ଦାନାରୀଗୁଡ଼ା-ପୁକେର ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ

ଲାଞ୍ଜିଗଡ଼,୨୯।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଜେପୁର ପଞ୍ଚାୟତ ଦାନାରୀଗୁଡାଠାରୁ ପୁକେର ଗାଁକୁ ଯୋଗାଯୋଗ ବିଛିନ୍ନ ହେଇଯାଇଛି। ଦାନାରୀଗୁଡାଠାରୁ ପୁକେର ଗାଁକୁ ସଂଯୋଗ କରୁଥିବା ଆର୍‌ଡି ରାସ୍ତା ଓ ଗାର୍ଡୱାଲ କାମ ନିମ୍ନମାନର ହୋଇଥିବାରୁ ନିର୍ମାଣର ଏକ ମାସ ମଧ୍ୟରେ ରାସ୍ତାରୁ ଚିପ୍ସ ଉଠିଯାଉଥିବା ବେଳେ ଗାର୍ଡୱାଲ ମଧ୍ୟ ଭାଙ୍ଗି ଯାଇଥିଲା। ବର୍ତ୍ତମାନ ତାହା ଅତ୍ୟନ୍ତ ଶୋଚନୀୟ ହୋଇ ପଡ଼ିଥିବା ପୁକେର ଗାଁ ଲୋକେ ଅଭିଯୋଗ କରିଥିଲେ। ଦାୟିତ୍ୱରେ ଥିବା ଅଧିକାରୀ କର୍ଣ୍ଣପାତ କରି ନ ଥିଲେ। ଫଳରେ ଗାଁଠାରୁ ମୁଖ୍ୟ ରାସ୍ତା ଯୋଗାଯୋଗ ଏବେ ବିଚ୍ଛିନ୍ନ ହୋଇଯାଇଥିବା ବେଳେ ବିଜେପୁର ସରପଞ୍ଚ ଜନନୀ ମାଝିଙ୍କ ସମେତ ପୁକେର ଗାଁ ଲୋକେ ଜିଲାପାଳଙ୍କୁ ଅଭିଯୋଗ କରିଛନ୍ତି। ସୂଚନାମତେ, ଲାଞ୍ଜିଗଡ ବ୍ଲକ ବିଜେପୁର ପଞ୍ଚାୟତ ଦାନାରୀଗୁଡାଠାରୁ ପୁକେର ଗାଁ ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡକ ଯୋଜନାରେ ରାସ୍ତା ନିର୍ମାଣ ପାଇଁ ୨୦୨୨ ମେ’ରେ କାର୍ଯ୍ୟ ଆରମ୍ଭ ହୋଇଥିଲା। ୧ କି.ମି. ରାସ୍ତା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଭବାନୀପାଟଣାର ଜଣେ ଠିକାଦାରଙ୍କୁ ଦାୟିତ୍ୱ ଦିଆଯାଇଥିଲା। ଦାନାରୀଗୁଡା ଓ ପୁକେର ଗାଁକୁ ସଂଯୋଗ ଏହି ରାସ୍ତାର ମଧ୍ୟ ଭାଗରେ ଦୁଇ ପାର୍ଶରେ ଗାର୍ଡୱାଲ ନିର୍ମାଣ ସହିତ ୫ ଶହ ମିଟର ପିଚୁ କାମ ମଧ୍ୟ ହୋଇଥିଲା। କିନ୍ତୁ ରାସ୍ତା ଓ ଗାର୍ଡୱାଲ ନିମ୍ନମାନର ହୋଇଥିବା ବିଭାଗୀୟ ଯନ୍ତ୍ରୀଙ୍କୁ ଅଭିଯୋଗ କରିଥିଲେ ମଧ୍ୟ କର୍ଣ୍ଣପାତ କରି ନ ଥିବା ଗାଁ ଲୋକେ କହିଛନ୍ତି। ପ୍ରଶାସନିକ ଅଧିକାରୀ ଓ ଠିକାଦାରଙ୍କ ଅବହେଳା ଯୋଗୁ ଉକ୍ତ କାମ ପ୍ରତି ଦୃଷ୍ଟି ନ ଦେବାରୁ ମାତ୍ର ୧୧ ମାସ ପରେ ରାସ୍ତାରେ ଘାଇ ସୃଷ୍ଟି ହୋଇ ଗାଁ ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଛି। ଫଳରେ ଛାତ୍ରୀଛାତ୍ର, ରୋଗୀ, ଆମ୍ବୁଲାନ୍ସ ଉକ୍ତ ଗାଁକୁ ଯିବା ସମ୍ପୂର୍ଣ୍ଣ ବନ୍ଦ ହୋଇଯାଇଛି। ଏ ନେଇ ଗତ ୨୪ ତାରିଖରେ ଲାଞ୍ଜିଗଡ ବ୍ଲକରେ ଜିଲାପାଳଙ୍କ ଅଭିଯୋଗ ଶୁଣାଣିରେ ସରପଞ୍ଚ ଜନନୀ ମାଝିଙ୍କ ସମେତ ଗାଁ ଲୋକେ ଲିଖିତ ଅଭିଯୋଗ କରିଛନ୍ତି। ଏ ନେଇ ସରପଞ୍ଚ ଜନନୀ ମାଝିଙ୍କୁ ପଚାରିବାରୁ ନିମ୍ନମାନର କାମ ଯୋଗୁ ବର୍ତ୍ତମାନ ପୁକେର ଗାଁ ସହିତ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ମୁଁ ଜିଲାପାଳଙ୍କୁ ଲିଖିତ ଅଭିଯୋଗ କରିଛି ବୋଲି ପ୍ରକାଶ କରିଛନ୍ତି। ଦୁର୍ଗମ ଅଞ୍ଚଳକୁ ମାଓବାଦୀ ଭୟ ଯୋଗୁ ଜିଲାସ୍ତରୀୟ ଅଧିକାରୀ ଓ ନିର୍ବାଚନ ପ୍ରତିନିଧିମାନେ ଠିକ ଭାବେ ଉକ୍ତ ଅଞ୍ଚଳ ଯାଉ ନାହାନ୍ତି। ଏଥିପ୍ରତି ଜିଲାପାଳ ଦୃଷ୍ଟି ଦେବାକୁ ଅଞ୍ଚଳବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତାମିଲନାଡୁରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

କର୍ଲାମୁଣ୍ଡା,୮ା୮(ପ୍ରଦୀପ କୁମାର ସାହୁ): ଦାଦନ ଖଟିବାକୁ ଯାଇଥିବା ଜଣେ ଶ୍ରମିକଙ୍କ ଅକାଳ ମୃତ୍ୟୁ ଘଟିଛି। ସେ ହେଲେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତ ଅବୁଜବାହାଲ ଗ୍ରାମର ସୀମାଞ୍ଚଳ…

ବସଷ୍ଟାଣ୍ଡ ନାହିଁ, ରାଜପଥରେ ‘ଆମ ବସ’ ପାର୍କିଂ ଯୋଗୁ ବଢୁଛି ଟ୍ରାଫିକ ସମସ୍ୟା

ହାଟଡିହୀ/ଛେନାପଦୀ,୮।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ସ୍ଥାୟୀ ବସ ଷ୍ଟାଣ୍ଡ ନାହିଁ କି ପାର୍କିଂ ପାଇଁ ନିର୍ଦ୍ଦିଷ୍ଟ ସ୍ଥାନ ନାହିଁ, ଯାହାଫଳରେ ବାଧ୍ୟ ହୋଇ…

ଫୁଟବଲ ପ୍ରତିଯୋଗିତା: ସୋନପୁରକୁ ହରାଇ ଫାଇନାଲରେ ଜିଏମ୍‌ୟୁ ସମ୍ବଲପୁର

ଅତାବିରା, ୮ା୮(ଯୁଧିଷ୍ଠିର ମହାପାତ୍ର): ଅତାବିରା ବାଳକ ହାଇସ୍କୁଲ ପଡ଼ିଆରେ ଦୁଇଦିନିଆ ଫୁଟବଲ ପ୍ରତିଯୋଗିତା ଶନିବାର ଉଦ୍‌ଘାଟିତ ହୋଇଯାଇଛି l ଅତାବିରା ଫୁଟବଲ ଟିମ୍‌ ପକ୍ଷରୁ ଆୟୋଜିତ ଏହି…

ଚୁଲି ନିକଟରେ ବସି ନିଆଁ ପୋଉଁଥିଲେ, ଭାଙ୍ଗି ପଡ଼ିଲା କାନ୍ଥ: ଚାଲିଗଲା ବୃଦ୍ଧଙ୍କ ଜୀବନ

ପାଟଣା ,୮।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ଅନ୍ତର୍ଗତ ଖୁଣ୍ଟାପଡ଼ା ପଞ୍ଚାୟତ ଖୁଣ୍ଟାପଡ଼ା ଗ୍ରାମର ଢିପା ସାହିରେ ଏକ ଅଭାବନୀୟ ଘଟଣା ଘଟିଛି। ରୋଷେଇ…

ସମୁଦ୍ରରେ ଗାଧୋଇ ଶ୍ୱେତଗଙ୍ଗାକୁ ଯାଇଥିଲେ, ଗୋଡ଼ ଖସିଯିବାରୁ ବୁଡ଼ିଯାଇ ଚାଲିଗଲା ଯୁବକଙ୍କ ଜୀବନ

ପୁରୀ, ୮।୮(ଅଜିତ୍‌ କୁମାର ମହାନ୍ତି): ପୁରୀର ପଞ୍ଚ ପୁଷ୍କରିଣୀ ମଧ୍ୟରେ ଅନ୍ୟତମ ପବିତ୍ର ତୀର୍ଥ ପୁଷ୍କରିଣୀ ଶ୍ୱେତଗଙ୍ଗାରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁଷ୍କରିଣୀରେ…

ବନ୍ୟଜନ୍ତୁ ପ୍ରେମୀଙ୍କ ଲାଗି ଖୁସି ଖବର: ଜନ୍ମ ହେଲା ହାତୀ ଛୁଆ

କେନ୍ଦୁଝର,୮।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ବନ୍ୟଜନ୍ତୁ ପ୍ରେମୀଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ପାଟନା ବନାଞ୍ଚଳରେ ଏକ ମା’ ହାତୀ ଛୁଆ ହାତୀକୁ ଜନ୍ମ ଦେଇଥିବା…

ନିଖୋଜ ଥିଲେ ମହିଳା, ଚାଷ ଜମିରୁ ଉଦ୍ଧାର ହେଲା ଗଳିତ ମୃତଦେହ: ପରିବାରରେ…

କୋକସରା, ୮।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼କେନ୍ଦୁଗୁଡ଼ା ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ମଙ୍ଗଳବାରଠାରୁ…

ଠିକା କାମରୁ ୩୦ ପ୍ରତିଶତ ଦାଦାବଟି ଦେବା ପାଇଁ ପଡୋଶୀଙ୍କୁ ଧମକ, ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି,୮।୮(ଅଶେଷ ନାଥ ମିଶ୍ର): ଦାଦାବଟି ନଦେବାରୁ ପଡ଼ୋଶୀଙ୍କୁ ହତ୍ୟା ଧମକ ଦେଇଥିବା ଅଭିଯୁକ୍ତକୁ କେ. ନୂଆଗାଁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଗଞ୍ଜାମ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri