ଠିକାକାମକୁ ନେଇ ଗୋଷ୍ଠୀ ସଂଘର୍ଷ: ଜେଲ ଗଲେ ସରପଞ୍ଚଙ୍କ ସ୍ବାମୀ ସମେତ ଅନ୍ୟଜଣେ…

ଦିଗପହଣ୍ଡି,୧୨ା୧୧(ଅଶେଷ ନାଥ ମିଶ୍ର):ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଅଧିନ ବିଭିନ୍ନ ଗ୍ରାମରେ ବ୍ଲକ କାର୍ଯ୍ୟାଳୟ ପକ୍ଷରୁ ଚାଲିଥିବା ଠିକାକାମକୁ ନେଇ ଦୀର୍ଘଦିନ ଧରି ଭାଜପା ସମର୍ଥିତ ୨ ଗୋଷ୍ଠୀ ମଧ୍ୟରେ ଲାଗି ରହିଥିବା ବାଦ ବିବାଦ ୫ ତାରିଖ ସକାଳେ ହିଂସାକାଣ୍ଡର ରୂପ ନେଇଥିଲା। ସହଦେବ ଟିକରପଡ଼ା ଗାଁରେ ଉଭୟ ଗୋଷ୍ଠୀର ଆକ୍ରମଣ ପ୍ରତିଆକ୍ରମଣରେ ଏକାଧିକ ବ୍ୟକ୍ତି ଗୁରୁତର ଆହତ ହୋଇଥିଲେ। ଏନେଇ ଉଭୟପକ୍ଷଙ୍କ ଏତଲା କ୍ରମେ କେ.ନୂଆଗାଁ ଆଇଆଇସି କିଶୋର କୁମାର ସାମଲ ନଂ.୩୮୩/୨୫ ଏବଂ ୩୮୪/୨୫ ଅନୁଯାୟୀ ପୃଥକ ମକଦ୍ଦମା ରୁଜୁ କରି ତଦନ୍ତ ଚଳାଇଥିଲେ। ବୁଧବାର ଏହି ଘଟଣାରେ ସମ୍ପୃକ୍ତ ସରପଞ୍ଚ ପ୍ରିୟଙ୍କା ନାୟକଙ୍କ ସ୍ବାମୀ ଶ୍ୟାମ ନାୟକ ଏବଂ ତାଙ୍କ ବିପକ୍ଷ ଗୋଷ୍ଠୀର କାଳୁ ଗୌଡ଼ଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଜାମିନ ଆବେଦନ ଖାରଜ ହେବାରୁ ଉଭୟ ଅଭିଯୁକ୍ତଙ୍କୁ ଜେଲ ହାଜତକୁ ପଠାଇ ଦିଆଯାଇଛି। ଗତ ପଞ୍ଚାୟତ ନିର୍ବାଚନ ପରେ ଗ୍ରାମାଞ୍ଚଳର ସମସ୍ତ ଉନ୍ନୟନ କାମ ଏମଜିଏନଆରଇଜିଏସ ଯୋଜନାରେ ଅନ୍ତର୍ଭୁକ୍ତ କରାଯାଇଥିଲା। ସରପଞ୍ଚଙ୍କ ସମର୍ଥକ ମାନେ ସେସବୁ କାମ ତଦାରଖ କରୁଥିଲେ। ପୂର୍ବତନ ସମିତି ସଭ୍ୟ ମନୋଜଙ୍କ ସମର୍ଥକ ମାନେ କାମ ନପାଇବାରୁ ସେ କ୍ଷୁବ୍ଧ ହୋଇପଡ଼ିଥିଲେ। ଏହାକୁ ନେଇ ଦୁଇ ପ୍ରତିପକ୍ଷ ଗୋଷ୍ଠୀଙ୍କ ମଧ୍ୟରେ ଶତ୍ରୁତା ଆରମ୍ଭ ହୋଇଯାଇଥିଲା। ଘଟଣା ଦିନ ମନୋଜ ସହଦେବ ଟିକରପଡ଼ା ଗ୍ରାମ ଶ୍ରୀ ଗୋକର୍ଣ୍ଣେଶ୍ୱର ଶୈବପୀଠ ବିଧାୟକଙ୍କ ହାତପାଣ୍ଠିରୁ ପ୍ରଦତ୍ତ ୨ ଲକ୍ଷ ଟଙ୍କା ବ୍ୟୟରେ ସରିଥିବା ନିର୍ମାଣ କାର୍ଯ୍ୟ ଗୁଡ଼ିକର ଫଟୋ ଉଠାଇଥିଲେ। ସରପଞ୍ଚଙ୍କ ସମର୍ଥକ ମାନେ କାହିଁକି ଫଟୋ ଉଠାଉଛ କହି ତାଙ୍କୁ ଗାଳି ଗୁଲଜ କରିଥଲେ। ମନୋଜ ସେଠାରୁ ଯାଇ କାଳୁଙ୍କ ଦୋକାନ ସମ୍ମୁଖରେ ବସିଥିଲେ। ସରପଞ୍ଚ ଙ୍କ ସ୍ବାମୀ ସେଠାକୁ ଯାଇ ପଚାରିବାରୁ ତାଙ୍କୁ ମନୋଜ ଏବଂ ତାଙ୍କ ସମର୍ଥକ ମାନେ ସଂଘବଦ୍ଧ ଆକ୍ରମଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri