Posted inଜାତୀୟ

ରାମ ନବମୀ ଶୋଭାଯାତ୍ରା: ୪ ରାଜ୍ୟରେ ହିଂସାକାଣ୍ଡ

ନୂଆଦିଲ୍ଲୀ,୧୧।୪: ରବିବାର ରାମ ନବମୀ ଶୋଭାଯାତ୍ର ବେଳେ ଗୁଜରାଟ, ପଶ୍ଚିମବଙ୍ଗ, ମଧ୍ୟପ୍ରଦେଶ ଏବଂ ଝାଡ଼ଖଣ୍ଡ ରାଜ୍ୟରେ ହିଂସାକାଣ୍ଡ ଘଟିଛି। ଏପରିକି ଘଟଣାସ୍ଥଳରେ ପୋଡାଜଳା ସହ ପଥର ମାଡ଼ ହୋଇଛି। ଗୁଜରାଟରେ ହିଂସାକାଣ୍ଡ ଉର୍ଗରୂପ ନେଇଥିବା ବେଳେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଏନେଇ ଅଞ୍ଚଳରେ ଅଶାନ୍ତ ପରିବେଶ ସୃଷ୍ଟି ହୋଇଛି।

ପୋଲିସ ଅଧିକାରୀଙ୍କ ସୂଚନା ମୁତାବକ, ରବିବାର ପବିତ୍ର ରାମ ନବମୀ ଅବସରରେ ବିଭିନ୍ନ ସଙ୍ଗଠନ ପକ୍ଷରୁ ଶୋଭାଯାତ୍ରା ବାହାରି ଥିଲା। ହେଲେ ମଧ୍ୟପ୍ରଦେଶର ଖାର୍ଗୋନ ଅଞ୍ଚଳରେ ହିଂସାକାଣ୍ଡ ଘଟିଛି। ଏନେଇ ପୋଲିସ ପ୍ରଶାସନ ପକ୍ଷରୁ ଅଞ୍ଚଳରେ କର୍ଫ୍ୟୁ ଜାରି କରାଯାଇଛି।

ସେହିପରି ଗୁଜୁରାଟର ଆନନ୍ଦ ଜିଲା ଅଧୀନ ଖମ୍ବତ ଏବଂ ସାବରକାନ୍ତ ଜିଲାର ହିମଟନଗରରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟିଛି। ଉଭୟ ସ୍ଥାନରେ ପଥର ମାଡ଼ ସାଙ୍ଗକୁ ପୋଡାଜଳା ଘଟିଥିବାର ସୂଚନା ମିଳିଛି। ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ପୋଲିସକୁ ଲୁହବୁହା ଗୁଳି ଚଳାଇଥିଲା। ଖମ୍ଭତ ହିଂସାକାଣ୍ଡରେ ଜଣେ ୬୦ ବର୍ଷ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି।

ଅନ୍ୟପକ୍ଷେ ପଶ୍ଚିମବଙ୍ଗର ଶିବପୁର ଅଞ୍ଚଳରେ ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ରାମ ନବମୀ ଶୋଭାଯାତ୍ରା ବାହାର କରାଯାଇଥିଲା। ସେତିକିବେଳେ ମାରପିଟ ସହ ପଥରମାଡରେ ଅନେକ ଆହତ ହୋଇଛନ୍ତି। ଶାନ୍ତିଶୃଙ୍ଖଳାକୁ ଦୃଷ୍ଟିରେ ରଖି ଅଞ୍ଚଳରେ ପୋଲିସ ଫୋର୍ସ ମୁତୟନ କରାଯାଇଛି। ଅନ୍ୟପକ୍ଷେ ଶୋଭାଯାତ୍ରାରେ ପୋଲିସ ଜନତାଙ୍କୁ ଆକ୍ରମଣ କରିଥିବା ଭାଜପା ପକ୍ଷରୁ ଅଭିଯୋଗ ହୋଇଛି। ଏହି ଘଟଣାକୁ ବିରୋଧୀଦଳ ନେତା ଶୁଭେନ୍ଦୁ ଅଧିକାରୀ ବିଧାନସଭାର ଉଠାଇବେ ବୋଲି କହିଛନ୍ତି।

ଏପରିକି ଝାଡଖଣ୍ଡ ଲୋହାଡାଗା ଅଞ୍ଚଳରେ ମଧ୍ୟ ରାମ ନବମୀ ଶୋଭାଯାତ୍ରା ବେଳେ ଟେକାପଥର ମାଡ଼ ହୋଇଛି। ଏଥିରେ ୩ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

ମହିଳା ଟି୨୦ ବିଶ୍ୱକପ୍‌: ପାକିସ୍ତାନ ସମ୍ମୁଖରେ ୧୭୧ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ

ବର୍ମିଂହାମ,୧୪ା୬: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ରବିବାର ଖେଳାଯାଉଥିବା ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଭାରତ ଓ ପାକିସ୍ତାନ ପରସ୍ପରକୁ ଭେଟିଛନ୍ତି। ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri