ବାଲେଶ୍ୱର, ୨୭।୬( ବାଞ୍ଛାନିଧି ଦେ): ବାଲେଶ୍ୱର ସହରର ଦରଘା ମଇଦାନରେ ଗୋଷ୍ଠୀ ସଂଘର୍ଷ ଘଟିଛି l ଏହି ସଂଘର୍ଷରେ ୨୦ରୁ ଅଧିକ ଆହତ ହୋଇଥିବା ସୂଚନା ମିଳିଛି l ଆହତଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ ଶୋଭାଯାତ୍ରା ବେଳେ ୨ଗୋଷ୍ଠୀ ମୁହାଁମୁହିଁ ହୋଇଥିଲେ l ଉଭୟ ଗୋଷ୍ଠୀଙ୍କ ଟେକା ପଥର ମାଡରେ ୨୦ରୁ ଉର୍ଦ୍ଧ୍ୱ ଆହତ ହୋଇଥିବାବେଳେ ଟାଉନ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତିକୁ ଆୟତ୍ତ କରିଥିଲେ। ଏସପି ପ୍ରତ୍ୟୁଷ ଦିବାକରଙ୍କ ତତ୍ତ୍ୱାବଧାନରେ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଛି l ଆଇନ ଶୃଙ୍ଖଳା ପ୍ରତି ପ୍ରଶାସନ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି। ତେବେ ଗତକାଲି ମୁସଲିମ ସମ୍ପ୍ରଦାୟ ପକ୍ଷରୁ ସହରରେ ମହରମ ପର୍ବ ଆନନ୍ଦ ଉଲ୍ଲାସରେ ପାଳିତ ହେଉଥିବାବେଳେ ରାତିରେ ଶୋଭାଯାତ୍ରା ବାହାରିଥିଲା l କୌଣସି ଘଟଣାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ଦେଖାଦେଇଥିଲା l