ଜାମସେଦପୁରରେ ସାମ୍ପ୍ରଦାୟିକ ହିଂସା

ନୂଆଦିଲ୍ଲୀ, ୧୧ା୪: ରାମନବମୀ ପତାକାକୁ ଅପବିତ୍ର କରାଯିବା ଅଭିଯୋଗକୁ ନେଇ ରବିବାର ଝାଡ଼ଖଣ୍ଡର ଜାମସେଦପୁର ଅନ୍ତର୍ଗତ ଶାସ୍ତ୍ରୀନଗର ଅଞ୍ଚଳରେ ସାମ୍ପ୍ରଦାୟିକ ହିଂସାକାଣ୍ଡ ଘଟିଯାଇଛି। ଦୁଇ ଗୋଷ୍ଠୀର ଲୋକେ ପରସ୍ପରକୁ ଟେକାମାଡ଼ କରିବା ସହ ଅସ୍ଥାୟୀ ଦୋକାନ ଓ କେତେକ ଗାଡ଼ି ଜାଳିଦେଇଥିଲେ। ପୂର୍ବ ସିଂହଭୂମ ପୋଲିସ ସୋମବାର ଏତଲା ଦାଏର କରିଛି। ହିଂସା ମାମଲାରେ ଜଣେ ସ୍ଥାନୀୟ ଭାଜପା ନେତା ଅଭୟ ସିଂଙ୍କ ସମେତ ୬୦ ଜଣଙ୍କୁ ଗିରଫ କରାଯାଇଥିବାବେଳେ ୧,୧୨୦ ଜଣଙ୍କ ନାଁରେ ମାମଲା ରୁଜୁ ହୋଇଛି। ଉକ୍ତ ଅଞ୍ଚଳରେ ଉତ୍ତେଜନା ଲାଗି ରହିଥିବାରୁ ୧୪୪ ଧାରା ଜାରି ହୋଇଛି। ଏଥିସହ ଶାସ୍ତ୍ରୀନଗର ଅଞ୍ଚଳରେ ଇଣ୍ଟରନେଟ ସେବାକୁ ବନ୍ଦ କରିଦିଆଯାଇଛି। ସୋମବାର ସକାଳେ ଓ ସନ୍ଧ୍ୟାରେ ପୋଲିସ ପକ୍ଷରୁ ସେଠାରେ ଫ୍ଲାଗ୍‌ମାର୍ଚ୍ଚ କରାଯାଇଥିଲା।
ପତାକାରେ ମାଂସ ବନ୍ଧାଯାଇଥିବା ସ୍ଥାନୀୟ ସଂଗଠନର କେତେଜଣ ସଦସ୍ୟ ଦେଖିବା ପରେ ଶନିବାର ରାତିରୁ ଉକ୍ତ ଅଞ୍ଚଳରେ ଉତ୍ତେଜନା ଲାଗିରହିଥିଲା। ଏହାକୁ ନେଇ ରବିବାର ଦୁଇ ଗୋଷ୍ଠୀ ମଧ୍ୟରେ ହିଂସାତ୍ମକ ସଂଘର୍ଷ ହୋଇଥିଲା ବୋଲି ପୋଲିସ କହିଛି। କେତେଜଣ ଅସାମାଜିକ ତତ୍ତ୍ୱ ଶାନ୍ତି ଭଙ୍ଗ କରିବା ଲାଗି ଉଦ୍ୟମ ଚଳାଇଛନ୍ତି ବୋଲି ପୂର୍ବ ସିଂହଭୂମ ଜିଲା ଡେପୁଟି କମିଶନର ବିଜୟ ଯାଦବ କହିଛନ୍ତି। ସେମାନଙ୍କ ଷଡ଼ଯନ୍ତ୍ରକୁ ପଣ୍ଡ କରିବା ଲାଗି ସେ ଜନସାଧାରଣଙ୍କ ସହଯୋଗ ଲୋଡ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri