ସୁନ୍ଦରଗଡ଼,୧୬ା୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଟାଉନ ଥାନା ଅଧୀନ ରିଜେଣ୍ଟ ମାର୍କେଟରେ ଗୋମାଂସ ବିକ୍ରିକୁ କେନ୍ଦ୍ର କରି କିଛି ଲୋକ ବିରୋଧ କରିଥିଲେ । ଏହାକୁ ନେଇ ୨ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟିଥିଲା। ସଂଘର୍ଷରେ ୪ ପୋଲିସ କର୍ମଚାରୀ ଙ୍କ ସମେତ ୧୨ ଜଣ ଆହତ ହୋଇଥିଲେ। ଏପରିକି ସ୍ଥିତି ଗମ୍ଭୀର ହେବାକୁ ଜିଲା ପ୍ରଶାସନ ପକ୍ଷରୁ ବିଏନ୍ଏସ୍ ୧୬୩ ଧାରା ଲାଗୁ କରାଯିବା ସହ କୌଣସି ପ୍ରକାର ଉତ୍ତେଜନାମୂଳକ ସନ୍ଦେଶ ପ୍ରଚାର ନ କରାଯିବା ଉଦ୍ଦେଶ୍ୟରେ ସନ୍ଧ୍ୟା ୬ଟାରୁ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ସେବା ବନ୍ଦ ରଖାଯାଇଛି। ଏଭଳିସ୍ଥିତିରେ ଶୁକ୍ରବାର ସୁନ୍ଦରଗଡ଼ ଜିଲାପାଳଙ୍କ ଅଧ୍ୟକ୍ଷତାରେ ଏକ ଶାନ୍ତି କମିଟି ବୈଠକ ହୋଇଥିଲା।
ବୈଠକରେ ପଶ୍ଚିମାଞ୍ଚଳ ଡିଆଇଜି, ଏସ୍ପି, ଉଭୟ ପକ୍ଷର ବ୍ୟକ୍ତି ଉପସ୍ଥିତ ରହିଥିଲେ। ବୈଠକରେ ସହରରେ କିପରି ଉତ୍ତେଜନା ହ୍ରାସ ପାଇଁ ଶାନ୍ତି ଫେରି ପାଇବ ସେନେଇ ଆଲୋଚନା କରାଯାଇଥିଲା। ଅନ୍ୟପକ୍ଷେ ସୁନ୍ଦରଗଡ଼ ସହରରେ ୧୬୩ ଲାଗୁ ସହ ଇଣ୍ଟରନେଟ ସେବା ବନ୍ଦ ରହିଛି।

