ଚିଟ୍‌ଫଣ୍ଡ ଠକେଇ ମାମଲା: କମ୍ପାନୀ ଏମ୍‌ଡି, ମ୍ୟାନେଜରଙ୍କୁ ୭ ବର୍ଷ ଜେଲଦଣ୍ଡ

ବ୍ରହ୍ମପୁର ଅଫିସ,୭ା୪: ବ୍ରହ୍ମପୁର ସ୍ବତନ୍ତ୍ର ଚିଟଫଣ୍ଡ୍‌ କୋର୍ଟ ଜଜ୍‌ ଏକ ଟଙ୍କା ଠକେଇ ମାମଲାର ଶୁଣାଣି କରି ରାମକ୍ରିଷ୍ଣା ଇଲେକ୍ଟ୍ରୋ କଣ୍ଟ୍ରୋଲ୍‌ ଲିମିଟେଡ୍‌ ନାମକ ଅର୍ଥଲଗାଣକାରୀ ସଂସ୍ଥା ପରିଚାଳନା ନିର୍ଦ୍ଦେଶକ ଓ ମ୍ୟାନେଜରଙ୍କୁ ୭ବର୍ଷ ଲେଖାଏ ଜେଲଦଣ୍ଡରେ ଦଣ୍ଡିତ କରିଛନ୍ତି। ସେ ହେଲେ ପରିଚାଳନା ନିର୍ଦ୍ଦେଶକ (ଏମ୍‌ଡି) ଚନ୍ଦ୍ରକାନ୍ତ ଭାର୍ଗବ ଗୋଲେ ଓ ମ୍ୟାନେଜର ସୁରେଶ ପାଢ଼ୀ। ଏହା ସହିତ ୫୦ ହଜାର ଟଙ୍କା ଲେଖାଏ ଜରିମାନା ଦେବାକୁ ସ୍ବତନ୍ତ୍ର ଚିଟଫଣ୍ଡ କୋର୍ଟ ଜଜ୍‌ ଦେବାଶିଷ ପଣ୍ଡା ମଙ୍ଗଳବାର ରାୟ ଶୁଣାଇଛନ୍ତି।
ପ୍ରକାଶ ଯେ, ବ୍ରହ୍ମପୁର ସହର ଜନାନା ହସ୍ପିଟାଲ୍‌ ରୋଡ଼ରେ ୨୦୧୨ରେ କୋଲକାତାର ଚନ୍ଦ୍ରକାନ୍ତ ଭାର୍ଗବ ଗୋଲେ ରାମକ୍ରିଷ୍ଣା ଇଲେକ୍ଟ୍ରୋ କଣ୍ଟ୍ରୋଲ୍‌ ଲିମିଟେଡ୍‌ ନାମରେ ଏକ ଅର୍ଥଲଗାଣକାରୀ ସଂସ୍ଥା ଖୋଲିଥିଲେ। ସେଥିରେ ଟଙ୍କା ରଖିଲେ ଜମାକାରୀଙ୍କୁ ୨ ବର୍ଷରେ ତିନିଗୁଣା ସୁଧ ମିଳିବ ବୋଲି ପରିଚାଳନା ନିର୍ଦ୍ଦେଶକ ଚନ୍ଦ୍ରକାନ୍ତ ପ୍ରତିଶ୍ରୁତି ଦେଇଥିଲେ। ବ୍ରହ୍ମପୁର ଶାଖା ମ୍ୟାନେଜର ଭାବେ ସୁରେଶ କାମ କରୁଥିଲେ। ବହୁ ଜମାକାରୀ ଏଥିରେ ଟଙ୍କା ରଖିଥିଲେ। କିନ୍ତୁ ମାଚ୍ୟୁରିଟି ପରେ ତାଙ୍କୁ ଟଙ୍କା କିମ୍ବା ମୂଳ ଟଙ୍କା ମଧ୍ୟ ମିଳି ନ ଥିଲା। ଫଳରେ ବହୁ ଜମାକାରୀ ୨୦୧୪ରେ ବୈଦ୍ୟନାଥପୁର ଥାନାରେ ଅଭିଯୋଗ କରିଥିଲେ। ଗୋଇଲୁଣ୍ଡିର ଲକ୍ଷ୍ମୀପ୍ରିୟା ମହାନ୍ତି ଓ ଝିଅ ନିବେଦିତା ମହାନ୍ତି ମଧ୍ୟ ଏହି ସଂସ୍ଥାରେ ୩ ଲକ୍ଷ ୨୫ହଜାର ଟଙ୍କା ଜମା କରିଥିଲେ। ସେମାନେ ମଧ୍ୟ ଟଙ୍କା ଫେରି ନ ପାଇବାରୁ ସଂସ୍ଥା ବିରୋଧରେ ଥାନାରେ ମାମଲା ରୁଜୁ କରିଥିଲେ। ପୋଲିସ ଚନ୍ଦ୍ରକାନ୍ତ ଓ ସୁରେଶଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ଏହି ମାମଲାର ବିଚାର ବେଳେ ମୋଟ ୧୩ଜଣ ସାକ୍ଷୀଙ୍କ ବୟାନ୍‌ ରେକର୍ଡ କରାଯାଇଥିଲା। ଆବଶ୍ୟକ ସାକ୍ଷ୍ୟ ପ୍ରମାଣ ଥିବାରୁ ସ୍ବତନ୍ତ୍ର ଚିଟଫଣ୍ଡ କୋର୍ଟ ଜଜ୍‌ ଏମ୍‌ଡି ଓ ମ୍ୟାନେଜରଙ୍କୁ ୭ ବର୍ଷ ଜେଲଦଣ୍ଡରେ ଦଣ୍ଡିତ କରିଛନ୍ତି। ସରକାରଙ୍କ ତରଫରୁ ସ୍ବତନ୍ତ୍ର ପିପି ବିଜୟ ପ୍ରଧାନ ମକଦ୍ଦମା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?