ନେପାଳ ପ୍ରଧାନମନ୍ତ୍ରୀଙ୍କୁ ଝଟ୍‌କା: ସମର୍ଥନ ପ୍ରତ୍ୟାହାର କଲା ଓଲିଙ୍କ ଦଳ

କାଠମାଣ୍ଡୁ,୨୭।୨: ନେପାଳର ଦ୍ୱିତୀୟ ବୃହତ୍‌ ରାଜନୈତିକ ଦଳ ପୂର୍ବତନ ପ୍ରଧାନମନ୍ତ୍ରୀ କେ.ପି.ଶର୍ମା ଓଲିଙ୍କ ସିପିଏନ୍‌-ୟୁଏମ୍‌ଏଲ୍‌ ପୁଷ୍ପ କୁମାର ଦହଲ ‘ପ୍ରଚଣ୍ଡ’ଙ୍କ ନେତୃତ୍ୱାଧୀନ ସରକାରରୁ ସମର୍ଥନ ପ୍ରତ୍ୟାହାର କରିନେଇଛି। ଫଳରେ ନେପାଳରେ ଦୁଇ ମାସ ହେଲା ଗଢ଼ା ହୋଇଥିବା ମେଣ୍ଟ ସରକାର ଏବେ ସଙ୍କଟରେ ପଡ଼ିଯାଇଛି। ରାଷ୍ଟ୍ରପତି ନିର୍ବାଚନ ବେଳେ ରାଜନୈତିକ ସମୀକରଣରେ ପରିବର୍ତ୍ତନକୁ ନେଇ ଓଲିଙ୍କ ଦଳ ଏଭଳି ନିଷ୍ପତ୍ତି ନେଇଛି। ୭ଦଳକୁ ନେଇ ମେଣ୍ଟ ସରକାର ଗଢ଼ା ହୋଇଥିବା ବେଳେ ଡିସେମ୍ବର ୨୫ରେ କରାଯାଇଥିବା ଚୁକ୍ତିନାମାକୁ ପ୍ରଧାନମନ୍ତ୍ରୀ ପ୍ରଚଣ୍ଡ ଉଲ୍ଲଂଘନ କରିଥିବା ସିପିଏନ୍‌-ୟୁଏମ୍‌ଏଲ୍‌ ଅଭିଯୋଗ କରିଛି। ସୋମବାର ଓଲିଙ୍କ ଅଧ୍ୟକ୍ଷତାରେ ସିପିଏନ୍‌-ୟୁଏମ୍‌ଏଲ୍‌ର ଉଚ୍ଚସ୍ତରୀୟ ବୈଠକ ବସି ସରକାରରୁ ଓହରିଯିବା ସହ ସମର୍ଥନ ପ୍ରତ୍ୟାହାର କରିବାକୁ ନିଷ୍ପତ୍ତି ନିଆଯାଇଥିଲା ବୋଲି ଦଳର ଉପମୁଖ୍ୟ ବିଷ୍ଣୁ ରାଜାଲ କହିଛନ୍ତି। ପ୍ରଚଣ୍ଡ ଏବଂ ଓଲିଙ୍କ ଦଳ ମଧ୍ୟରେ ମେଣ୍ଟ ଭାଙ୍ଗିବାର ମୁଖ୍ୟ କାରଣ ହେଲା ମାଓବାଦୀ ନେତା ରାଷ୍ଟ୍ରପତି ପଦ ନିମନ୍ତେ ନେପାଳୀ କଂଗ୍ରେସ(ଏନ୍‌ସି)ର ବରିଷ୍ଠ ନେତା ରାମଚନ୍ଦ୍ର ପୌଡେଲଙ୍କ ପ୍ରାର୍ଥତ୍ତ୍ୱକୁ ସମର୍ଥନ ଜଣାଇବା। ମାର୍ଚ୍ଚ ୯ରେ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନ ଲାଗି ପୌଡେଲ ବିରୋଧୀ ଦଳ ଏନ୍‌ସି ପ୍ରାର୍ଥୀ ହୋଇଥିବା ବେଳେ ତାଙ୍କୁ ପ୍ରଧାନମନ୍ତ୍ରୀ ସମର୍ଥନ ଜଣାଇ ଡିସେମ୍ବର ୨୫ ଚୁକ୍ତିନାମାର ଉଲ୍ଲଂଘନ କରିବା ସହ ସିପିଏନ୍‌-ୟୁଏମ୍‌ଏଲ୍‌କୁ ପ୍ରତାରିତ କରିଛନ୍ତି। ସେଥିପାଇଁ ସରକାରରୁ ଓହରିଯିବାକୁ ବାଧ୍ୟ ହେଲୁ ବୋଲି ସିପିଏନ୍‌-ୟୁଏମ୍‌ଏଲ୍‌ ଉପମୁଖ୍ୟ କହିଛନ୍ତି। ସରକାରରେ ଉପପ୍ରଧାନମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ଥିବା ବିଷ୍ଣୁ ପୌଡ୍ୟାଲ ଏବଂ ବହିର୍ବ୍ୟାପାର ମନ୍ତ୍ରୀ ମିବଳ ରାୟ ପୌଡ୍ୟାଲ୍‌ ଇସ୍ତଫା ଦେବାକୁ ଯାଉଛନ୍ତି। ପ୍ରଚଣ୍ଡ ସରକାରରେ ଉପପ୍ରଧାନମନ୍ତ୍ରୀଙ୍କ ସମେତ ୮ ମନ୍ତ୍ରୀ ରହିଥିଲେ। ସେମାନେ ସମୂହ ଇସ୍ତଫା ପ୍ରଦାନ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଚନ୍ଦନ କଳସ ଯାତ୍ରାକୁ କୋରାପୁଟରେ ଭବ୍ୟ ସ୍ବାଗତ

କୋରାପୁଟ,୨୫।୮(ଅମିତାଭ ବେହେରା): ସନ୍ଥ ଶିରୋମଣି ଗୁରୁ ରବିଦାସଜୀଙ୍କ ୬୫୦ତମ ଜୟନ୍ତୀ ଅବସରରେ ସାମାଜିକ ସମରସତା ଓ ଭାଇଚାରାର ବାର୍ତ୍ତା ନେଇ ଆୟୋଜିତ ‘ସମରସ ସଂକଳ୍ପ ଅଭିଯାନ’ର ପବିତ୍ର…

ଦୁର୍ନୀତି ମାମଲାରେ ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ୪ବର୍ଷ ସଶ୍ରମ କାରାଦଣ୍ଡ

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତି ପଦମପୁର ବ୍ଲକ ଅଧୀନ ପୁରେନା ଗ୍ରାମପଞ୍ଚାୟତର ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀ (PEO) ଛବିଳ ବାରିହାଙ୍କୁ ଦୁର୍ନୀତି ମାମଲାରେ…

ନାବାଳକଙ୍କ ବାର୍‌ହା ସହ ଦୁଇ ଘଣ୍ଟା ଧରି  ଲଢ଼େଇ: ଶେଷରେ ଜୀବନ ବଞ୍ଚାଇବା ପାଇଁ…

ବାଙ୍କୀ, ୨୫।୮ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଗୋପାଳପୁର ପଞ୍ଚାୟତରେ ବାର୍‌ହା ଆତଙ୍କରେ ଭୟଭୀତ ଲୋକେ। ମଙ୍ଗଳବାର ସକାଳ ପ୍ରାୟ ସାଢ଼େ ୭ଟା ସମୟରେ ଗୋପାଳପୁର ପଞ୍ଚାୟତର ୧…

ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ, ପୋଲିସର ଫ୍ଲାଗମାର୍ଚ

ପୁରୀ,୨୫।୮: ପୁରୀ ଜିଲା ଚନ୍ଦନପୁର ଥାନା ଉତରଣା ମଠସାହିରେ ମଙ୍ଗଳବାର ଗୋଷ୍ଠୀ ସଂଘର୍ଷ ହୋଇଛି। ଗାଁର ଏକ ପୋଖରୀର ଦଳ ସଫା ଏବଂ ମାଛ ମରାକୁ କେନ୍ଦ୍ର…

ନିଶାମୁକ୍ତ ଓଡିଶା ଅଭିଯାନ କାର୍ଯ୍ୟକ୍ରମ, ନିଶା ସେବନ ବିରୋଧରେ ଶପଥ ପାଠ କଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଦିଗପହଣ୍ଡି ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ଚନ୍ଦ୍ରଗହଣରେ ହାନୀ ନୁହେଁ ଏହି ୩ରାଶିଙ୍କ ଫିଟିଯିବ ଭାଗ୍ୟ, ଧନବର୍ଷା ସାଙ୍ଗକୁ ମିଳିବ ବଡ଼ ଚାକିରିର ଅଫର୍‌…

କୌଣସି ବି ଗ୍ରହଣ, ତାହା ଚନ୍ଦ୍ରଗ୍ରହଣ ହେଉ କି ସୂର୍ଯ୍ୟଗ୍ରହଣ, ସବୁବେଳେ କ’ଣ ବର୍ବାଦୀ ନେଇ ଆସିଥାଏ? କାରଣ ପ୍ରାୟତଃ ଆମେ ଗ୍ରହଣ ନାମ ଶୁଣିବା ମାତ୍ରେ…

ପିହୁ ନିଖୋଜ ଘଟଣା,କ୍ରାଇମବ୍ରାଞ୍ଚ ନୁହେଁ ସିବିଆଇ ତଦନ୍ତ ହେଉ:ବିଶ୍ୱ ରଞ୍ଜନ

ବରୀ,୨୫।୮(ମହେନ୍ଦ୍ର ସ୍ବଇଁ): ଯାଜପୁର ଜିଲା ବରୀ ବ୍ଲକ ବିଂଝାରପୁର ଥାନ ମଧୁସୂଦନପୁର ଗ୍ରାମର ବହୁଚର୍ଚ୍ଚିତ କୁନି ଝିଅ ପିହୁ ନିଖୋଜ ଘଟଣାକୁ ନେଇ , ଯାଜପୁର ସାଂସଦ…

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri