ଲକ୍ଷ୍ୟଠାରୁ ଦୂରରେ କମ୍ୟୁନିଟି ହଲ୍‌

ଲାଠୋର,୨୮ା୫(ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକ ଲାଠୋରରେ ରହିଛି କମ୍ୟୁନିଟି ହଲ(ଗୋଷ୍ଠୀକେନ୍ଦ୍ର)। ସେବା ସମବାୟ ସମିତି ନିକଟରେ ଲକ୍ଷାଧିକ ଟଙ୍କା ବ୍ୟୟରେ ନିର୍ମିତ ଏହି କେନ୍ଦ୍ର ଏବେ ସାଧାରଣ ଲୋକଙ୍କ କାମରେ ଆସୁନାହଁି। ଯେଉଁ ଲକ୍ଷ୍ୟ ନେଇ ଗୋଷ୍ଠୀକେନ୍ଦ୍ର ନିର୍ମାଣ କରାଯାଇଥିଲା ତାହା ପୂରଣ ହୋଇ ପାରୁନାହିଁ। ସେଠାରେ ଗତ ୪ବର୍ଷ ହେଲା ହାଟପଦା ପଡ଼ା ସରକାରୀ ପ୍ରାଥମିକ ବିଦ୍ୟାଳୟ ଚାଲିଛି। ଏପରିକି ସ୍କୁଲର ନିଜସ୍ବ କୋଠା ନିର୍ମାଣ ହୋଇଥିଲେ ମଧ୍ୟ ସ୍କୁଲ ସ୍ଥାନାନ୍ତର କରାଯାଉନାହିଁ। ଏହାକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି।
ଅଞ୍ଚଳବାସୀଙ୍କ ସାଧାରଣ ବ୍ୟବହାର ପାଇଁ ଲାଠୋରେ ନିର୍ମାଣ କରାଯାଇଥିଲା ଗୋଷ୍ଠୀ କେନ୍ଦ୍ର। କୌଣସି ଦେୟ ନ ଦେଇ ଲୋକେ ସଭା, ବୈଠକ ଓ ମାଙ୍ଗଳିକ କାର୍ଯ୍ୟ କରି ପାରୁଥିଲେ। ଘଟଣାକ୍ରମରେ ହାଟପଦା ପଡ଼ା ସରକାରୀ ପ୍ରାଥମିକ ବିଦ୍ୟାଳୟ ନିକଟରେ ଥିବା ଏକ ମୁକୁଳା ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ପିଲାଙ୍କ ଜୀବନ ପ୍ରତି ବିପଦ ସୃଷ୍ଟି କରୁଥିଲା। ସେଥି ସକାଶେ ଖପ୍ରାଖୋଲ ଗୋଷ୍ଠୀ ଶିକ୍ଷା ଅଧିକାରୀ ସେଠାରେ ପାଠ ପଢା ନକରି ଗୋଷ୍ଠୀ କେନ୍ଦ୍ରରେ ପିଲାଙ୍କୁ ନେଇ ପାଠ ପଢାଇବା ପାଇଁ ତାଙ୍କ କାର୍ଯ୍ୟାଳୟ ପତ୍ରସଂଖ୍ୟା ୧୦୧୩/ତା ୧୨ା୭ା୨୦୧୯ରିଖରେ ସମ୍ପୃକ୍ତ ବିଦ୍ୟାଳୟ ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ସେ ଅନୁସାରେ ପ୍ରଧାନ ଶିକ୍ଷୟିତ୍ରୀ ସେଠରେ ଅଦ୍ୟାବଧି ପାଠ ପଢାଉଛନ୍ତି। ଅନ୍ୟପକ୍ଷରେ ବିଦ୍ୟୁତ୍‌ ସବଷ୍ଟେଶନ ଟ୍ରାନ୍ସଫର୍ମର ଚାରିପାଖେ ବାଡା ଦିଆଯାଇଥିବା ବେଳେ ସେଠାରେ କେବୁଲ ତାର ବ୍ୟବସ୍ଥା ହୋଇସାରିଛି। ହେଲେ ବିଦ୍ୟାଳୟ କର୍ତ୍ତୃପକ୍ଷ ପ୍ରକୃତ ସ୍କୁଲସ୍ଥଳକୁ ଯାଇ ପାଠପଢା କରିବା ଦିଗରେ କୌଣସି ପଦକ୍ଷେପ ନେଉନାହାନ୍ତି। କେନ୍ଦ୍ର କୋଠା ମୁକ୍ତ କରିବା ପାଇଁ ଅନେକ ଦିନରୁ ଦାବି ହୋଇ ଆସୁଥିଲେ ମଧ୍ୟ ପ୍ରଶାସନ ମଧ୍ୟ ଏ ଦିଗରେ କୌଣସି ପଦକ୍ଷେପ ଗ୍ରହଣ କରୁନାହିଁ। ଫଳରେ ସାଧାରଣ ଲୋକ ବିଭିନ୍ନ କାର୍ଯ୍ୟକ୍ରମ କରିବାରେ ସମସ୍ୟାର ସମ୍ମଖୀନ ହେଉଛନ୍ତି। ବେସରକାରୀ ମଣ୍ଡପ, ଧର୍ମଶାଳା ଭଡ଼ା ନେଇ ଖର୍ଚ୍ଚାନ୍ତ ହେଉଥିବା ଅଭିଯୋଗ ହେଉଛି। ଏନେଇ ଖପ୍ରାଖୋଲ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ମିନକେତନ ବରିହାଙ୍କୁ ପଚାରିବାରୁ ରାଜସ୍ବ ପ୍ରଶାସନ ପକ୍ଷରୁ ସ୍କୁଲ ଜମି ସମ୍ପୂର୍ଣ୍ଣ ଡିମାରକେଶନ ପରେ ସେଠାକୁ ସ୍ଥାନାନ୍ତରଣ ବ୍ୟବସ୍ଥା କରିବୁ ବୋଲି କହିଛନ୍ତି। ତେବେ ଯଥାଶୀଘ୍ର ଗୋଷ୍ଠୀ କେନ୍ଦ୍ରକୁ ମୁକ୍ତ କରି ସାଧାରଣ ଲୋକଙ୍କ ବ୍ୟବହାରରେ ଉପଯୋଗ କରିବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri