ପୁରୀ,୨୫।୮: ପୁରୀ ଜିଲା ଚନ୍ଦନପୁର ଥାନା ଉତରଣା ମଠସାହିରେ ମଙ୍ଗଳବାର ଗୋଷ୍ଠୀ ସଂଘର୍ଷ ହୋଇଛି। ଗାଁର ଏକ ପୋଖରୀର ଦଳ ସଫା ଏବଂ ମାଛ ମରାକୁ କେନ୍ଦ୍ର କରି ଏହି ସଂଘର୍ଷ ହୋଇଥିବା ଜଣାପଡିଛି।
ଏପରିକି ଦୁଇ ଗୋଷ୍ଠୀ ମଧ୍ୟରେ ଟେକା ପଥର ମାଡ଼ରେ ୩ରୁ ୪ଜଣ ଆହତ ହୋଇଛନ୍ତି। ଆତମାନଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଂଘର୍ଷ ପରେ କିଛି ବ୍ୟକ୍ତି ଜଣେ ବ୍ୟକ୍ତିଙ୍କ ଘରେ ନିଆଁ ଲଗାଇ ପୋଡ଼ି ଦେଇଛନ୍ତି।
ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହେବା ସହ ଉତ୍ତେଜନା ପରିସ୍ଥିତି ଲାଗି ରହିଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ଫ୍ଲାଗମାର୍ଚ କରିଛି।