Posted inଜାତୀୟ

ସ୍ଥାୟୀଭାବେ ଘରେ ରହି କାମ କରିବାକୁ ଅନୁମତି ଦେଲା ଏହି କମ୍ପାନୀ!

ନୂଆଦିଲ୍ଲୀ,୩୧।୮: କରୋନା ଭାଇରସ ସଂକ୍ରମଣକୁ ଦୃଷ୍ଟିରେ ରଖି ବିଶ୍ୱର ଅଧିକାଂଶ କମ୍ପାନୀ ତା’ର କର୍ମଚାରୀଙ୍କୁ ଓ୍ବାର୍କ ଫ୍ରମ୍‌ ହୋମ୍‌ ସୁବିଧା ଯୋଗାଇ ଦେଇଛି। ଏମିତିକି ଗୁଗଲ ଓ ଫେସବୁକ୍‌ ତା’ର କର୍ମଚାରୀଙ୍କୁ ଆସନ୍ତା ବର୍ଷ ଜୁନ ମାସ ପର୍ଯ୍ୟନ୍ତ ଘରେ ରହି କାମ କରିବାକୁ ଅନୁମତି ପ୍ରଦାନ କରିଛି। ହେଲେ ଏବେ ସବୁକୁ ପଛରେ ପକାଇ ଦେଇଛି ଭାରତର ଏକ କମ୍ପାନୀ। ଦେଶର ଆର୍‌ପିଜି ଏଣ୍ଟର ପ୍ରାଇଜ(RPG Enterprise) ତା’ର କର୍ମଚାରୀଙ୍କୁ ସ୍ଥାୟୀଭାବେ (Permanent Work From Home) ବା ଘରେ ରହି କାମ କରିବାକୁ ଅନୁମତି ପ୍ରଦାନ କରିଛି। ଏମିତି ନିଷ୍ପତ୍ତି ନେବାରେ ଏହା ଦେଶର ପ୍ରଥମ କମ୍ପାନୀ ବୋଲି କୁହାଯାଉଛି। ଏହି କମ୍ପାନୀର ସେଲ୍ସ କର୍ମଚାରୀଙ୍କୁ ଏଭଳି ସୁବିଧା ଦିଆଯାଉଛି। ଏହା ସେ୍ଯଯେମ୍ବର ୧ରୁ ଲାଗୁ ହେବ ବୋଲି ଜଣାପଡିଛି। ଆର୍‌ପିଜି ଏଣ୍ଟର ପ୍ରାଇଜ ଟାୟାର, ଆଇଟି, ହେଲ୍‌ଥ, ଏନର୍ଜି, ଇନଫ୍ରାଷ୍ଟ୍ରକଚର ଓ ପ୍ଲାଣ୍ଟେଶନ କ୍ଷେତ୍ରରେ କାମ କରୁଛି। ଏହାଦ୍ୱାରା ପାଖାପାଖି ୭୫ ପ୍ରତିଶତ କର୍ମଚାରୀ ଘରେ ରହି କାମ କରିବେ ବୋଲି ଅନୁମାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ବନ୍ଧୁତାର ହାତ ବଢାଇଲା ଏହି ଦେଶ: ପାକିସ୍ତାନ ଛାନିଆ

ନୂଆଦିଲ୍ଲୀ,୨।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହୋଇଛି। ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ୩୦ ଦିନରୁ ଅଧିକ ସମୟ ବିତିଗଲାଣି। କୌଣସି ପକ୍ଷ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ; ୧୩୦୦୦ କମିଲା….

ନୂଆଦିଲ୍ଲୀ,୨।୪: ଆଜି ସୁନା ଏବଂ ରୂପା ବଜାରରେ ଏକ ବଡ଼ ହ୍ରାସ ଦେଖିବାକୁ ମିଳିଛି । ଯାହା ନିବେଶକ ଏବଂ କ୍ରେତା ଉଭୟଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି…

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କୁ ଟେନସନ ଦେଲେ ଏକଛତ୍ରବାଦୀ ଶାସକ, ‘ବିନାଶକାରୀ’ ଗେମ୍‌ ଖେଳିଲା ଉତ୍ତର କୋରିଆ

ଓ୍ବାଶିଂଟନ୍‌,୨।୪: ସମଗ୍ର ବିଶ୍ୱ ଇରାନ-ଆମେରିକା ଯୁଦ୍ଧ ଭୟରେ କବଳିତ। ମଧ୍ୟପ୍ରାଚ୍ୟ ଜଳୁଛି। ସାରା ବିଶ୍ୱରେ ତେଲ ଏବଂ ଗ୍ୟାସର ଅଭାବ ରହିଛି। ଇନ୍ଧନ ମୂଲ୍ୟ ଆକାଶଛୁଆଁ। ଏହା…

କ୍ରିକେଟର୍‌ଙ୍କ ଅଭିଯୋଗରେ ଏହି ଅଭିନେତ୍ରୀଙ୍କୁ ବାନ୍ଧିଲା ପୋଲିସ: ପଛରେ ରହିଛି ଏମିତି କାରଣ

କଲମ୍ବୋ,୨।୪: ଶ୍ରୀଲଙ୍କାର କ୍ରିକେଟର ଭାନୁକା ରାଜପକ୍ଷେ ଅଭିନେତ୍ରୀ ହର୍ଷି ରସାଙ୍ଗାଙ୍କୁ ଏକ ଆଇନଗତ ନୋଟିସ ପଠାଇଛନ୍ତି। ଏହା ପରେ ପୋଲିସ ତାଙ୍କୁ ଗିରଫ କରିଛି। ଏହି ମାମଲା…

ବିହାର ଛାଡି ଦିଲ୍ଲୀ ଯିବେ ନୀତୀଶ: ଏହିଦିନ ରାଜ୍ୟ ସଭା ଏମ୍‌ପି ଭାବେ ନେବେ ଶପଥ

ପାଟନା,୨।୪: ବିହାରରେ ନୀତୀଶ କୁମାର ଯୁଗର ଶେଷ ହେବାକୁ ଯାଉଛି। ନିକଟରେ ନୀତୀଶ କୁମାର ବିହାର ବିଧାନ ପରିଷଦରୁ ଇସ୍ତଫା ଦେଇଛନ୍ତି। ଏବେ, ଦିଲ୍ଲୀ ପାଇଁ ତାଙ୍କର…

ମୁହଁରେ କପଡ଼ା ବାନ୍ଧି ବାପାଙ୍କୁ ଲୁଟିବାକୁ ଆସିଥିଲେ ପୁଅ: ୧୦ ଲକ୍ଷ ଟଙ୍କା ନେବା ପରେ ଘଟିଲା…

ନୂଆଦିଲ୍ଲୀ,୨।୪: ଦିଲ୍ଲୀର ଲକ୍ଷ୍ମୀ ନଗର ଅଞ୍ଚଳରେ ଘଟିଥିବା ୧୦ ଲକ୍ଷ ଡକାୟତି ଘଟଣାର ସମାଧାନ ପୋଲିସ ମାତ୍ର ୨୪ ଘଣ୍ଟା ମଧ୍ୟରେ କରିଛି। ସବୁଠାରୁ ଆଶ୍ଚର୍ଯ୍ୟଜନକ କଥା…

ସକାଳୁ ସକାଳୁ ଥରିଲା ପୃଥିବୀ, ୭.୪ ତୀବ୍ରତାର ଭୂକମ୍ପ ପରେ ଲୋକେ ଘରୁ ଦୌଡି….

ଜାକାର୍ତ୍ତା,୨ା୪: ଇଣ୍ଡୋନେସିଆରେ ବଡ଼ ଧରଣର ଭୂମିକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୭.୪ ରେକର୍ଡ କରାଯାଇଛି । ଭୂମିକମ୍ପ ପରେ ସୁନାମି ଚେତାବନୀ ମଧ୍ୟ…

ଜିଲାର ସଂସ୍କୃତି ପରମ୍ପରା ପାଳନରେ ବିଭାଗର ଖାମଖିଆଲି ମନୋଭାବ: ଓଡ଼ିଶାର ବରପୁତ୍ରଙ୍କୁ ଅଣଦେଖା

ପାରଳାଖେମୁଣ୍ଡି,୨ା୪(ଗିରିଧାରୀ ପରିଚ୍ଛା): ଓଡ଼ିଶା ଦିବସରେ ଓଡ଼ିଶାର ନିର୍ମାତାଙ୍କ ମାଟିରେ ଅପମାନ ଓ ଅବହେଳା ପରିଲକ୍ଷିତ ହୋଇଛି। ଓଡ଼ିଶା ଦିବସ ପାଳନରେ ସ୍ଥାନୀୟ ବୁଦ୍ଧିଜୀବୀ ଓ ବରିଷ୍ଠ ବ୍ୟକ୍ତିମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri