ଭଞ୍ଜନଗର ବନ୍ଦ ସଫଳ: ୨ ଗୋଷ୍ଠୀ ଅଲଗା ଅଲଗା କଲେ ଆନ୍ଦୋଳନ

ଭଞ୍ଜନଗର,୧୭।୭(ବାବୁଲା ପ୍ରଧାନ):ବାଲେଶ୍ୱର ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଆତ୍ମହତ୍ୟାକୁ ନେଇ ରାଜ୍ୟ ରାଜନୀତି ପଡୁଛିଉଠୁଛି। ଏହିଭଳି ପରିସ୍ଥିତିରେ ଗୁରୁବାର କଂଗ୍ରେସ ସମେତ ୮ଟି ରାଜନୈତିକ ଦଳ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ଦିଆଯାଇଥିଲା। ଏହାର ପ୍ରଭାବ ମଧ୍ୟ ଭଞ୍ଜନଗରରେ ଦେଖିବାକୁ ମିଳିଛି।
ଭଞ୍ଜନଗର ବନ୍ଦ ଶାନ୍ତିପୂର୍ଣ୍ଣ ଭାବେ ସଫଳ ହୋଇଛି। ସରକାରୀ କାର୍ଯ୍ୟାଳୟ, ଦୋକାନ, ବଜାର ବନ୍ଦ ଥିଲା। କିନ୍ତୁ କଂଗ୍ରେସଗର ଦୁଇଟିଗୋଷ୍ଠୀ ଅଲଗା ଅଲଗା ବନ୍ଦ ସଫଳ ପାଇଁ ଚେଷ୍ଟା କରିଥିଲେ। ନିକଟରେ ବିଜେଡ଼ି ଛାଡ଼ି କଂଗ୍ରେସରେ ମିଶିଥିବା ପୂର୍ବତନ ଭଞ୍ଜନଗର ବ୍ଲକ ଯୁବ ବିଜେଡ଼ି ସଭାପତି କୁଲୁ ଭୂୟାଁଙ୍କ ନେତୃତ୍ୱରେ ତାଙ୍କ ସମର୍ଥକମାନେ ବାଉଁଶଲୁଣ୍ଡି ବାଇପାସ ଛକରୁ ଏକ ରାଲିରେ ବାହାରି ଲୋକଙ୍କୁ ବନ୍ଦକୁ ସମର୍ଥନ କରିବା ପାଇଁ ସହଯୋଗ କାମନା କରିଥିଲେ। ଏଥିସହ କୁଲୁ ସମର୍ଥକ ବାଉଁଶ ଲୁଣ୍ଡି ବାଇପାସ ଛକରେ ଆଜି ଅପରାହ୍ନ ୩ଟା ପର୍ଯ୍ୟନ୍ତ ଆନ୍ଦୋଳନ ଚଳାଇଛନ୍ତି। ସେହିଭଳି ପ୍ରଶାନ୍ତ ବିଷୋୟୀଙ୍କ ନେତୃତ୍ୱରେ ଆଉ ଗୋଟିଏ ଗୋଷ୍ଠୀ ଅଲଗା ସହରରେ ବୁଲି ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଏଥିସହ ଲୋକଙ୍କୁ ବନ୍ଦକୁ ସମର୍ଥନ ଦେବାପାଇଁ ନିବେଦନ କରିଥିଲେ। ଦୀର୍ଘଦିନ ପରେ ଭଞ୍ଜନଗର କଂଗ୍ରେସ ଆନ୍ଦୋଳନରେ ଟିକେ ଅଧିକ ଭିଡ ଥିବା ଦେଖିବାକୁ ମିଳିଥିଲା। ଉଭୟ ଆନ୍ଦୋଳନରେ କୁଲୁ ଭୂୟାଁ, ପ୍ରଶାନ୍ତ ବିଷୋୟୀ, ବାମପନ୍ଥୀ ନେତା ସୋମନାଥ ନାୟକ, ଅଭିମନ୍ୟୁ ଗୌଡ଼ ପ୍ରମୁଖ ସାମିଲ ଥିଲେ।

୧୨ ଘଣ୍ଟିଆ ବନ୍ଦ ଶାନ୍ତିପୂର୍ଣ୍ଣ ଭାବେ ପାଳନ କରାଯାଇଛି। କୌଣସି ସ୍ଥାନରେ ହିଂସାକାଣ୍ଡ ଘଟି ନଥିବା ଜଣାପଡିଛି। କମ୍ୟୁନିଷ୍ଟ ପାର୍ଟି ନେତା ଏବଂ କଂଗ୍ରେସ କର୍ମୀମାନେ ଭଞ୍ଜନଗର ସହରର ସମସ୍ତ ପ୍ରବେଶ ପଥ ଯଥା ବେଲଗୁଣ୍ଠା ରୋଡ଼, ବ୍ଲକ ଛକ, ଚକରା ବିଷୋୟୀ ବାଇପାସ ରୋଡ଼, ବଡ଼ କୋଦଣ୍ଡା ଛକ ଗୁଡିକରେ ପିକେଟିଂ କରିବା ସହ ସମସ୍ତ ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ,ବ୍ୟାଙ୍କ, ପୋଷ୍ଟ ଅଫିସ ଆଦି ବନ୍ଦ କରିଥିଲେ। ପ୍ରଗତିଶୀଳ ଗଣତାନ୍ତ୍ରିକ ସାମ୍ମୁଖ୍ୟର ଆବାହକ ଓ ବରିଷ୍ଠ ଆଇନଜୀବି ସୋମନାଥ ନାୟକ, କଂଗ୍ରେସ ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ କୁମାର ବିଷୋୟୀ, ପିସିସି ସଭ୍ୟ ଦେବୀ ପ୍ରସାଦ ବିଷୋୟୀ,ସୁକାନ୍ତ କୁମାର ଦିଗାଲ,ବିଦ୍ୟାଧର ପ୍ରଧାନ,କୁଲୁ ଭୂୟାଁ, ଆଇନଜୀବୀ ଅଭିମନ୍ୟୁ ଗୌଡ଼,ସିପିଆଇ(ଏମ-ଏଲ)ର ଜିଲ୍ଲା ସମ୍ପାଦକ ନିରାକାର ନାୟକ ଓ ଅନ୍ୟମାନେ ବିଭିନ୍ନ ସ୍ଲୋଗାନ ଦେଇ ସହର ପରିକ୍ରମା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ…

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

ଗଞ୍ଜାମରେ ହିନ୍ଦୁ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଞ୍ଜାମ ସହରରେ ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧକ୍ଷ ତଥା ଅଗଣିତ ହିନ୍ଦୁମାନଙ୍କ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ…

ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ

କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri