Posted inଜାତୀୟ

ସାମ୍ପ୍ରଦାୟିକ ରାଜନୀତି ଦେଶ ପାଇଁ ବଡ଼ ବିପଦ

ବେଙ୍ଗାଲୁରୁ,୨୮ା୫: ବଂଶବାଦ ରାଜନୀତି ଅପେକ୍ଷା ସାମ୍ପ୍ରଦାୟିକ ରାଜନୀତି ଭାରତର ଭବିଷ୍ୟତ ଲାଗି ସବୁଠୁ ବଡ଼ ବିପଦ ବୋଲି କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଜେଡିଏସ୍‌ ନେତା ଏଚ୍‌.ଡି. କୁମାରସ୍ବାମୀ ଶୁକ୍ରବାର କହିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ହାଇଦ୍ରାବାଦରେ ଏକ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେବା ଅବସରରେ ଦଳରେ ବଂଶବାଦ ଜାତୀୟ ସ୍ବାର୍ଥ ବିରୋଧୀ ବୋଲି ସତର୍କ କରାଇଥିଲେ। ଏହାର ଜବାବରେ କୁମାରସ୍ବାମୀ ଉପରୋକ୍ତ ମତ ରଖିଛନ୍ତି। କଂଗ୍ରେସ ଦୁର୍ବଳ ହେବା ପରେ ଏବେ ଆଞ୍ଚଳିକ ଦଳଗୁଡ଼ିକ ଭାଜପାର ସାମ୍ପ୍ରଦାୟିକ ରାଜନୀତିର ପ୍ରତିରୋଧ କରିବାରେ ମୁଖ୍ୟ ଭୂମିକା ନେବାକୁ ଯାଉଛନ୍ତି। ତେଣୁ ପ୍ରଧାନମନ୍ତ୍ରୀ ବଂଶବାଦ ରାଜନୀତି ଉପରେ ଆକ୍ରମଣ କରି ପରୋକ୍ଷରେ ଦେଶର ଆଞ୍ଚଳିକ ଦଳଗୁଡ଼ିକୁ ଦୁର୍ବଳ କରିବା ଲାଗି ଉଦ୍ୟମ କରୁଥିବା କୁମାରସ୍ବାମୀ ସୋସିଆଲ ମିଡିଆ ବାର୍ତ୍ତାରେ ଉଲ୍ଲେଖ କରିଛନ୍ତି। କ୍ଷମତା ଦଖଲ କରିବା ଲାଗି ରାଜନୈତିକ ଦଳଗୁଡ଼ିକ ଭାବାତ୍ମକ ପ୍ରସଙ୍ଗ ଉଠାଉଛନ୍ତି, ଯାହା ବାସ୍ତବରେ ଗଣତନ୍ତ୍ର ଓ ସାମ୍ବିଧାନିକ ମୂଲ୍ୟବୋଧ ପ୍ରତି ବିପଦ ବୋଲି କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ କହିଛନ୍ତି।
ପ୍ରଧାନମନ୍ତ୍ରୀ ମୋଦି ଗୁରୁବାର ତେଲଙ୍ଗାନା ଗସ୍ତରେ ଯାଇ ସେଠାର ଶାସକ ଦଳ ଟିଆର୍‌ଏସ୍‌ ଏବଂ ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓଙ୍କୁ ଟାର୍ଗେଟ କରିଥିଲେ। ଯେଉଁଠି ବଂଶବାଦ ରାଜନୀତି ବନ୍ଦ ହୋଇଛି, ସେଠାରେ ବିକାଶ ଓ ଅଭିବୃଦ୍ଧି ହୋଇଛି। ପରିବାର ରାଜନୀତି ଗଣତନ୍ତ୍ର ପାଇଁ ବିପଦ। ପରିବାରୀ ଦଳ କ୍ଷମତାକୁ ଆସିବା ପରେ କ୍ଷମତାରେ ଲିପ୍ତ ହୋଇଯାଆନ୍ତି। ଦୀର୍ଘଦିନ ପର୍ଯ୍ୟନ୍ତ କ୍ଷମତା ଜାବୁଡ଼ି ଧରିବାକୁ ସେମାନେ ଚାହାନ୍ତି ବୋଲି ମୋଦି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

Rare Solar Eclipse: ୧୦୦ବର୍ଷ ପରେ ଅତି ବିରଳ ସୂର୍ଯ୍ୟ ପରାଗ, ଦିନ ୧୨ଟାରେ ଭାରତରେ ଘୋଟିଯିବ କିଟକିଟ ଅନ୍ଧାର! ପକ୍ଷୀମାନେ କରିବେ…

ଆଗକୁ ଏକ ଏମିତି ସୂର୍ଯ୍ୟପରାଗ ଆସୁଛି ଯାହା ସମସ୍ତଙ୍କୁ ଚମକାଇ ଦେବ । ଦିନ ୧୨ଟାରେ ସବୁକିଛି ଅନ୍ଧାର ହୋଇଯିବ । ଦିନ ହଠାତ୍ ରାତିରେ ପରିଣତ…

୧୦ ଉଇକେଟରେ ଜିତିଲା ନ୍ୟୁଜିଲାଣ୍ଡ

ଚେନ୍ନାଇ,୧୦ା୨- ଟି୨୦ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୧୦ ଉଇକେଟରେ ୟୁଏଇକୁ ପରାସ୍ତ କରିଛି। ୟୁଏଇ ଦ୍ୱାରା ଧାର୍ଯ୍ୟ ୧୭୪ ରନ୍‌ର ଟାର୍ଗେଟ୍‌କୁ ଟିମ୍‌ ସିଫର୍ଟ…

ଭାରତରେ କଠୋର ହେଲା AI ନିୟମ: ୩ ଘଣ୍ଟା ମଧ୍ୟରେ ହଟାଯିବ ଏସବୁ ପୋଷ୍ଟ

ନୂଆଦିଲ୍ଲୀ,୧୦।୨: AI ଏବଂ ଡିପଫେକ୍’ର ଅପବ୍ୟବହାର ରୋକିବା ପାଇଁ ଭାରତ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ନୂତନ ଆଇଟି ନିୟମ ଅନୁଯାୟୀ, ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri