ବରଗଡ଼ରେ ଗୋଷ୍ଠୀ ସଂଘର୍ଷ: ବୁଲିଲା ଭୁଜାଲି, ଜଣେ ମୃତ, ୨ଗୁରୁତର

ବରଗଡ଼,୫।୨(ପ୍ରେମାନନ୍ଦ ଖମାରୀ): ବରଗଡ ସହର ହାଟପଦା ସାଇ ମନ୍ଦିର ପାଖରେ ଗୁରୁବାର ସନ୍ଧ୍ୟାରେ ଗୋଷ୍ଠୀ ସଂଘର୍ଷ ହୋଇଛି । କୌଣସି ଏକ କାରଣକୁ ନେଇ ୨ ଗୋଷ୍ଠୀ ମଧ୍ୟରେ ପ୍ରଥମେ ବଚସା ଓ ପରେ ସଂଘର୍ଷ ହୋଇଥିଲା l ଭୁଜାଲି ଆକ୍ରମଣରେ ଜଣେ ମୃତ୍ୟୁବରଣ କରିଛନ୍ତି l

ସେହିପରି ମୃତକଙ୍କ ୨ ସାଙ୍ଗ ଗୁରୁତର ଅବସ୍ଥାରେ ବରଗଡ଼ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ପରେ ତାଙ୍କୁ ବୁର୍ଲା ସ୍ଥାନାନ୍ତର କରାଯାଇଛି ବୋଲି ସୂଚନା ମିଳିଛି। ଟାଉନ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଘଟଣାକୁ ନେଇ ଚାପା ଉତ୍ତେଜନା ଲାଗି ରହିଛି।

Share
Tags: bargarh