ଭଞ୍ଜନଗର ବନ୍ଦ ସଫଳ: ୨ ଗୋଷ୍ଠୀ ଅଲଗା ଅଲଗା କଲେ ଆନ୍ଦୋଳନ

ଭଞ୍ଜନଗର,୧୭।୭(ବାବୁଲା ପ୍ରଧାନ):ବାଲେଶ୍ୱର ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଆତ୍ମହତ୍ୟାକୁ ନେଇ ରାଜ୍ୟ ରାଜନୀତି ପଡୁଛିଉଠୁଛି। ଏହିଭଳି ପରିସ୍ଥିତିରେ ଗୁରୁବାର କଂଗ୍ରେସ ସମେତ ୮ଟି ରାଜନୈତିକ ଦଳ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ଦିଆଯାଇଥିଲା। ଏହାର ପ୍ରଭାବ ମଧ୍ୟ ଭଞ୍ଜନଗରରେ ଦେଖିବାକୁ ମିଳିଛି।
ଭଞ୍ଜନଗର ବନ୍ଦ ଶାନ୍ତିପୂର୍ଣ୍ଣ ଭାବେ ସଫଳ ହୋଇଛି। ସରକାରୀ କାର୍ଯ୍ୟାଳୟ, ଦୋକାନ, ବଜାର ବନ୍ଦ ଥିଲା। କିନ୍ତୁ କଂଗ୍ରେସଗର ଦୁଇଟିଗୋଷ୍ଠୀ ଅଲଗା ଅଲଗା ବନ୍ଦ ସଫଳ ପାଇଁ ଚେଷ୍ଟା କରିଥିଲେ। ନିକଟରେ ବିଜେଡ଼ି ଛାଡ଼ି କଂଗ୍ରେସରେ ମିଶିଥିବା ପୂର୍ବତନ ଭଞ୍ଜନଗର ବ୍ଲକ ଯୁବ ବିଜେଡ଼ି ସଭାପତି କୁଲୁ ଭୂୟାଁଙ୍କ ନେତୃତ୍ୱରେ ତାଙ୍କ ସମର୍ଥକମାନେ ବାଉଁଶଲୁଣ୍ଡି ବାଇପାସ ଛକରୁ ଏକ ରାଲିରେ ବାହାରି ଲୋକଙ୍କୁ ବନ୍ଦକୁ ସମର୍ଥନ କରିବା ପାଇଁ ସହଯୋଗ କାମନା କରିଥିଲେ। ଏଥିସହ କୁଲୁ ସମର୍ଥକ ବାଉଁଶ ଲୁଣ୍ଡି ବାଇପାସ ଛକରେ ଆଜି ଅପରାହ୍ନ ୩ଟା ପର୍ଯ୍ୟନ୍ତ ଆନ୍ଦୋଳନ ଚଳାଇଛନ୍ତି। ସେହିଭଳି ପ୍ରଶାନ୍ତ ବିଷୋୟୀଙ୍କ ନେତୃତ୍ୱରେ ଆଉ ଗୋଟିଏ ଗୋଷ୍ଠୀ ଅଲଗା ସହରରେ ବୁଲି ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଏଥିସହ ଲୋକଙ୍କୁ ବନ୍ଦକୁ ସମର୍ଥନ ଦେବାପାଇଁ ନିବେଦନ କରିଥିଲେ। ଦୀର୍ଘଦିନ ପରେ ଭଞ୍ଜନଗର କଂଗ୍ରେସ ଆନ୍ଦୋଳନରେ ଟିକେ ଅଧିକ ଭିଡ ଥିବା ଦେଖିବାକୁ ମିଳିଥିଲା। ଉଭୟ ଆନ୍ଦୋଳନରେ କୁଲୁ ଭୂୟାଁ, ପ୍ରଶାନ୍ତ ବିଷୋୟୀ, ବାମପନ୍ଥୀ ନେତା ସୋମନାଥ ନାୟକ, ଅଭିମନ୍ୟୁ ଗୌଡ଼ ପ୍ରମୁଖ ସାମିଲ ଥିଲେ।

୧୨ ଘଣ୍ଟିଆ ବନ୍ଦ ଶାନ୍ତିପୂର୍ଣ୍ଣ ଭାବେ ପାଳନ କରାଯାଇଛି। କୌଣସି ସ୍ଥାନରେ ହିଂସାକାଣ୍ଡ ଘଟି ନଥିବା ଜଣାପଡିଛି। କମ୍ୟୁନିଷ୍ଟ ପାର୍ଟି ନେତା ଏବଂ କଂଗ୍ରେସ କର୍ମୀମାନେ ଭଞ୍ଜନଗର ସହରର ସମସ୍ତ ପ୍ରବେଶ ପଥ ଯଥା ବେଲଗୁଣ୍ଠା ରୋଡ଼, ବ୍ଲକ ଛକ, ଚକରା ବିଷୋୟୀ ବାଇପାସ ରୋଡ଼, ବଡ଼ କୋଦଣ୍ଡା ଛକ ଗୁଡିକରେ ପିକେଟିଂ କରିବା ସହ ସମସ୍ତ ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ,ବ୍ୟାଙ୍କ, ପୋଷ୍ଟ ଅଫିସ ଆଦି ବନ୍ଦ କରିଥିଲେ। ପ୍ରଗତିଶୀଳ ଗଣତାନ୍ତ୍ରିକ ସାମ୍ମୁଖ୍ୟର ଆବାହକ ଓ ବରିଷ୍ଠ ଆଇନଜୀବି ସୋମନାଥ ନାୟକ, କଂଗ୍ରେସ ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ କୁମାର ବିଷୋୟୀ, ପିସିସି ସଭ୍ୟ ଦେବୀ ପ୍ରସାଦ ବିଷୋୟୀ,ସୁକାନ୍ତ କୁମାର ଦିଗାଲ,ବିଦ୍ୟାଧର ପ୍ରଧାନ,କୁଲୁ ଭୂୟାଁ, ଆଇନଜୀବୀ ଅଭିମନ୍ୟୁ ଗୌଡ଼,ସିପିଆଇ(ଏମ-ଏଲ)ର ଜିଲ୍ଲା ସମ୍ପାଦକ ନିରାକାର ନାୟକ ଓ ଅନ୍ୟମାନେ ବିଭିନ୍ନ ସ୍ଲୋଗାନ ଦେଇ ସହର ପରିକ୍ରମା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri