ଗ୍ଲେନମାର୍କ ନାଜାଲ ସ୍ପ୍ରେ ନେଇ ଅଧିକ ତଥ୍ୟ ପ୍ରଦାନ କରିବାକୁ କହିଲା କମ୍ପାନୀ…

ନୂଆଦିଲ୍ଲୀ,୧୧।୨ : କରୋନା ସଂକ୍ରମଣକୁ ରୋକିବାରେ ନାଇଟ୍ରିକ ଅକ୍ସାଇଡ ଥିବା ନାଜାଲ ସ୍ପ୍ରେର କୌଣସି ଉପଯୁକ୍ତ ପ୍ରମାଣ ମିଳିନାହିଁ। ପର୍ଯ୍ୟାପ୍ତ ପ୍ରମାଣ ଅଭାବରୁ ଭାରତୀୟ ବଜାରରେ ଏହି ନାଜାଲ ସ୍ପ୍ରେ ବିକ୍ରୟ କରିବାକୁ ସରକାରଙ୍କ ବିଶେଷଜ୍ଞ କମିଟି ଅନୁମତି ଦେଇନାହିଁ।

ସୂଚନାନୁସାରେ, ଫାର୍ମା କମ୍ପାନୀ ଗ୍ଲେନମାର୍କ ଫାର୍ମାସ୍ୟୁଟିକାଲ୍ସ ନାଇଟ୍ରିକ ଅକ୍ସାଇଡ ଥିବା ଏକ ନାଜାଲ ସ୍ପ୍ରେ ଲଞ୍ଚ କରିବାକୁ ଚାହୁଁଛି, ଯାହା କରୋନା ସଂକ୍ରମଣକୁ ରୋକିବାରେ ପ୍ରଭାବଶାଳୀ ବୋଲି କୁହାଯାଉଛି। ଗତ ବର୍ଷ ନଭେମ୍ବର ମାସର ବୈଠକରେ ବିଶେଷଜ୍ଞ କମିଟି ଉତ୍ପାଦ ଉପରେ ପ୍ରଶ୍ନ ଉଠାଇ କମ୍ପାନୀଠାରୁ କିଛି ପ୍ରମାଣ ମାଗିଥିଲେ ମଧ୍ୟ କମିଟି ନିଷ୍ପତ୍ତି ନେଇଛି ଯେ ଏହି ନାଜାଲ ସ୍ପ୍ରେକୁ କୋଭିଡ ୧୯ ର ସୁରକ୍ଷା ଭାବରେ ବ୍ୟବହାର କରାଯାଇପାରିବ ନାହିଁ।

କମିଟିର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି ଯେ ଗ୍ଲେନମାର୍କ ଦ୍ୱାରା ନାଇଟ୍ରିକ ଅକ୍ସାଇଡ ଥିବା ନାଦ୍ଜାଲ ସ୍ପ୍ରେ ଶରୀରରେ କରୋନା ସଂକ୍ରମଣକୁ ରୋକିବାରେ ସହାୟକ ହୋଇଥାଏ ବୋଲି କମ୍ପାନୀ ପକ୍ଷରୁ କୁହାଯାଇଥିଲା। ତେବେ ଯେତେବେଳେ ଉତ୍ପାଦ ସହିତ ଜଡିତ ବୈଜ୍ଞାନିକ ତଥ୍ୟ ଏବଂ ଅନ୍ୟାନ୍ୟ ପ୍ରମାଣ ସମୀକ୍ଷା କରାଯାଇଥିଲା, ସେଗୁଡ଼ିକ ସନ୍ତୋଷଜନକ ନ ଥିଲା।।


Enter your email to get our daily news in your inbox.

All Right Reserved By Dharitri.Com

ଗୋବିନ୍ଦା-କୋମଲଙ୍କ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ଝିଅ ଟିନା, କେବଳ କଥା….

ମୁମ୍ବାଇ,୪।୧୦: ବଲିଉଡ୍ ଅଭିନେତା ଗୋବିନ୍ଦା ଏବେ ଅଭିନେତ୍ରୀ କୋମଲ ରାଣୀ ସ୍ୱର୍ଣ୍ଣକାରଙ୍କ ସହ କଥିତ ସମ୍ପର୍କକୁ ନେଇ ଚର୍ଚ୍ଚାରେ ଅଛନ୍ତି । ଗୋବିନ୍ଦା ଓ ତାଙ୍କ ପତ୍ନୀ…

ମହିଳା ସାମ୍ବାଦିକଙ୍କ ପ୍ରତି ଅସଦାଚରଣ ଅଭିଯୋଗ; ଭାଜପାକୁ ଟାର୍ଗେଟ କଲା କଂଗ୍ରେସ

ନୂଆଦିଲ୍ଲୀ,୪।୧୦: ଅକ୍ଟୋବର ୩ରେ ଦିଲ୍ଲୀର ଜନ୍ତର ମନ୍ତର ଠାରେ ଏକ ବିକ୍ଷୋଭ ପ୍ରଦର୍ଶନର ଖବର ସଂଗ୍ରହ ସମୟରେ ମହିଳା ସାମ୍ବାଦିକମାନଙ୍କ ଦ୍ୱାରା ପୋଲିସ କର୍ମଚାରୀଙ୍କ ବିରୁଦ୍ଧରେ ଅଣାଯାଇଥିବା…

ପରିଚୟ ବଦଳାଇ ଦୁଇ ବାଂଲାଦେଶୀ ଯୁବତୀ ଯାଉଥିଲେ ବେଙ୍ଗାଲୁରୁ, ବହ୍ମପୁର ରେଳଷ୍ଟେଶନରୁ ପଡ଼ିଲେ ଧରା

ବ୍ରହ୍ମପୁର,୪ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ରେଳଷ୍ଟେଶନରୁ ଦୁଇ ସନ୍ଦିଗ୍ଧ ବାଂଲାଦେଶୀ ଯୁବତୀଙ୍କୁ ଜିଆରପି ପୋଲିସ ଅଟକ ରଖି ପଚରାଉଚରା କରୁଛି। ସେମାନେ ହେଲେ ମହାମୁଦା ମଣ୍ଡଳ (୩୧)…

ପୁଣି ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ; ଶିବସେନା ସମେତ କିଏ କିଏ ସାମିଲ? ଜାଣନ୍ତୁ…

ମୁମ୍ବାଇ,୪।୧୦: ଶିବସେନା (ୟୁବିଟି) ମୁଖ୍ୟ ଉଦ୍ଧବ ଠାକରେ ଏବଂ ମହାରାଷ୍ଟ୍ର ନବନିର୍ମାଣ ସେନା (ଏମଏନଏସ) ମୁଖ୍ୟ ରାଜ ଠାକରେ ରବିବାର (ଅକ୍ଟୋବର ୪), ମୁମ୍ବାଇରେ ମୁଖ୍ୟ ନିର୍ବାଚନ…

ଚେକ୍‌ ବାଉନ୍ସ ମାମଲା: ସୁଧମୂଳ ସହ ୪୨.୫୦ ଲକ୍ଷ ଟଙ୍କା ଫେରାଇବେ ଆର୍‌ଆଇ, ଜରିମାନା ଅର୍ଥ ଅନାଦେୟ ହେଲେ…

ଭଞ୍ଜନଗର,୪ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଏମ୍‌ଏଫ୍‌ସି କୋର୍ଟରେ ଏକ ଚେକ୍‌ ବାଉନ୍ସ ମାମଲାର ବିଚାରଣ କରାଯାଇ ରାୟ ପ୍ରକାଶ ପାଇଛି। ମାମଲାର ଅଭିଯୁକ୍ତ ରାଜସ୍ବ ନିରୀକ୍ଷକ…

ପ୍ରସ୍ତୁତ କରୁଥିଲେ ଦେଶୀ ମଦ, ୨ ଜଣଙ୍କୁ ବାନ୍ଧି କୋର୍ଟ ପଠାଇଲା ଅବକାରୀ ପୋଲିସ

କେସିଙ୍ଗା,୪ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାର ଉପନିରୀକ୍ଷକ ମଳୟ କୁମାର ପ୍ରଧାନଙ୍କ ନେତୃତ୍ୱରେ ବ୍ଲକର କୁଣ୍ଢାବନ୍ଧ ଅଞ୍ଚଳରେ ଶନିବାର ସନ୍ଧ୍ୟାରେ ପାଟ୍ରୋଲିଂ କରୁଥିବା ସମୟରେ…

ଅପହଞ୍ଚ ଗାଁରେ ଆଶାର କିରଣ: ସ୍ୱାବଲମ୍ବୀ ହେବେ ସାନ୍ତାଳୀ ମହିଳା, ମିଶନ ଶକ୍ତିରେ ଯୋଡ଼ି ହୋଇ…

ମହାକାଳପଡ଼ା,୪ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳ ସମୁଦ୍ର ତଟରେ ଅବସ୍ଥିତ ଅପହଞ୍ଚ ସାନ୍ତାଳୀ ଗ୍ରାମ ‘ପାଣିଖିଆ’। ଅନାଦି କାଳରୁ ଏହି ଗ୍ରାମର ସାନ୍ତାଳୀ…

ଆଗକୁ ପଞ୍ଚାୟତ ନିର୍ବାଚନ: ଜିତିବା ପାଇଁ ଭାଜପା କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ରାଜ୍ୟ ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ

ଭୁବନେଶ୍ୱର,୪ା୧୦: ରାଜ୍ୟରେ ଆଗକୁ ଆସୁଛି ପଞ୍ଚାୟତ ନିର୍ବାଚନ। ଗ୍ରାମାଞ୍ଚଳରେ ଦଳର ସଂଗଠନକୁ ଆହୁରି ସୁଦୃଢ଼ କରିବା ଏବଂ ନିର୍ବାଚନୀ ମଇଦାନରେ ସଫଳତା ହାସଲ କରିବା ପାଇଁ ଭାରତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?