କମ୍ପାନୀ ବସ୍‌ -ହାଇଓ୍ବା ଧକ୍କା: ମୃତ୍ୟ ସଂଖ୍ୟା ୭କୁ ବୃଦ୍ଧି

ଝାରସୁଗୁଡ଼ା ଅଫିସ୍‌,୧୭।୯: ଝାରସୁଗୁଡ଼ା ଜିଲା ସଦର ଥାନା ବାଇପାସ୍‌ ପାଓ୍ବାର ହାଉସ୍‌ ନିଖିଳଢାବା ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସମ୍ବଲପୁର ଜିଲାର ଠେଲକୁଲିସ୍ଥିତ ଭୂଷଣ ଜେଏସ୍‌ଡବ୍ଲ୍ୟୁ କମ୍ପାନୀର ୧୫ନଂ. ବସ୍‌କୁ କୋଇଲା ବୋଝେଇ ହାଇଓ୍ବା ଧକ୍କା ଦେଇଛି। ବର୍ତ୍ତମାନ ସୁଦ୍ଧା କମ୍ପାନୀର ୭ଜଣ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ବସ୍‌ କର୍ମଚାରୀମାନଙ୍କୁ ଧରି ଠେଲକୁଲିରୁ ଝାରସୁଗୁଡା ଆସୁଥିବା ବେଳେ ଏହି ଦୁର୍ଘଟଣା ଘଟିଛି। ଏହି ବସ୍‌ରେ ୫୦ରୁ ଅଧିକ କର୍ମଚାରୀ ଥିଲେ। ସେମାନଙ୍କ ମଧ୍ୟରୁ ୨୮ଜଣ ଗୁରୁତର ଆହତ ହୋଇଛନ୍ତି। କେତେଜଣଙ୍କୁ ଝାରସୁଗୁଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟ ଓ ଆଉ କେତେଜଣଙ୍କୁ ଝାରସୁଗୁଡ଼ାର ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସା କରାଯାଉଛି। ସେମାନଙ୍କ ମଧ୍ୟରୁ ୧୪ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ବୁର୍ଲା ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି। ଅନ୍ୟପକ୍ଷେ ମୃତ୍ୟୁସଂଖ୍ୟା ଆହୁରି ବୃଦ୍ଧି ପାଇବ ବୋଲି ଆଶଙ୍କା କରାଯାଉଛି।

ମୃତ କର୍ମଚାରୀମାନେ ହେଲେ ରାଜେନ୍ଦ୍ର ତିଓ୍ବାରୀ, ସେର୍‌ ବାହାଦୁର, ପ୍ରୀତିପାଲ ସିଂହ, ପଙ୍କଜ ଝା, ଧନ କୁମାର ରାୟ, ରାଜେଶ ସିଂହ, ସୁରଥ ଠାକୁର। କର୍ମଚାରୀଙ୍କ ମୃତଦେହକୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ରଖାଯାଇଛି।

ଜିଲାପାଳ ସରୋଜ କୁମାର ସାମଲ ଜିଲା ମୁଖ୍ୟ ଚିକିତ୍ସାଳୟରେ ପହଞ୍ଚି ଆହତ କର୍ମଚାରୀଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିବା ସହିତ ଉତ୍ତମ ଚିକିତ୍ସା ପାଇଁ ଡାକ୍ତରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ଚିକିତ୍ସା ମାଗଣାରେ ଯୋଗାଇ ଦିଆଯିବ ବୋଲି ସେ କହିଛନ୍ତି। ସେ ଆହୁରି କହିଛନ୍ତି, ଯେଉଁ କର୍ମଚାରୀମାନେ ସଡ଼କ ଦୁର୍ଘଟଣାରେ ମୃତ୍ୟୁବରଣ କରିଛନ୍ତି ସେମାନଙ୍କୁ କ୍ଷତିପୂରଣ ଯୋଗାଇ ଦିଆଯିବ। ଏଦିଗରେ କମ୍ପାନୀ ସହିତ ଆଲୋଚନା କରାଯିବ ବୋଲି ଜିଲାପାଳ ସାମଲ କହିଛନ୍ତି। ଅନ୍ୟପକ୍ଷେ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ, ଏମ୍‌ପି ସୁରେଶ ପୂଜାରୀ, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୋକ ବ୍ୟକ୍ତ କରିବା ସହିତ ଆହତ କର୍ମଚାରୀଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। ଝାରସୁଗୁଡା ସଦର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି କମ୍ପାନୀର ଓଡି ୨୩ଏମ୍‌ ୮୧୩୧ ନମ୍ବର ବସ୍‌, ଓଡି୧୬ଜି ୦୯୫୦ ନଂ. କୋଇଲା ବୋଝେଇ ହାଇଓ୍ବାକୁ ଜବତ କରିବା ସହ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri