କମ୍ୟୁନିଟି କମ୍ପୋଷ୍ଟ ପିଟ୍‌ କେନ୍ଦ୍ର ବାଟବଣା

ସଇଁତଳା,୨୫ା୫(ଡି.ଏନ.ଏ.): ବଲାଙ୍ଗୀର ଜିଲା ସଇଁତଳା ବ୍ଲକର ୨୨ପଞ୍ଚାୟତରେ ଗତ ୨୦୨୨-୨୩ ମସିହାରେ ସ୍ବଚ୍ଛ ଭାରତ ମିଶନ (ଗ୍ରାମୀଣ) ଯୋଜନାରେ ୫୦ ଲକ୍ଷ ଟଙ୍କା ବ୍ୟୟରେ କମ୍ୟୁନିଟି କମ୍ପୋଷ୍ଟ ପିଟ୍‌ କେନ୍ଦ୍ରମାନ ନିର୍ମାଣ ହୋଇଛି । ଯୋଜନାକୁ କାର୍ଯ୍ୟକାରୀ କରିବାପାଇଁ ପଞ୍ଚାୟତମାନଙ୍କୁ ଆବଶ୍ୟକ ପାଣ୍ଠିର ଅଭାବ ଯୋଗୁଁ ଏହି ଯୋଜନା ବାଟବଣା ହୋଇଥିବା ସରପଞ୍ଚମାନେ କହୁଛନ୍ତି। ଗାଁ ପରିବେଶରେ ସ୍ବଚ୍ଛତା ଆଣିବା ପାଇଁ ଏହି ଯୋଜନାରେ ଗ୍ରାମାଞ୍ଚଳରେ ପ୍ରତ୍ୟେକ କେନ୍ଦ୍ର ନିର୍ମାଣ ପାଇଁ ୨୦ହଜାର ଟଙ୍କା ଏବଂ ପଞ୍ଚାୟତ ମୁଖ୍ୟାଳୟରେ ଅଞ୍ଚଳରେ ଏକ ଲକ୍ଷ ୯୫ ହଜାର ଟଙ୍କା ବ୍ୟୟ ହୋଇଛି। ଏହି ପିଟ କେନ୍ଦ୍ରମାନଙ୍କରେ ପଡୁଥିବା ଆବର୍ଜନାକୁ ଅଲଗା ଅଲଗା କରି ବ୍ୟବହାର ଉପଯୋଗୀ କରିବା ପାଇଁ ସ୍ବୟ ସହାୟକ ଗୋଷ୍ଠୀମାନଙ୍କୁ ଦାୟିତ୍ୱ ଦିଆସରିଛି। କିନ୍ତୁ ଏସ୍‌ଏଚ୍‌ଜିମାନଙ୍କୁ ପଞ୍ଚାୟତ ତରଫରୁ ଆର୍ଥିକ ରାଶି ପ୍ରଦାନର ବ୍ୟବସ୍ଥା ବର୍ତ୍ତମାନ ପର୍ଯ୍ୟନ୍ତ ହୋଇପାରି ନ ଥିବାରୁ ଏହି ଯୋଜନା କାର୍ଯ୍ୟକାରୀ ହୋଇପାରୁ ନ ଥିବା ଗ୍ରାମ ପଞ୍ଚାୟତ ଅଧିକାରୀ ପଦ୍ମକାନ୍ତ ପାଣିଗ୍ରାହୀ କହିଛନ୍ତି। ଏହି କେନ୍ଦ୍ର ମାନ ନିର୍ମାଣ ସମୟରେ ଅତ୍ୟନ୍ତ ନିମ୍ନମାନର କାମ ହୋଇଥିବା ତଥା କାହାକୁ ଦାୟିତ୍ୱ ହସ୍ତାନ୍ତର କରାଯାଇ ନ ଥିବାରୁ ଅନେକ କେନ୍ଦ୍ରର ଆଜବେଷ୍ଟସ ଚୋରି ହୋଇଯାଇଥିବାବେଳେ କେତେକ ସ୍ଥାନରେ କେନ୍ଦ୍ର ଭାଙ୍ଗିଯାଇଥିବା ସାଧାରଣରେ ଅଭିଯୋଗ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସେପ୍ଟେମ୍ବର ୨୦୨୬ ମାସିକ ରାଶିଫଳ: ବଦଳିବ ଏହି ରାଶିଙ୍କ ଭାଗ୍ୟ, ଜାଣନ୍ତୁ ୧୨ ରାଶି ପାଇଁ କେମିତି ରହିବ ମାସ

ଜ୍ୟୋତିଷ ଦୃଷ୍ଟିରୁ ସେପ୍ଟେମ୍ବର ୨୦୨୬ ଏକ ଗୁରୁତ୍ୱପୂର୍ଣ୍ଣ ମାସ ହେବାକୁ ଯାଉଛି। ଏହି ମାସରେ ଅନେକ ପ୍ରମୁଖ ଗ୍ରହ ରାଶି ପରିବର୍ତ୍ତନ କରିବେ। ଏହାର ପ୍ରଭାବ ୧୨ଟି…

ମୋଦିଙ୍କ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ନେଇ ମାନସମନ୍ଥନ: ୭୦+ ମନ୍ତ୍ରୀଙ୍କ କଟିବ ପତ୍ତା! ଯୁବ-ମହିଳାଙ୍କୁ ମିଳିବ…

ନୂଆଦିଲ୍ଲୀ,୨୭।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ୍ତ୍ରିମଣ୍ଡଳରେ ଖୁବଶୀଘ୍ର ବଡ଼ ପରିବର୍ତ୍ତନ ହୋଇପାରେ। ସମ୍ଭାବ୍ୟ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣରେ ଯୁବ ଓ ମହିଳାଙ୍କୁ ଅଧିକ ସ୍ଥାନ ଦେବା ଉପରେ ଗୁରୁତ୍ୱ…

ନେପାଳ ବନ୍ୟାରେ ଫସି ରହିଥିବା ଭାରତୀୟଙ୍କ ପାଇଁ MEA ଜାରି କଲା ହେଲପ ଲାଇନ

ନୂଆଦିଲ୍ଲୀ,୨୭।୮: ବୁଧବାର ନେପାଳର ରାସୁୱା ଜିଲାର ତିବ୍ଦତ ସୀମା ନିକଟରେ ହଠାତ ବନ୍ୟା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଛି। ରିପୋର୍ଟ ଅନୁଯାୟୀ ଏବେ ପର୍ଯ୍ୟନ୍ତ ଅତି କମରେ…

ଧନିଷ୍ଠା ନକ୍ଷତ୍ରର ସଂଯୋଗରେ ଚମକିବ ଭାଗ୍ୟ: ମିଥୁନ, ସିଂହ ସମେତ ଏହି ରାଶି ହେବେ ମାଲାମାଲ!

୨୭ ଅଗଷ୍ଟ ଗୁରୁବାର ଦିନ ଗ୍ରହ-ନକ୍ଷତ୍ରର ସ୍ଥିତି ଅନେକ ରାଶି ପାଇଁ ଶୁଭ ଫଳ ଆଣିବ। ଚନ୍ଦ୍ରମା ଧନିଷ୍ଠା ନକ୍ଷତ୍ର ଦେଇ ମକରରୁ କୁମ୍ଭ ରାଶିକୁ ପ୍ରବେଶ…

ବାଇକ-ବଳଦ ମୁହାଁମୁହିଁ ଧକ୍କା: ଯୁବକ ଗୁରୁତର, ଘଟଣାସ୍ଥଳରେ ବଳଦର ମୃତ୍ୟ

ଥୁଆମୂଳ ରାମପୁର, ୨୭।୮ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର-ଭବାନୀପାଟଣା ରାସ୍ତାର କୃଷି କାର୍ଯ୍ୟାଳୟ ନିକଟସ୍ଥ ସ୍କିଲ ଡେଭଲପମେଣ୍ଟ ଟ୍ରେନିଂ ସେଣ୍ଟର ନିକଟରେ ବୁଧବାର ସା ପ୍ରାୟ ୬ଟା…

କୋଟାରେ ପୁଣି ଏନ୍‌ଇଇଟି ଆଶାୟୀଙ୍କ ଆତ୍ମହତ୍ୟା

ନୂଆଦିଲ୍ଲୀ,୨୭ା୮: ଦେଶର ଅନ୍ୟତମ ପ୍ରତିଯୋଗିତାମୂଳକ କୋଚିଂ ସହର ରାଜସ୍ଥାନ କୋଟାରେ ଆଉ ଜଣେ ୨୦ବର୍ଷୀୟ ଏନ୍‌ଇଇଟି ଆଶାୟୀ ଆତ୍ମହତ୍ୟା କରିଛନ୍ତି। ଅତ୍ୟଧିକ ପାଠ ଚାପ ଏବଂ ମାନସିକ…

ସମୟଚକ୍ରରେ ସଭ୍ୟତା

ଅନେକ ପିଢ଼ି ଧରି ପାଶ୍ଚାତ୍ୟ ଇତିହାସକୁ ଏକ ପ୍ରଗତିର କାହାଣୀ ବୋଲି କୁହାଯାଉଥିଲା। କ୍ରମଶଃ ମାନବ ଜାତି କୁସଂସ୍କାରରୁ ବିଜ୍ଞାନ ଆଡ଼କୁ, ରାଜତନ୍ତ୍ରରୁ ଗଣତନ୍ତ୍ର ଆଡ଼କୁ ଏବଂ…

ପୋଖରୀରେ ବୁଡି ବୃଦ୍ଧା ମୃତ

ଦେବଗଡ, ୨୭।୮ (ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନା ଅନ୍ତର୍ଗତ ଠିଆନାଳ ବିଡିଘାଟ ଗ୍ରାମରେ ଗୁରୁବାର ପୋଖରୀରେ ବୁଡି ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି । ମୃତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri