ଓମିକ୍ରନର ହୋଇଛି ଗୋଷ୍ଠୀ ସଂକ୍ରମଣ

ନୂଆଦିଲ୍ଲୀ,୧୫ ।୧: ଦେଶରେ ପ୍ରଥମଥର ପାଇଁ ଓମିକ୍ରନର ଗୋଷ୍ଠୀ ସଂକ୍ରମଣ ହୋଇଥିବା ଜଣାପଡିଛି । ରାଜଧାନୀ ଦିଲ୍ଲୀରେ ହାଇବ୍ରିଡ ଇମ୍ୟୁନିଟି ବି ଆରମ୍ଭ ହୋଇଯାଇଛି । ଏବେ ପର୍ଯ୍ୟନ୍ତ ଅନୁମାନ କରାଯାଉଥିଲା କି କରୋନାର ଓମିକ୍ରନ୍ ଭାରିଏଣ୍ଟର ଗୋଷ୍ଠୀ ସଂକ୍ରମଣ ହୋଇଛି । ହେଲେ ଏବେ ଚିକିତ୍ସା ଅଧ୍ୟୟନରୁ ଏହାର ପ୍ରମାଣ ମିଳିଛି । ୨୨ ଦିନ ପୂର୍ବରୁ ଏହା ଆରମ୍ଭ ହୋଇଥିବା ବେଳେ ଏବେ ଦୁଇଟି ଯାକ ଡୋଜ ଟିକା ନେଇଥିବା ଲୋକଙ୍କ ପାଖରେ ମଧ୍ୟ ଏହା ଦେଖାଦେଇଛି । ୨୦୨୦ରେ ବୁହାନ, ୨୦୨୧ରେ ଡେଲ୍ଟା ଭାରିଏଣ୍ଟରେ ସଂକ୍ରମିତ ହୋଇଥିବା ଲୋକେ ଟିକା ନେବା ପରେ ବି ଓମିକ୍ରନରେ ସଂକ୍ରମିତ ହୋଇଛନ୍ତି । ଏହାପରେ ସେମାନଙ୍କ ଶରୀରରେ ଇମ୍ୟୁନିଟି ତିଆରି ହେଉଛି । ଚିକିତ୍ସା ବିଜ୍ଞାନରେ ଏହାକୁ ହାଇବ୍ରିଡ ଇମ୍ୟୁନିଟି କୁହାଯାଉଛି । ଦିଲ୍ଲୀରେ ଏମିତି କେତେଜଣ ରୋଗୀଙ୍କୁ ଦେଖିବାକୁ ମିଳିଲାଣି ଯେଉଁମାନଙ୍କ ନିକଟରେ ୪-୪ଟି ସ୍ତରରେ ଇମ୍ୟୁନିଟି ବିକଶିତ ହେଉଛି । ଓମିକ୍ରନର ଗୋଷ୍ଠୀ ସଂକ୍ରମଣ ବେଳେ ହାଇବ୍ରିଡ ଇମ୍ୟୁନିଟି ଏକ ଭଲ ସଙ୍କେତ ବୋଲି କୁହାଯାଉଛି । ମିଳିଥିବା ସୂଚନା ଅନୁଯାୟୀ, ଦିଲ୍ଲୀ ବସନ୍ତ କୁଞ୍ଜ ସ୍ଥିତ ଇନଷ୍ଟିଚ୍ୟୁଟ ଅଫ୍ ଲିଭର ଆଣ୍ଡ ବିଲିୟରି ସାଇନ୍ସ(ଆଇଏଲବିଏସ)ର ଅଧ୍ୟୟନରୁ ଜଣାପଡିଛି କି ଓମିକ୍ରନ୍ ଭାରିଏଣ୍ଟର ଗୋଷ୍ଠୀ ସଂକ୍ରମଣ ହୋଇସାରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

ନେପାଳରେ ବନ୍ୟା: ୟୁପିରୁ ମିଳିଲାଣି ୧୦ ମୃତଦେହ

ଲକ୍ଷ୍ନୌ,୨୯ା୮: ନେପାଳ ବନ୍ୟାରେ ଭାସିଆସିଥିବା ୧୦ ଜଣଙ୍କ ମୃତଦେହ ପୂର୍ବ ଉତ୍ତରପ୍ରଦେଶର ଗଣ୍ଡକ ନଦୀରୁ ମିଳିଛି। ମହାରାଜଗଞ୍ଜ ଏବଂ କୁଶିନଗର ଜିଲାରୁ ୨ ଦିନରେ ୧୦ ଜଣଙ୍କ…

ନେପାଳ ବନ୍ୟାରେ ସାଙ୍ଘାତିକ ଲୁଟ୍! ଭାସିଆସିଲା ସିନ୍ଦୁକ, ଲୁଟିନେଲେ ୯୨.୭ ଲକ୍ଷ! ମୃତଦେହରୁ ବି ଚୋରି ହେଲା…

କାଠମାଣ୍ଡୁ, ୨୯।୮: ନେପାଳରେ ସମ୍ପ୍ରତି ଆସିଥିବା ବିନାଶକାରୀ ବନ୍ୟା ମଧ୍ୟରେ କିଛି ଚାଞ୍ଜଲ୍ୟକର ଘଟଣା ସାମ୍ନାକୁ ଆସିଛି। ବନ୍ୟା ପାଣିରେ ଭାସିଆସିଥିବା ଏକ ସେଫ୍‌ (ସିନ୍ଦୁକ)ରୁ ଟଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri