କମ୍ପାନୀ ବସ୍‌ -ହାଇଓ୍ବା ଧକ୍କା: ମୃତ୍ୟ ସଂଖ୍ୟା ୭କୁ ବୃଦ୍ଧି

ଝାରସୁଗୁଡ଼ା ଅଫିସ୍‌,୧୭।୯: ଝାରସୁଗୁଡ଼ା ଜିଲା ସଦର ଥାନା ବାଇପାସ୍‌ ପାଓ୍ବାର ହାଉସ୍‌ ନିଖିଳଢାବା ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସମ୍ବଲପୁର ଜିଲାର ଠେଲକୁଲିସ୍ଥିତ ଭୂଷଣ ଜେଏସ୍‌ଡବ୍ଲ୍ୟୁ କମ୍ପାନୀର ୧୫ନଂ. ବସ୍‌କୁ କୋଇଲା ବୋଝେଇ ହାଇଓ୍ବା ଧକ୍କା ଦେଇଛି। ବର୍ତ୍ତମାନ ସୁଦ୍ଧା କମ୍ପାନୀର ୭ଜଣ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ବସ୍‌ କର୍ମଚାରୀମାନଙ୍କୁ ଧରି ଠେଲକୁଲିରୁ ଝାରସୁଗୁଡା ଆସୁଥିବା ବେଳେ ଏହି ଦୁର୍ଘଟଣା ଘଟିଛି। ଏହି ବସ୍‌ରେ ୫୦ରୁ ଅଧିକ କର୍ମଚାରୀ ଥିଲେ। ସେମାନଙ୍କ ମଧ୍ୟରୁ ୨୮ଜଣ ଗୁରୁତର ଆହତ ହୋଇଛନ୍ତି। କେତେଜଣଙ୍କୁ ଝାରସୁଗୁଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟ ଓ ଆଉ କେତେଜଣଙ୍କୁ ଝାରସୁଗୁଡ଼ାର ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସା କରାଯାଉଛି। ସେମାନଙ୍କ ମଧ୍ୟରୁ ୧୪ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ବୁର୍ଲା ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି। ଅନ୍ୟପକ୍ଷେ ମୃତ୍ୟୁସଂଖ୍ୟା ଆହୁରି ବୃଦ୍ଧି ପାଇବ ବୋଲି ଆଶଙ୍କା କରାଯାଉଛି।

ମୃତ କର୍ମଚାରୀମାନେ ହେଲେ ରାଜେନ୍ଦ୍ର ତିଓ୍ବାରୀ, ସେର୍‌ ବାହାଦୁର, ପ୍ରୀତିପାଲ ସିଂହ, ପଙ୍କଜ ଝା, ଧନ କୁମାର ରାୟ, ରାଜେଶ ସିଂହ, ସୁରଥ ଠାକୁର। କର୍ମଚାରୀଙ୍କ ମୃତଦେହକୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ରଖାଯାଇଛି।

ଜିଲାପାଳ ସରୋଜ କୁମାର ସାମଲ ଜିଲା ମୁଖ୍ୟ ଚିକିତ୍ସାଳୟରେ ପହଞ୍ଚି ଆହତ କର୍ମଚାରୀଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିବା ସହିତ ଉତ୍ତମ ଚିକିତ୍ସା ପାଇଁ ଡାକ୍ତରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ଚିକିତ୍ସା ମାଗଣାରେ ଯୋଗାଇ ଦିଆଯିବ ବୋଲି ସେ କହିଛନ୍ତି। ସେ ଆହୁରି କହିଛନ୍ତି, ଯେଉଁ କର୍ମଚାରୀମାନେ ସଡ଼କ ଦୁର୍ଘଟଣାରେ ମୃତ୍ୟୁବରଣ କରିଛନ୍ତି ସେମାନଙ୍କୁ କ୍ଷତିପୂରଣ ଯୋଗାଇ ଦିଆଯିବ। ଏଦିଗରେ କମ୍ପାନୀ ସହିତ ଆଲୋଚନା କରାଯିବ ବୋଲି ଜିଲାପାଳ ସାମଲ କହିଛନ୍ତି। ଅନ୍ୟପକ୍ଷେ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ, ଏମ୍‌ପି ସୁରେଶ ପୂଜାରୀ, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୋକ ବ୍ୟକ୍ତ କରିବା ସହିତ ଆହତ କର୍ମଚାରୀଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। ଝାରସୁଗୁଡା ସଦର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି କମ୍ପାନୀର ଓଡି ୨୩ଏମ୍‌ ୮୧୩୧ ନମ୍ବର ବସ୍‌, ଓଡି୧୬ଜି ୦୯୫୦ ନଂ. କୋଇଲା ବୋଝେଇ ହାଇଓ୍ବାକୁ ଜବତ କରିବା ସହ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri