅସ୍ଥାୟୀ ଟେଣ୍ଟ,ଯଜ୍ଞ ଶାଳାକୁ ସିଙ୍ଗପୁର ଗ୍ରାମର ଉତ୍ତେଜିତ ଲୋକେ ଭଙ୍ଗାରୁଜା କରିଥିଲେ। ପରେ ଗଣ୍ଡଗୋଳ ଯୋଗୁ ଉଭୟ ଗ୍ରାମର ଏକାଧିକ ବ୍ୟକ୍ତି ଆହାତ ହୋଇଥିଲେ। ଏହି ଘଟଣାରେ ଉଭୟପକ୍ଷ ପାଟପୁର ଥାନାରେ ଏତଲା ଦେଇଥିବା ବେଳେ ତହସିଲଦାର ମଧ୍ୟ ଏନେଇ ଏତଲା ଦେଇଛନ୍ତି। ଏତଲାକୁ ଭିତ୍ତିକରି ଥାନା ଆଇଆଇସି ଦୀପ୍ତି ରଞ୍ଜନ ବେହେରା ପୃଥକ ମାମଲା ନଂ. ୪୬୭/୨୫,୪୬୮/୨୫,୪୬୯/୨୫ ଅନୁଯାୟୀ ୩ ମକଦ୍ଦମା ରୁଜୁ କରି ସିଙ୍ଗପୁର ଗ୍ରାମର ୧୦ ଅଭିଯୁକ୍ତ ଏବଂ ରତ୍ନମଣିପୁର ଗ୍ରାମର ସମୁଦାୟ ୧୮ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ଶୁକ୍ରବାର ଅପରାହ୍ନରେ କୋର୍ଟ ଚାଲାଣ କରିଥିଲେ। ଜାମିନ ଆବେଦନ ନାମଞ୍ଜୁର ହେବାରୁ ସମସ୍ତ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବ ଜେଲ ହାଜତକୁ ପଠାଇ ଦିଆଯାଇଛି। ପଞ୍ଚାୟତର ଜମିକୁ ଦଖଲ ମୁକ୍ତ କରିବା ପାଇଁ ସିଙ୍ଗପୁର ଗ୍ରାମର ବହୁ ସଂଖ୍ୟକ ବ୍ୟକ୍ତି ଗୁରୁବାର ପୂର୍ବାହ୍ନ ପ୍ରାୟ ୧୧ ଟାରେ ସାନଖେମୁଣ୍ଡି ତହସିଲ କାର୍ଯ୍ୟାଳୟ ଘେରାଉ କରିଥିଲେ। ସେଠାରେ ପଞ୍ଚାୟତ ପକ୍ଷରୁ ବସଷ୍ଟାଣ୍ଡ, ମାର୍କେଟ କମ୍ପ୍ଲେକ୍ସ, ଯାତ୍ରୀ ବିଶ୍ରାମାଗାର,ସାଇକେଲ ଓ ବାଇକ ଷ୍ଟାଣ୍ଡ କରିବାକୁ ସିଙ୍ଗପୁର ଗ୍ରାମବାସୀ ଦାବି କରିଥିଲେ। ତହସିଲଦାର ରାମଚନ୍ଦ୍ର ପଟ୍ଟନାୟକ ଉକ୍ତ ବିବାଦୀୟ ଜମିକୁ ଖୁବ ଶୀଘ୍ର ଦଖଲ ମୁକ୍ତ କରାଯିବା ନେଇ ପ୍ରତିଶ୍ରୁତି ଦେବାପରେ ଗ୍ରାମବାସୀ ଫେରିଯାଇ ଅପରାହ୍ନରେ ବିବାଦୀୟ ଜମିରେ ରତ୍ନମଣିପୁର ଗ୍ରାମବାସୀ କରିଥିବା ସିମେଣ୍ଟ ପାଚେରୀ,ଅସ୍ଥାୟୀ ଟେଣ୍ଟ ,ଯଜ୍ଞ ଶାଳାକୁ ପୋଲିସ ଉପସ୍ଥିତିରେ ଭଙ୍ଗାରୁଜା କରିଥିଲେ। ଖବରପାଇ ରତ୍ନମଣିପୁର ଗ୍ରାମ ର ବହୁସଂଖ୍ୟକ ବ୍ୟକ୍ତି ସେଠାରେ ପହଞ୍ଚି ପ୍ରତିବାଦ କରିଥିଲେ। ଉଭୟ ପକ୍ଷ ଟେକା ପଥର ମାଡ କରିଥିଲେ। ପରେ ଡେଙ୍ଗାଓସ୍ତା ଗ୍ରାମ ଛକରେ ଉଭୟ ଗ୍ରାମବାସୀ ଟାୟାର ଜାଳି ରାସ୍ତା ଅବରୋଧ କରିଥିଲେ। ପୋଲିସ ବୁଝାସୁଝା କରିବା ପରେ ରାସ୍ତା ଅବରୋଧ ପ୍ରତ୍ୟାହୃତ ହୋଇଥିଲା। ବହୁ ସଂଖ୍ୟକ ବ୍ୟକ୍ତି ସେଠାରେ ଭିଡ଼ ଜମାଇବାରୁ ଗଣ୍ଡଗୋଳ ଆଶଙ୍କାରେ ପ୍ରଶାସନ ପକ୍ଷରୁ ସନ୍ଧ୍ୟାରେ ପୋଲିସ ପ୍ରଶାସନ ପକ୍ଷରୁ ୧୬୩ ଧାରା ଜାରି କରାଯାଇଥିଲା। ରତ୍ନମଣିପୁର ଏବଂ ଡେଙ୍ଗାଓସ୍ତା ଗ୍ରାମର କିଛି ବ୍ୟକ୍ତି ପଞ୍ଚାୟତ ଜମିକୁ ଅକ୍ତିଆର କରି ସେଠାରେ ଶ୍ରୀ ହନୁମାନଙ୍କ ମୂର୍ତ୍ତି ପ୍ରତିଷ୍ଠା କରିଛନ୍ତି। ସେଠାରେ ଥିବା ପଞ୍ଚାୟତର ବେବର୍ତ୍ତା ପୋଖରୀକୁ ଜବରଦସ୍ତ ପୋତି ଦେଇ ସେଠାରେ ଏକ ପାର୍କ କରିବାକୁ ଯୋଜନା କରିବାରୁ ସିଙ୍ଗପୁର ଗ୍ରାମବାସୀଙ୍କ ମଧ୍ୟରେ ଉତ୍ତେଜନା ପ୍ରକାଶ ପାଇଛି। ଉଭୟ ଗ୍ରାମରେ ଚାପା ଉତ୍ତେଜନା ଲାଗି ରହିଥିଲେ ମଧ୍ୟ ପରିସ୍ଥିତି ନିୟନ୍ତ୍ରଣାଧୀନ ଥିବା ଆଇଆଇସି କହିଛନ୍ତି।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?