ସୁନ୍ଦରଗଡ଼ରେ ଗୋଷ୍ଠୀ ସଂଘର୍ଷ: ରାଉରକେଲା, ରାଜଗାଙ୍ଗପୁରକୁ ବଢ଼ିଲା ଇଣ୍ଟରନେଟ୍ କଟକଣା

ସୁନ୍ଦରଗଡ଼,୧୬ା୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ସହରର ରିଜେଣ୍ଟ ମାର୍କେଟ ଅଞ୍ଚଳରେ ଗୋମାଂସ ବିକ୍ରିକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ଭୟାବହ ସଂଘର୍ଷ ଘଟିଛି। ଏହି ହିଂସାକାଣ୍ଡରେ ପୋଲିସ କର୍ମଚାରୀଙ୍କ ସମେତ ୧୨ ଜଣ ଆହତ ହୋଇଥିବା ବେଳେ ସହରରେ ଉତ୍ତେଜନାପୂର୍ଣ୍ଣ ସ୍ଥିତି ସୃଷ୍ଟି କରିଥିଲା। ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି।

ସହରରେ ଭାରତୀୟ ନ୍ୟାୟ ସଂହିତା (BNS) ର ୧୬୩ ଧାରା (ପୂର୍ବରୁ ୧୪୪ ଧାରା) ଜାରି କରାଯାଇଛି। ଗୁରୁବାର ସନ୍ଧ୍ୟା ୬ଟାରୁ ୨୪ ଘଣ୍ଟା ପାଇଁ ସହରରେ ଇଣ୍ଟରନେଟ୍ ସେବାକୁ ସଂପୂର୍ଣ୍ଣ ବନ୍ଦ କରାଯାଇଛି। ଶୁକ୍ରବାର ସୁନ୍ଦରଗଡ଼ ସହରର ସମସ୍ତ ସ୍କୁଲ, କଲେଜ ଓ ଶିକ୍ଷାନୁଷ୍ଠାନ ବନ୍ଦ ରହିବାକୁ ନିର୍ଦ୍ଦେଶ ଦିଆଯାଇଥିଲା ବେଳେ ରାଜଗାଙ୍ଗପୁର ଓ ରାଉରକେଲା ସହରରେ ମଧ୍ୟ କଟକଣା ଲଗାଯାଇଛି।

ସହରରେ ୧୦ ପ୍ଲାଟୁନ୍ ପୋଲିସ ଫୋର୍ସ ମୁତୟନ କରାଯାଇଛି। ରାଜଗାଙ୍ଗପୁର ଓ ରାଉରକେଲା ସହରରେ ମଧ୍ୟ କଟକଣା ଲଗାଯାଇଛି। ଗୋଟିଏ ସ୍ଥାନରେ ୫ ଜଣରୁ ଅଧିକ ଏକାଠି ହେବାକୁ ବାରଣ କରାଯାଇଛି।

ରିପୋର୍ଟ ଅନୁସାରେ ଗୁରୁବାର ପୂର୍ବାହ୍ନରେ ରିଜେଣ୍ଟ ମାର୍କେଟରେ ଗୋମାଂସ ବିକ୍ରି ହେଉଥିବା ଖବର ପାଇ କିଛି ସ୍ଥାନୀୟ ଯୁବକ ଏହାକୁ ବିରୋଧ କରିଥିଲେ। ପରେ ଅପରାହ୍ନ ପ୍ରାୟ ୨:୩୦ ବେଳକୁ ସ୍ଥିତି ଅଣାୟତ୍ତ ହୋଇଥିଲା।

ଉଭୟ ଗୋଷ୍ଠୀ ପକ୍ଷରୁ ପରସ୍ପର ଉପରକୁ ଢେଲା, ପଥର ଓ ଠେଙ୍ଗା ମାଡ଼ ହେବା ସହ ଖଣ୍ଡା ବୁଲିଥିଲା। ଏହି ସଂଘର୍ଷରେ ଏକ କାର୍, ସ୍କୁଟି ଓ ପିକ୍-ଅପ୍ ଭ୍ୟାନ୍‌ ସମେତ ଅନେକ ଦୋକାନ ବଜାର ଭଙ୍ଗାରୁଜା ଓ ପୋଡ଼ାଜଳା କରାଯାଇଛି।

ଏଥିରେ ରିଙ୍କୁ ପଟେଲ ନାମକ ସମେତ ୪ ଜଣ ପୋଲିସ କର୍ମଚାରୀ ମଧ୍ୟ ଆହତ ହୋଇଛନ୍ତି। ପୋଲିସ ଅଧିକାରୀ ପ୍ରତାପ କାଲୋଙ୍କ ଅଭିଯୋଗ ଅନୁଯାୟୀ, ପ୍ରାୟ ୧୦୦ରୁ ଅଧିକ ଲୋକ ମାରଣାସ୍ତ୍ର ଧରି ଆକ୍ରମଣ କରିଥିଲେ।

ଡିଆଇଜି ବ୍ରିଜେଶ ରାୟ, ଜିଲାପାଳ ଶୁଭଙ୍କର ମହାପାତ୍ର ଏବଂ ଏସପି ଅମ୍ରିତ ପାଲ କୌର ନିଜେ ଘଟଣାସ୍ଥଳ ବୁଲି ସ୍ଥିତି ଅନୁଧ୍ୟାନ କରୁଛନ୍ତି। ସହରର ପ୍ରବେଶ ପଥରେ କଡ଼ା ଚେକିଂ କରାଯାଉଛି ଯେପରି ବାହାର ଲୋକ ପ୍ରବେଶ କରି ବିଶୃଙ୍ଖଳା ସୃଷ୍ଟି ନ କରିବେ। ଡିଆଇଜି ସହରବାସୀଙ୍କୁ ଶାନ୍ତି ବଜାୟ ରଖିବାକୁ ଏବଂ ସ୍ୱାଭାବିକ ପରିସ୍ଥିତି ଫେରାଇ ଆଣିବାରେ ସହଯୋଗ କରିବାକୁ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟବସାୟୀ ହତ୍ୟା ଘଟଣାର ଫିଟିଲା ଗୁମର: ବଡ଼ଭାଇ ସୁପାରି ଦେଇ…

ବଲାଙ୍ଗୀର,୧୭/୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ତେଲ ନଦୀ ବ୍ରିଜ ତଳୁ ଜାନୁଆରୀ ଏକ ମୃତଦେହ ଉଦ୍ଧାର କରାଯାଇଥିଲା। ଏହି ମୃତ୍ୟୁ ଘଟଣାର ପର୍ଦ୍ଦାଫାଶ...

ରାଜ୍ୟର ସବୁ ଥଣ୍ଡା ସହର ଜି.ଉଦୟଗିରି: ଜନଜୀବନ ଅସ୍ତବ୍ୟସ୍ତ

ଜି.ଉଦୟଗିରି,୧୭।୧(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଚଳିତ ଶୀତ ଋ଼ତୁରେ ଓଡ଼ିଶାରେ ସବୁଠାରୁ କମ ତାପମାତ୍ରା ଓ ଶୀତଳତମ ସହର କନ୍ଧମାଳ ଜିଲାର ଜି.ଉଦୟଗିରି। ହାଡ଼ଭଙ୍ଗା ଶୀତରେ...

ଦେବୀ ପ୍ରସାଦଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି: ଛୁଟିଲା ଶୁଭେଚ୍ଛାର ସୁଅ

ରାଇକିଆ,୧୭।୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ବିଜୁ ଜନତା ଦଳର ନୂତନ ଭାବେ ନଗର ଏବଂ ବ୍ଲକ ସଭାପତିଙ୍କ ନାମ ଘୋଷଣା କରାଯାଇଛି । ବିଜୁ ଜନତା...

ଯୁଦ୍ଧ ଆଶଙ୍କା ଭିତରେ ଇରାନକୁ ପ୍ରଶଂସା କଲେ ଟ୍ରମ୍ପ: କହୁ କହୁ କହିଦେଲେ…

ଓ୍ବାଶିଂଟନ୍‌,୧୭।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶୁକ୍ରବାର ଇରାନକୁ ପ୍ରଶଂସା କରିଛନ୍ତି। ଏକ ଅସାଧାରଣ ପଦକ୍ଷେପ ନେଇ ଇରାନ ସରକାରଙ୍କୁ ଶହ ଶହ ରାଜନୈତିକ କଏଦୀଙ୍କ...

ଜବରଦଖଲ ଉଚ୍ଛେଦ ଘଟଣା: ଛଦ୍ମବେଶୀ ବ୍ୟବସାୟୀଙ୍କ ଆବେଦନ ଯୋଗୁ ବଢୁଛି ସମସ୍ୟା

ଦାରିଙ୍ଗବାଡି, ୧୭।୧ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିଠାରେ ଉଠା ଦୋକାନୀଙ୍କ ଥଇଥାନ ପାଇଁ ଗ୍ରାମପଞ୍ଚାୟତ କାର୍ଯ୍ୟାଳୟ ଓ ବ୍ଲକ କାର୍ଯ୍ୟାଳୟ ପାଇଁ ଚାଲେଞ୍ଜ ରହିଛି।...

ଗୋମାଫିଆଙ୍କ ଘରେ ରେଡ୍‌: ବିଡ଼ା ବିଡ଼ା ଟଙ୍କା ଦେଖି ସମସ୍ତେ ତାଜୁବ

ଭଦ୍ରକ, ୧୭।୧(ସନାତନ ରାଉତ): ଅବୈଧ ଗୋ ଚାଲାଣ ଅଭିଯୋଗରେ କେନ୍ଦୁଝର ପୋଲିସ ଭଦ୍ରକ ପୁରୁଣା ବଜାର ଥାନାରେ ମୁଲ୍ଲା ସାହିରେ ଶେଖ ତାଜଉଦ୍ଦିନ ଘରେ ଚଢ଼ାଉ...

ଅସହ୍ୟ ଜାଡ଼: ପାଣିରେ ହାତ ଦେବା ହୋଇପଡ଼ୁଛି କଷ୍ଟ

ଦାରିଙ୍ଗବାଡି,୧୭।୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ ଜାଡ଼ ଜାରି ରହିଛି। ମଧ୍ୟରାତ୍ରିରୁ ଜାଡ଼ ବୃଦ୍ଧି ପାଇବା ସହ ଦିନ ୧୧ ପର୍ଯ୍ୟନ୍ତ ଥରାଉଛି। ଫଳରେ...

ବିବାହ ନ କରିବାରୁ ପ୍ରେମିକାଙ୍କୁ ସ୍ପିରିଟ ଢାଳି ନିଆଁ ଲଗାଇ ଦେଇଥିଲେ ପ୍ରେମିକ, ଘଟଣାରେ ପ୍ରେମିକଙ୍କୁ ହେଲା ଆଜୀବନ ଜେଲ ଦଣ୍ଡ

ଛତ୍ରପୁର, ୧୭।୧ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଜଣେ ପ୍ରେମିକ ବିବାହ ନ କରିବାରୁ ପ୍ରେମିକାଙ୍କୁ ସ୍ପିରିଟ ଢାଳି ନିଆଁ ଲଗାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri