ଦୟାନିଧିଗୁଡାଠାରେ ଗୋଷ୍ଠୀ ରେଡ଼ିଓ ଷ୍ଟେଶନ ରେଡ଼ିଓ ଡ଼ଙ୍ଗର ଉଦ୍‌ଘାଟିତ 

କୋରାପୁଟ,୨୭।୧(ଅମିତାଭ ବେହେରା):କୋରାପୁଟ ବ୍ଲକର ଦୟାନିଧି ଗୁଡାଠାରେ ଗୋଷ୍ଠୀ ରେଡିଓ ଷ୍ଟେଶନ “ରେଡିଓ ଡଙ୍ଗର” ୯୮.୨ ଉଦ୍‌ଘାଟିତ ହୋଇଯାଇଛି। ଜିଲାର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ ପ୍ରଗତିର ସମ୍ପାଦକ ପ୍ରଭାକର ଅଧିକାରୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଥିଲେ।
ଏହି ରେଡ଼ିଓ ଷ୍ଟେଶନ ଉଦ୍‌ଘାଟିତ ଦ୍ୱାରା ଏହି ଅଞ୍ଚଳର ପ୍ରାୟ ୨୦ କିମି ପରିଧିରେ ଥିବା ଗ୍ରାମର ଚାଷୀମାନେ କୃଷି ସମ୍ଭୋଧିତ ତଥ୍ୟ ଓ ଖବର ପାଇପାରିବେ ଯାହାଦ୍ୱାରା ତାଙ୍କର ଆର୍ଥିକ ଉନ୍ନତି ଘଟିବ ବୋଲି ପ୍ରଗତି ଅନୁଷ୍ଠାନର ସମ୍ପାଦକ ଅଧିକାରୀ ପ୍ରକାଶ କରିଛନ୍ତି।
ସେହିପରି ଏହି ଅବସରରେ ଉପ ମୁଖ୍ୟମନ୍ତ୍ରୀ ସିଂଦେଓ ଏଠାରେ ମାଣ୍ଡିଆ ସେବାକେନ୍ଦ୍ର, ଜୈବିକ ଗୋଷ୍ଠୀ ବିହନ ବ୍ୟାଙ୍କ ଓ ସୁଗନ୍ଧିତ ଧାନର ସ୍ବତନ୍ତ୍ର ମଣ୍ଡିର ଶୁଭାରମ୍ଭ କରିବା ସହିତ ସେଠାରେ ମହିଳା ଓ ଚାଷୀଙ୍କୁ ସମ୍ଭୋଧିତ କରିଥିଲେ। ଏହି ଅବସରରେ କୋରାପୁଟ ବିଧାୟକ ରଘୁରାମ ମାଛ, ଜିଲାାପାଳ ମନୋଜ ସତ୍ୟବାନ ମହାଜନ ପ୍ରମୁଖ ଉପସ୍ଥିତ ଥିଲେ।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭାରେ ରେଳସେବା ସମସ୍ୟା ପ୍ରସଙ୍ଗ ଉଠାଇଲେ ବରଗଡ଼ ଏମ୍‌ପି

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଲୋକ ସଭା ନିର୍ବାଚନମଣ୍ଡଳୀର ଜନସାଧାରଣଙ୍କ ବିଭିନ୍ନ ସମସ୍ୟାକୁ ଗୁରୁବାର ବରଗଡ଼ ଏମ୍‌ପି ପ୍ରଦୀପ ପୁରୋହିତ ଲୋକ ସଭାରେ ଉଠାଇଛନ୍ତି। ବିଶେଷକରି ରେଳସେବାର ବିକାଶ ଓ…

ବାସନ୍ତୀକ ନବରାତ୍ର ପୂଜା: ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ସମଲେଶ୍ବରୀ

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ): ଆଜି ଚୈତ୍ର ଅମାବାସ୍ୟା ଯୁକ୍ତ ପ୍ରତିପଦା। ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ…

ମହାପ୍ରଭୁଙ୍କ ଜମିର ଧାନବିକ୍ରି ପଞ୍ଜୀକରଣକୁ ନା: ଏବେଠାରୁ ଘାରିଲାଣି ଧାନବିକ୍ରି ଚିନ୍ତା

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ): ରବିଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ଚାଷୀଙ୍କ ଧାନବିକ୍ରି ପଞ୍ଜୀକରଣ ଚାଲିଛି। ଶୁକ୍ରବାର ଏଥିପାଇଁ ଆବେଦନ ଅବଧି ସରିଯିବ। ଅନ୍ୟପଟେ ବରଗଡ଼ ଜିଲାର ଅନେକ ଚାଷୀ…

ପୁରାଣ କଥାରେ ସୃଷ୍ଟିତତ୍ତ୍ୱ

ଆମ ଦେଶରେ ଆମେ ଯେତେବେଳେ ସୃଷ୍ଟିର ପୌରାଣିକ କଥା ସମ୍ପର୍କରେ ବିଚାର କରୁ, ସେତେବେଳେ ସଂସ୍କୃତ କାହାଣୀ ଉପସ୍ଥାପନ କରିଥାଉ। ବିଶେଷକରି ବିଷ୍ଣୁ ଅନନ୍ତନାଗ ଉପରେ ଶୟନ…

୫ଦିନ ଝଡ଼ବର୍ଷା, କୁଆପଥର ମାଡ଼: ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୯ା୩(ଅନୁରାଧା ମହାରଣା):ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ବିଭିନ୍ନ ଜିଲାରେ ବର୍ଷା ସହ ଝଡପବନ ହେଉଥିବା ବେଳେ ଆଗାମୀ ୫ ଦିନ ଯାଏ ଏପରି ସ୍ଥିତି ଜାରି ରହିବ। ଏନେଇ…

‘ଏସ୍‌ଓପି’ ନ ମାନିଲେ ଦରମା ବନ୍ଦ: ସବୁ ବିଭାଗକୁ ତାଗିଦ୍‌, ଛଟେଇ ପ୍ରକ୍ରିୟା ଆରମ୍ଭ…

ଭୁବନେଶ୍ୱର,୧୯ା୩ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟରତ ପରାମର୍ଶଦାତାଙ୍କ ଛଟେଇ ପ୍ରକ୍ରିୟା ଆରମ୍ଭ ହୋଇଛି। ଅର୍ଥ ବିଭାଗ ପକ୍ଷରୁ ଫେବୃଆରୀ ୧୭ରେ ଏନେଇ ଏକ ଉଚ୍ଚସ୍ତରୀୟ…

ପାରାଦୀପରେ ଲାଗିଲା ତୈଳ ଜାହାଜ: ମିଳିଲା ବଡ଼ ଆଶ୍ୱସ୍ତି, ହର୍ମୁଜ ଦେଇ…

ପାରାଦୀପ,୧୯।୩(ଶରତ ରାଉତ):ଯୁଦ୍ଧ ପ୍ରଭାବିତ ଦେଶ ଓମାନ୍‌ରୁ ଏକ ଅଶୋଧିତ ତୈଳ ବୋଝେଇ ଜାହାଜ ମେରାଇନ ଟ୍ୟାଙ୍କର(ଏମ୍‌ଟି)ଫ୍ଲୋରା ପାରାଦୀପ ବନ୍ଦର ସିଙ୍ଗଲ ପଏଣ୍ଟ ମୋରିଂସିଷ୍ଟମ(ଏସ୍‌ପିଏମ୍‌) ୩ରେ ବୁଧବାର ଲାଗିଛି।…

ମା’ ସମଲେଶ୍ୱରୀଙ୍କ ବାସନ୍ତୀକ ନବରାତ୍ର ପୂଜା ଆରମ୍ଭ: ସମ୍ପନ୍ନ ହେଲା ପାରମ୍ପରିକ ‘ଖଣ୍ଡାଧୁଆ’ ନୀତି

ବରଗଡ଼, ୧୮/୩ (ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ପୀଠରେ ପବିତ୍ର ଚୈତ୍ର ନବରାତ୍ର ବା ବାସନ୍ତୀକ ନବରାତ୍ର ପୂଜା ପାଇଁ ଶୁଭାରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri