Posted inଜାତୀୟ

ଆରମ୍ଭ ହେଲାଣି ଗୋଷ୍ଠୀ ସଂକ୍ରମଣ

ନୂଆଦିଲ୍ଲୀ,୧୯ା୭: ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ଟପିଥିବାବେଳେ ଦେଶରେ ଗୋଷ୍ଠୀ ସଂକ୍ରମଣ ଆରମ୍ଭ ହୋଇଥିବା ଭାରତୀୟ ମେଡିକାଲ ସଂଘ (ଆଇଏମ୍‌ଏ) ଅନୁଭବ କରୁଛି। କରୋନା ସଂକ୍ରମଣ ଏବେ ବିସ୍ଫୋରକ ରୂପ ଧାରଣ କଲାଣି ବୋଲି ଆଇଏମ୍‌ଏ ହସ୍ପିଟାଲ ବୋର୍ଡ ଅଫ୍‌ ଇଣ୍ଡିଆର ଅଧ୍ୟକ୍ଷ ଡ. ଭି.କେ. ମୋଙ୍ଗା କହିଛନ୍ତି। ପ୍ରତିଦିନ ୩୦ ହଜାରରୁ ଅଧିକ ଲୋକ ସଂକ୍ରମିତ ହେଉଛନ୍ତି। ଏହା ଅତ୍ୟନ୍ତ ସଙ୍ଗିନ୍‌ ସ୍ଥିତି ବୋଲି ସେ ମତ ଦେଇଛନ୍ତି। ଏବେ ଏହା ଗ୍ରାମାଞ୍ଚଳକୁ ବ୍ୟାପିବା ଆରମ୍ଭ ହୋଇଛି। ଏହା ଖରାପ ଲକ୍ଷଣ ଏବଂ ଗୋଷ୍ଠୀ ସଂକ୍ରମଣର ଆଭାସ ବୋଲି ଡ. ମୋଙ୍ଗା କହିଛନ୍ତି। ଗ୍ରାମାଞ୍ଚଳକୁ ସଂକ୍ରମଣ ବ୍ୟାପିଯିବା ପରେ ପରିସ୍ଥିତିକୁ ନିୟନ୍ତ୍ରଣ କରିବା କଷ୍ଟକର ହୋଇପଡ଼ିବ। ମହାରାଷ୍ଟ୍ର, କର୍ନାଟକ, କେରଳ, ଗୋଆ, ମଧ୍ୟପ୍ରଦେଶର ଆଭ୍ୟନ୍ତରୀଣ ଅଞ୍ଚଳ ଏବେ କରୋନାରେ ନୂଆ ହଟ୍‌ସ୍ପଟ୍‌ ହୋଇଥିବା ଆଇଏମ୍‌ଏ ପକ୍ଷରୁ କୁହାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ୩୪,୮୮୪ ନୂଆ ମାମଲା ସାମ୍ନାକୁ ଆସିଥିବାବେଳେ ୬୭୧ ଜୀବନ ଯାଇଛି। ଦେଶରେ ଏଥିସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦.୫୦ ଲକ୍ଷରୁ ଅଧିକ ହୋଇଛି। ମୋଟ ୨୬,୫୦୦ ଲୋକ ପ୍ରାଣ ହରାଇଥିବାବେଳେ ସବୁଆଡ଼େ ଆତଙ୍କ ପରିସ୍ଥିତି ଦେଖାଦେଇଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ମୁତାବକ ୬.୫୪ ଲକ୍ଷ ଲୋକ ସୁସ୍ଥହୋଇ ଘରକୁ ଫେରିଛନ୍ତି। ଏବେ ଆକ୍ଟଭ୍‌ ମାମଲା ୩.୫୮ ଲକ୍ଷ ରହିଥିବା ଜଣାପଡ଼ିଛି। ବହୁମାତ୍ରାରେ ନୂଆ ମାମଲା ଦେଖାଦେବା ପରେ ସୁସ୍ଥହାର ସାମାନ୍ୟ କମି ୬୨.୯୩% ରହିଛି।
ମହାରାଷ୍ଟ୍ର, ତାମିଲନାଡ଼ୁ, ଦିଲ୍ଲୀ, କର୍ନାଟକ ଆଦି ରାଜ୍ୟର ପରିସ୍ଥିତି ଭୟଙ୍କର ହେବାରେ ଲାଗିଛି।କେବଳ ମହାରାଷ୍ଟ୍ରରେ ୩ ଲକ୍ଷ ଲୋକ ଭୂତାଣୁ ଆକ୍ରାନ୍ତ ହୋଇଥିବାବେଳେ ୧୧,୪୫୦ ଲୋକ ପ୍ରାଣ ହରାଇଛନ୍ତି। ଏଠାରେ ଦିନକରେ ୮ ହଜାରରୁ ଊର୍ଦ୍ଧ୍ୱ ନୂଆ ମାମଲା ଚିହ୍ନଟ କରାଯାଇଛି। ତାମିଲନାଡ଼ୁରେ ୧.୬୦ ଲକ୍ଷ ସଂକ୍ରମିତ ହୋଇଥିବା ବେଳେ ମୃତ୍ୟୁସଂଖ୍ୟା ୨,୩୧୫କୁ ବୃଦ୍ଧିପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିହାରରେ ବନ୍ୟା: ୨୨ ଲକ୍ଷ ପ୍ରଭାବିତ

ପାଟନା,୭ା୯(ପି.ଟି.): ବିହାର ଓ ଝାଡ଼ଖଣ୍ଡରେ ପ୍ରବଳ ବର୍ଷା ଲାଗିରହିଥିବାରୁ ନଦୀଗୁଡ଼ିକ ବିପଦ ସଙ୍କେତ ଉପରେ ପ୍ରବାହିତ ହେବା ସହ ୨୨ ଲକ୍ଷରୁ ଊର୍ଦ୍ଧ୍ୱ ଲୋକ ବନ୍ୟା ପ୍ରଭାବିତ…

ଇରାନର ତୈଳ ଜାହାଜ ଉପରେ ଆମେରିକାର ବଡ଼ ଆକ୍ରମଣ

ଓ୍ବାଶିଂଟନ,୫ା୯: ଇରାନର ଇସ୍‌ଲାମିକ ରିଭଲ୍ୟୁଶନାରି ଗାର୍ଡ କର୍‌ (ଆଇଆର୍‌ଜିସି) ଆମେରିକା ନୌସେନାର ୨ ଯୁଦ୍ଧଜାହାଜକୁ ଟାର୍ଗେଟ କରି କ୍ଷେପଣାସ୍ତ୍ର ଛାଡ଼ିବା ପରେ ଆମେରିକା ସେନା ଅଶୋଧିତ ତୈଳ…

ଭୂସ୍ଖଳନ ଘଟି ଚାମେଲିଆ ନଦୀ ଗତିପଥ ଅବରୋଧ, କାଳୀ ନଦୀରେ ବଡ଼ ବନ୍ୟା ଆଶଙ୍କା

ଡେରାଡୁନ୍‌,୫ା୯: ଏକ ବଡ଼ ଧରଣର ଭୂସ୍ଖଳନ ଯୋଗୁ ନେପାଳର ଚାମେଲିଆ ନଦୀ ଆଂଶିକ ଅବରୋଧ ହୋଇ ଏକ କୃତ୍ରିମ ହ୍ରଦ ସୃଷ୍ଟି କରିଛି। ଫଳରେ ଭାରତ ପାର୍ଶ୍ୱରେ…

ଅଧିକ ମାର୍କ ଚାହୁଁଥିଲେ…JNU ପ୍ରଫେସରଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ନୂଆଦିଲ୍ଲୀ,୬ା୯: ଦିଲ୍ଲୀର ଜବାହରଲାଲ ନେହେରୁ ୟୁନିଭର୍ସିଟି (JNU)ର ଜଣେ ପ୍ରଫେସରଙ୍କ ବିରୋଧରେ ୧୧ ଜଣ ଛାତ୍ରୀ ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଏହି ଅଭିଯୋଗ ମେ’ ମାସରେ…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri