ପାର୍କିଂ ଶୁଳ୍କକୁ ନେଇ ଗୋଷ୍ଠୀ ସଂଘର୍ଷ, ପଇସା ମାଗିବାରୁ ୩ ଯୁବକ…

ଛତ୍ରପୁର, ୨୮।୭ (ଦିଲ୍ଲୀପ ସାମଲ/ ଦ୍ୱାରକା ପଟ୍ଟନାୟକ) : ସ୍ଥାନୀୟ ତାମ୍ପରା ବୋଟିଂ କ୍ଲବ ନିକଟ ପାର୍କିଂରେ ପଇସାକୁ କେନ୍ଦ୍ର କରି ଯୁବକଙ୍କ ଭିତରେ ବଚ୍‌ସାରୁ ଗଣ୍ଡଗୋଳ ସୃଷ୍ଟି ହୋଇଛି। ଛତ୍ରପୁର ଥାନାଧିକାରୀ ସବ୍ୟସାଚୀ ମଲ୍ଲଙ୍କ ସୂଚନା ଅନୁଯାୟୀ ବିଘ୍ନରାଜ ସାହୁ ଦୁଇ ଚକିଆ ଯାନବାହାନ ପାର୍କିଂ ବାବଦରେ ପଇସା ଆଦାୟ କରୁଥିଲେ। ଛତ୍ରପୁର ଅଞ୍ଚଳର ତିନୋଟି ଯୁବକ ଟୁକୁନା ଆଚାରୀ, ଜିତେନ୍ଦ୍ର କୁମାର ସେନାପତି ଏବଂ ଜେ. ନରେଶ ଆଚାରୀ ନିଜ ଗାଡ଼ି ରଖିଲା ବେଳେ ବିଘ୍ନରାଜ ତାଙ୍କୁ ପଇସା ମାଗିଥିଲେ। କିନ୍ତୁ ସେହି ଯୁବକମାନେ ପଇସା ଦେବାକୁ ମନା କରିଦେଇଥିଲେ। ଏହାକୁ କେନ୍ଦ୍ର କରି ସେମାନଙ୍କ ମଧ୍ୟରେ ବଚ୍‌ସା ହୋଇଥିଲା। ପାଟିତୁଣ୍ଡ ବଢ଼ି ଗୋଷ୍ଠୀ ସଂଘର୍ଷରେ ପରିଣତ ହୋଇଥିଲା ଏବଂ ସେମାନେ ମିଶି ବିଘ୍ନରାଜଙ୍କୁ ପିଟିଥିଲେ। ପରେ ବିଘ୍ନରାଜ ଛତ୍ରପୁର ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଏହି ଆଧାରରେ ଥାନାରେ ୩୧୩/୨୦୨୬ ରେ ଏକ ମାମଲା ରୁଜୁ କରି ଥାନାଧିକାରୀ ମଲ୍ଲ ତଦନ୍ତ ଆରମ୍ଭ କରିଥିଲେ। ଅଭିଯୁକ୍ତଙ୍କୁ ସୋମବାର ଗିରଫ କରି କୋର୍ଟ ଚାଲାଣ କରିଛନ୍ତି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

‘ସୁପ୍ରିମ କୋର୍ଟଙ୍କ ସର୍ତ୍ତ ଗ୍ରହଣୀୟ ନୁହେଁ,’ ସରକାରଙ୍କୁ ସମାଲୋଚନା ସହ ଅଲଟିମେଟମ ଦେଲା CJP

ନୂଆଦିଲ୍ଳୀ,୨୯।୭: କକ୍ରୋଚ ଜନତା ପାର୍ଟି (CJP) ମଙ୍ଗଳବାର କହିଛି ଯେ ସୁପ୍ରିମକୋର୍ଟଙ୍କ ମଧ୍ୟବର୍ତ୍ତୀକାଳୀନ ଆଦେଶ ପ୍ରତିବାଦ ସମୟରେ ପଞ୍ଜିକୃତ FIR ଗୁଡ଼ିକର ତଦନ୍ତ ଜାରି ରଖିବା ପାଇଁ…

ବରଗଡ଼ ଜଳାର୍ଣ୍ଣବ: ଗ୍ରାମାଞ୍ଚଳଠୁ ସହରାଞ୍ଚଳ ଜନଜୀବନ ପ୍ରଭାବିତ

ବରଗଡ଼,୨୯।୭(ପ୍ରେମାନନ୍ଦ ଖମାରୀ): ଲଗାଣ ବର୍ଷାରେ ବରଗଡ଼ ଜଳାର୍ଣ୍ଣବ ହୋଇ ପଡ଼ିଛି। ଜିଲାର ଗ୍ରାମାଞ୍ଚଳଠୁ ସହରାଞ୍ଚଳ ପର୍ଯ୍ୟନ୍ତ ଜନଜୀବନ ପ୍ରଭାବିତ ହୋଇଛି। ଗଳିକନ୍ଦି ରାସ୍ତା ଜଳମଗ୍ନ ହୋଇପଡ଼ିଛି ।…

ଭାଙ୍ଗିଲା ରିଙ୍ଗ ରୋଡ଼ : ୨୦ ଫୁଟ୍‌ ଘାଇ କରି ପଶିଲା ପାଣି, ୫୦ରୁ ଅଧିକ ପରିବାର ସ୍ଥାନାନ୍ତର

ବଞ୍ଚୋ,୨୯।୭ (ପ୍ରଦୋଷ ବିଶ୍ୱାଳ/ସୁଶାନ୍ତ ସାହୁ ): ଲଗାଣ ବର୍ଷା ଓ ବୈତରଣୀ ନଦୀର ଜଳସ୍ତର ବୃଦ୍ଧି ପରେ ଆଜି ଭୋର ପ୍ରାୟ ୪ଟାରୁ ଆନନ୍ଦପୁର ସହରରେ ବନ୍ୟା…

କାଳୀ ମନ୍ଦିରରୁ ଚୋରି ଘଟଣା: ଗଞ୍ଜାମ ଏସ୍‌ପିଙ୍କ ଦ୍ୱାରସ୍ଥ ହେଲେ ମନ୍ଦିର ପରିଚାଳନା କମିଟି ସଦସ୍ୟ, କହିଲେ…

ଛତ୍ରପୁର, ୨୮।୭ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟନାୟକ ) : ଚଳିତ ବର୍ଷ ଜୁଲାଇ ୪ ତାରିଖ ମଧ୍ୟ ରାତ୍ରରେ ଗଞ୍ଜାମ ଜିଲା ତାରାସିଂ ଥାନା ଅନ୍ତର୍ଗତ ଗାଲେରି…

ଶାରୀରିକ ସମ୍ପର୍କ ନ ରଖିଲେ ମାରିଦେବି ସ୍ବାମୀକୁ, ଧମକ ଦେଇ ବିବାହିତା ମହିଳାଙ୍କୁ…

ଦେବଗଡ, ୨୯।୭ (ଶଶାଙ୍କ ଶେଖର ଝାଙ୍କର): ବିଭିନ୍ନ ଧମକ ଚମକ ଦେଇ ଜନୈକା ବିବାହିତା ମହିଳାଙ୍କୁ ବଳାତ୍କାର ଅଭିଯୋଗରେ ଦେବଗଡ ପୋଲିସ ଅଭିଯୁକ୍ତକୁ ଗିରଫ କରି କୋର୍ଟଚାଲାଣ…

ସାର-ବିହନ ବିକ୍ରି ଅନିୟମିତତା: ୯ ଡିଲରଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୨୯।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ ଚାଷକାର୍ଯ୍ୟ ଚାଲିଛି। ତେବେ ଚାଷ କାର୍ଯ୍ୟ ଆରମ୍ଭରୁ ସାର, ବିହନ ବିକ୍ରିରେ କଳାବଜାର ସମେତ ବିଭିନ୍ନ ଅନିୟମିତତା ଚାଷୀମାନଙ୍କୁ ଚିନ୍ତାରେ…

ପ୍ରକାଶ ପାଇଲା ସମ୍ବଲପୁର, ପୁରୀ ମେୟର ପଦର ସଂରକ୍ଷଣ ଚିଠା

ଭୁବନେଶ୍ୱର,୨୯ା୭(ସୁନିତ୍‌ ମିଶ୍ର): ରାଜ୍ୟ ସରକାରଙ୍କ ପକ୍ଷରୁ ପଞ୍ଚାୟତ ଓ ପୌର ନିର୍ବାଚନ ପ୍ରକ୍ରିୟା ତ୍ୱରାନ୍ବିତ କରାଯାଇଛି। ଏନେଇ ନିକଟରେ ରାଜ୍ୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ବୈଠକ…

ଧର୍ମେନ୍ଦ୍ରଙ୍କୁ ସ୍ବାଗତ କଲେ ଭାଜପାର ଏସବୁ ନେତା: ବିରୋଧୀ କହିଲେ ବରାଦିଆ

ଭୁବନେଶ୍ୱର,୨୯।୭ (ସୁନିତ୍‌ ମିଶ୍ର):ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣାରେ କକ୍‌ରୋଚ୍‌ ଜନତା ପାର୍ଟି(ସିଜେପି)ର ପ୍ରବଳ ବିରୋଧ ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିବା ସମ୍ବଲପୁର ଏମ୍‌ପି ଧର୍ମେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri