Posted inଜାତୀୟ

ସାମ୍ପ୍ରଦାୟିକ ଉତ୍ତେଜନା: ସ୍କୁଲ ବନ୍ଦ,ଇଣ୍ଟରନେଟ୍‌ ସେବା ବନ୍ଦ

ଉଦୟପୁର,୧୭।୮: ରାଜସ୍ଥାନର ଉଦୟପୁର ସହରର ଏକ ସରକାରୀ ସ୍କୁଲ୍‌ରେ ଶୁକ୍ରବାର ୨ ଭିନ୍ନ ସମ୍ପ୍ରଦାୟର ଛାତ୍ରଙ୍କ ମଧ୍ୟରେ ବଚସାରୁ ଦଶମ ଶ୍ରେଣୀରେ ପଢ଼ୁଥିବା ଜଣେ ହିନ୍ଦୁ ଛାତ୍ରଙ୍କୁ ଭିନ୍ନ ସମ୍ପ୍ରଦାୟର ସହପାଠୀ ଛୁରାମାଡ଼ କରିଥିଲେ। ଏହାକୁ ନେଇ ଉକ୍ତ ଅଞ୍ଚଳରେ ସାମ୍ପ୍ରଦାୟିକ ଉତ୍ତେଜନା ସୃଷ୍ଟି ହୋଇଛି। ପରିସ୍ଥିତିକୁ ଦୃଷ୍ଟିରେ ରଖି ଉଦୟପୁର ଏବଂ ଏହାର ଆଖପାଖ ଅଞ୍ଚଳରେ ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ଇଣ୍ଟରନେଟ ବନ୍ଦ ରହିଛି। ଏହାସହ ସ୍କୁଲ ବନ୍ଦ ଘୋଷଣା କରାଯାଇଛି।

ସୁରଜପୋଲ୍‌ ଥାନା ଅଞ୍ଚଳରେ ପୂର୍ବାହ୍ନ ୧୦ଟା ୩୦ରେ ଛୁରାମାଡ଼ ଘଟଣା ଘଟିଥିଲା। ହିନ୍ଦୁ ସଂଗଠନ ପକ୍ଷରୁ ସହରର ମାର୍କେଟ ଅଞ୍ଚଳରେ ଥିବା ଦୋକାନବନ୍ଦାର ବନ୍ଦ କରାଯାଇଥିଲା। ଏହାର କିଛି ସମୟ ପରେ ଉତ୍ତ୍ୟକ୍ତ ଲୋକେ ଟେକାମାଡ଼ କରିବା ସହ ଗାଡ଼ି ପୋଡ଼ାଜଳା କରିବାରୁ ପ୍ରଶାସନ ପକ୍ଷରୁ କଟକଣା ଜାରି ହୋଇଛି। ଚିକିତ୍ସା ପରେ ଆହତ ଛାତ୍ରଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବାବେଳେ ସ୍ଥିତି ନିୟନ୍ତ୍ରଣାଧୀନ ଥିବା ପୋଲିସ କହିଛି। ଆକ୍ରମଣ କରିଥିବା ଛାତ୍ର ଫେରାର ହୋଇଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାକାଶରେ ହୋଇପାରେ ଜୋରଦାର ବିସ୍ଫୋରଣ! ଭାରତର ୨୦ରୁ ୨୨ ସାଟେଲାଇଟ୍‌ ଉପରେ…

ନୂଆଦିଲ୍ଲୀ,୬।୮: ଲୋକ ସଭାରେ ସରକାର ଜଣାଇଛନ୍ତି ଯେ ଭାରତର ଲୋ ଅର୍ଥ ଅରବିଟ୍ (LEO)ରେ କାର୍ଯ୍ୟରତ ୨୨ଟି ସକ୍ରିୟ ସାଟେଲାଇଟ୍ (ଉପଗ୍ରହ) ମଧ୍ୟରୁ ୨୦ଟି ଉପରେ ଧକ୍କା…

ବଡ଼ ଦୁର୍ଘଟଣା: ଭୁଶୁଡ଼ି ପଡ଼ିଲା ଶହେ ବର୍ଷ ପୁରୁଣା କୋଠା, ଗୋଟିଏ ପରିବାରର ୬ ମୃତ

ଲକ୍ଷ୍ନୌ,୬।୮: ଉତ୍ତରପ୍ରଦେଶର ପ୍ରତାପଗଡ଼ରେ ଏକ ବଡ଼ ଦୁର୍ଘଟଣା ଘଟିଛି। ନଗର କୋତବାଲି ଅନ୍ତର୍ଗତ ମହୁଲି ନିକଟରେ ଏକ ଶହେ ବର୍ଷ ପୁରୁଣା ଜର୍ଜର ଘର ହଠାତ୍‌ ଭୁଶୁଡ଼ି…

ସରକାରଙ୍କ ବିରୋଧରେ ସାଂଘାତିକ ଅଭିଯୋଗ ଆଣିଲେ ସୋନମ ୱାଙ୍ଗଚୁକ, କହିଲେ- ସେଦିନ ରାତିରେ…

ନୂଆଦିଲ୍ଲୀ,୬।୮: NEET ପେପର ଲିକ ଘଟଣା ଏବଂ ଛାତ୍ରୀଛାତ୍ରଙ୍କ ପ୍ରତିବାଦକୁ ସମର୍ଥନ କରି ୨୬ ଦିନ ଧରି ଅନଶନ କରିଥିବା ପ୍ରସିଦ୍ଧ ପରିବେଶବିତ୍‌ ସୋନମ ୱାଙ୍ଗଚୁକ ନିଜର…

ତେଲ ବଜାରରେ ବଡ଼ ହଲଚଲ: ଜାରି ହେଲା ପେଟ୍ରୋଲ- ଡିଜେଲର ନୂଆ ଦାମ୍‌,ଦେଖନ୍ତୁ…

ନୂଆଦିଲ୍ଲୀ,୬।୮: ସରକାରୀ ତେଲ କମ୍ପାନୀଗୁଡ଼ିକ ଆଜି ଅର୍ଥାତ୍‌ ଅଗଷ୍ଟ ୬ ତାରିଖ ପାଇଁ ପେଟ୍ରୋଲ ଏବଂ ଡିଜେଲର ତାଜା ଦାମ୍‌ ଜାରି କରିଛନ୍ତି। ଆଜି ଦେଶର ଅଧିକାଂଶ…

୧୨ରେ ରାଜ୍ୟ କ୍ୟାବିନେଟ: ଏହି ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୬ା୮(ରବିନାରାୟଣ ଜେନା): ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୧୨ରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବା ଭବନର ତୃତୀୟ…

ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଭବାନୀପାଟଣା,୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ…

ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ…

ବିନା ଲାଇସେନ୍ସରେ ବିକ୍ରି ହେଉଥିଲା ବିଦେଶୀ ମଦ, ଫାଷ୍ଟଫୁଡ୍ ଦୋକାନରେ ଚଢ଼ାଉ କରି ଧରିଲା ପୋଲିସ

ଦିଗପହଣ୍ଡି,୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ଛକରେ ଥିବା ସମୀର ରାଉତଙ୍କ ଫାଷ୍ଟଫୁଡ୍ ଦୋକାନରୁ ୫୮ ବୋତଲ ବିଦେଶୀ ମଦ ଜବତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri