ବର୍ଷା ହେଲେ ୪ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ

ଖଜୁରିପଡ଼ା ୨୧ା୬( ବିଦୁର ବେହେରା): ଖଜୁରିପଡା ବ୍ଲକ୍‌ ଅନ୍ତର୍ଗତ ବିଲାବାଡ଼ି ପଞ୍ଚାୟତର ୪ ଗାଁକୁ ବର୍ଷା ହେଲେ ଯିବା ଆସିବା ପାଇଁ ଅନେକ ସମସ୍ୟା ଭୋଗିବାକୁ ହୁଏ। ୨୦୦୮ରେ ଡୁଗୁଡ଼ାଠାରେ ଥିବା ପୋଲ ଭାଙ୍ଗି ଯିବା ପରେ ବର୍ଷା ଦିନେ କିଲୁ, ଡୁଗୁଡ଼ା, ଖଲି ସାହି, ମହାପାତ୍ର ବସାକୁ ଯାତାୟାତରେ ଅନେକ ସମସ୍ୟା ଦେଖା ଦେଉଛି। ବାହ୍ୟ ଜଗତରୁ ବିଚ୍ଛିନ୍ନ ହେଉଛି ୪ ଗାଁ। କାହାର ଦେହ ଅସୁସ୍ଥ ହେଲେ ଆମ୍ବୁଲାନ୍ସ ଗାଁ ପର୍ଯ୍ୟନ୍ତ ପହଞ୍ଚି ପାରୁନାହିଁ। ରାସ୍ତା ସମସ୍ୟା ଯୋଗୁ ଏଠିକାର ବାସିନ୍ଦାମାନେ ଏକ ପ୍ରକାର ବନବାସୀ ଜୀବନ କାଟୁଛନ୍ତି। ପୋଲ ନିର୍ମାଣ ପାଇଁ ଗ୍ରାମବାସୀଙ୍କ ଅନୁରୋଧ କ୍ରମେ ସରପଞ୍ଚ ରବୀନ୍ଦ୍ର ଭୁକ୍ତା ଅନେକ ଥର ବିଡ଼ିଓ, ଜିଲାପାଳଙ୍କୁ ଜଣାଇଛନ୍ତି। କିନ୍ତୁ ବଡ଼ ଦୁଃଖ ଓ ପରିତାପର ବିଷୟ ଯେ ଏ ପର୍ଯ୍ୟନ୍ତ ଭଙ୍ଗା ପୋଲ ନିର୍ମାଣ ହୋଇ ପାରୁନାହିଁ। ଏନେଇ ସରପଞ୍ଚଙ୍କୁ ପଚାରିବାରୁ ସେ କହିଛନ୍ତି ଯେ ପୋଲ ନିର୍ମାଣ ପାଇଁ ଲକ୍ଷାଧିକ ଟଙ୍କା ଖର୍ଚ୍ଚ ହେବ ତାହା ପଞ୍ଚାୟତ ପାଣ୍ଠିରୁ କରିବା ସମ୍ଭବ ହେଉ ନାହିଁ। ତେଣୁ ବ୍ଲକ୍‌ ପ୍ରଶାସନ ଓ ଜିଲା ପ୍ରଶାସନଙ୍କୁ ଜଣାଯାଇଛି। ପ୍ରକଳ୍ପ ଆସିଲେ ନିର୍ମାଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

କାର୍ଯ୍ୟକାରୀ ହେଲା ନିର୍ଦ୍ଦେଶ: ଆର୍ଯ୍ୟପଲ୍ଲୀ ତଟବର୍ତ୍ତୀ ଅଞ୍ଚଳରେ ଚାଲିଛି ପଥର ପ୍ୟାକିଂ କାର୍ଯ୍ୟ

ଛତ୍ରପୁର,୨୦ା୮(ଦିଲ୍ଲୀପ ସାମଲ): ଦିନକୁ ଦିନ ବଙ୍ଗୋପସାଗର ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ କୂଳ ଲଙ୍ଘି ଚାଲିଛି। ଏନେଇ ଆର୍ଯ୍ୟପଲ୍ଲୀ ପଞ୍ଚାୟତର ସମସ୍ତ ଗାଁ ବିପଦରେ ଥିବାବେଳେ ଲୋକେ…

ପୂର୍ବତନ ବିଧାୟକଙ୍କୁ କାମୁଡ଼ିଲା ସାପ, ବନ୍ୟା ସ୍ଥିତି ସମୀକ୍ଷା ପାଇଁ ଯାଇ…

ରାଜନଗର,୨୦।୮: ରାଜନଗରର ପୂର୍ବତନ ବିଧାୟକଙ୍କୁ କାମୁଡ଼ିଦେଲା ସାପ । ବନ୍ୟାଞ୍ଚଳ ସ୍ଥିତି ସମୀକ୍ଷା ପାଇଁ ଯାଇଥିବା ବେଳେ ଅଂଶୁମାନ ମହାନ୍ତିଙ୍କୁ ସାପ କାମୁଡ଼ି ଦେଇଥିବା ଜଣାପଡିଛି ।…

ସୁପ୍ରିମକୋର୍ଟରୁ ଆସିଲା ସାଂଘାତିକ ତଥ୍ୟ: ମୁଖ୍ୟମନ୍ତ୍ରୀ ବିଜୟ ଥଲାପତିଙ୍କ ନାଁରେ ଏତେ ଆପରାଧିକ ମାମଲା, ଶୀର୍ଷରେ…

ନୂଆଦିଲ୍ଲୀ, ୨୦।୮: ନେତାମାନଙ୍କ ବିରୋଧରେ ରହିଥିବା ଆପରାଧିକ ମାମଲାର ଶୀଘ୍ର ଶୁଣାଣି ଦାବିକୁ ନେଇ ସୁପ୍ରିମକୋର୍ଟରେ ଚାଲିଥିବା ଶୁଣାଣି ସମୟରେ ଚକିତ କରିଦେବା ଭଳି ତଥ୍ୟ ସାମ୍ନାକୁ…

ବନ୍ୟାସ୍ରୋତରେ ଭାସିଗଲେ ଯୁବକ, ବହୁ ସମୟ ଧରି ଖୋଜାଖୋଜି ପରେ ବି…

ପଟ୍ଟାମୁଣ୍ଡାଇ,୨୦ା୮(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ପେଣ୍ଠପାଳ ପଞ୍ଚାୟତ ନାହିଆ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ବନ୍ୟାପାଣିର ପ୍ରବଳ ସ୍ରୋତରେ ଭାସିଯାଇ…

୨୦ରୁ ୨୨ଅଗଷ୍ଟ ଯାଏ ସବୁ ସ୍କୁଲ-କଲେଜ ବନ୍ଦ; ରାଜ୍ୟପାଳ ଜାରି କଲେ ନିର୍ଦ୍ଦେଶ, ଜାଣନ୍ତୁ କାହିଁକି…

୨୦ ରୁ ୨୨ ଅଗଷ୍ଟ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ, ଯାହାକୁ ନେଇ ଶିକ୍ଷା ବିଭାଗ ପକ୍ଷରୁ ଆନୁଷ୍ଠାନିକ ନିର୍ଦ୍ଦେଶ ଜାରି କରାଯାଇଛି। ଶିକ୍ଷା ବିଭାଗ…

ଶନିଙ୍କ ଚଳନରେ ମାଲାମାଲ ହେବେ ୪ ରାଶି: ଅଚାନକ ବଦଳିଯିବ ଭାଗ୍ୟ, ହେବ ଧନବର୍ଷା

ବୈଦିକ ଜ୍ୟୋତିଷରେ ଶନିଦେବଙ୍କ ଚଳନ ଓ ନକ୍ଷତ୍ର ପରିବର୍ତ୍ତନକୁ ବିଶେଷ ମହତ୍ତ୍ୱ ଦିଆଯାଏ। ଶନି ରାଶି କିମ୍ବା ନକ୍ଷତ୍ର ପରିବର୍ତ୍ତନ କଲେ ଏହାର ପ୍ରଭାବ ସମସ୍ତ ୧୨ଟି…

ବଲାଙ୍ଗୀରରେ ଚାଞ୍ଚଲ୍ୟ; ଯୁବକଙ୍କ ମୁଣ୍ଡ କାଟି ପୋଖରୀରେ ଫିଙ୍ଗିଦେଲେ

ବଲାଙ୍ଗୀର,୨୦।୮( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଦେଓଗାଁ ଥାନା ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବଗଡା ଗ୍ରାମ ସ୍କୁଲ ନିକଟରେ ଏକ ପୋଖରୀରୁ…

୨୦୨୬ ଶେଷ ପୂର୍ବରୁ ବଡ଼ ସଫଳତା! ଆଗାମୀ ୪ ମାସ ଏହି ରାଶିଙ୍କ ସହ ହେବ ଚମତ୍କାର, ବଢିବ…

୨୦୨୬ ବର୍ଷ ଶେଷ ହେବାକୁ ଆଉ ମାତ୍ର ୪ ମାସ ବାକି ରହିଛି। ଏହାପରେ ଆରମ୍ଭ ହେବ ନୂଆ ବର୍ଷ ୨୦୨୭। ତେବେ ନୂଆ ବର୍ଷ ଆସିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri