ଚିଟ୍‌ଫଣ୍ଡ ଠକେଇ ମାମଲା: କମ୍ପାନୀ ଏମ୍‌ଡି, ମ୍ୟାନେଜରଙ୍କୁ ୭ ବର୍ଷ ଜେଲଦଣ୍ଡ

ବ୍ରହ୍ମପୁର ଅଫିସ,୭ା୪: ବ୍ରହ୍ମପୁର ସ୍ବତନ୍ତ୍ର ଚିଟଫଣ୍ଡ୍‌ କୋର୍ଟ ଜଜ୍‌ ଏକ ଟଙ୍କା ଠକେଇ ମାମଲାର ଶୁଣାଣି କରି ରାମକ୍ରିଷ୍ଣା ଇଲେକ୍ଟ୍ରୋ କଣ୍ଟ୍ରୋଲ୍‌ ଲିମିଟେଡ୍‌ ନାମକ ଅର୍ଥଲଗାଣକାରୀ ସଂସ୍ଥା ପରିଚାଳନା ନିର୍ଦ୍ଦେଶକ ଓ ମ୍ୟାନେଜରଙ୍କୁ ୭ବର୍ଷ ଲେଖାଏ ଜେଲଦଣ୍ଡରେ ଦଣ୍ଡିତ କରିଛନ୍ତି। ସେ ହେଲେ ପରିଚାଳନା ନିର୍ଦ୍ଦେଶକ (ଏମ୍‌ଡି) ଚନ୍ଦ୍ରକାନ୍ତ ଭାର୍ଗବ ଗୋଲେ ଓ ମ୍ୟାନେଜର ସୁରେଶ ପାଢ଼ୀ। ଏହା ସହିତ ୫୦ ହଜାର ଟଙ୍କା ଲେଖାଏ ଜରିମାନା ଦେବାକୁ ସ୍ବତନ୍ତ୍ର ଚିଟଫଣ୍ଡ କୋର୍ଟ ଜଜ୍‌ ଦେବାଶିଷ ପଣ୍ଡା ମଙ୍ଗଳବାର ରାୟ ଶୁଣାଇଛନ୍ତି।
ପ୍ରକାଶ ଯେ, ବ୍ରହ୍ମପୁର ସହର ଜନାନା ହସ୍ପିଟାଲ୍‌ ରୋଡ଼ରେ ୨୦୧୨ରେ କୋଲକାତାର ଚନ୍ଦ୍ରକାନ୍ତ ଭାର୍ଗବ ଗୋଲେ ରାମକ୍ରିଷ୍ଣା ଇଲେକ୍ଟ୍ରୋ କଣ୍ଟ୍ରୋଲ୍‌ ଲିମିଟେଡ୍‌ ନାମରେ ଏକ ଅର୍ଥଲଗାଣକାରୀ ସଂସ୍ଥା ଖୋଲିଥିଲେ। ସେଥିରେ ଟଙ୍କା ରଖିଲେ ଜମାକାରୀଙ୍କୁ ୨ ବର୍ଷରେ ତିନିଗୁଣା ସୁଧ ମିଳିବ ବୋଲି ପରିଚାଳନା ନିର୍ଦ୍ଦେଶକ ଚନ୍ଦ୍ରକାନ୍ତ ପ୍ରତିଶ୍ରୁତି ଦେଇଥିଲେ। ବ୍ରହ୍ମପୁର ଶାଖା ମ୍ୟାନେଜର ଭାବେ ସୁରେଶ କାମ କରୁଥିଲେ। ବହୁ ଜମାକାରୀ ଏଥିରେ ଟଙ୍କା ରଖିଥିଲେ। କିନ୍ତୁ ମାଚ୍ୟୁରିଟି ପରେ ତାଙ୍କୁ ଟଙ୍କା କିମ୍ବା ମୂଳ ଟଙ୍କା ମଧ୍ୟ ମିଳି ନ ଥିଲା। ଫଳରେ ବହୁ ଜମାକାରୀ ୨୦୧୪ରେ ବୈଦ୍ୟନାଥପୁର ଥାନାରେ ଅଭିଯୋଗ କରିଥିଲେ। ଗୋଇଲୁଣ୍ଡିର ଲକ୍ଷ୍ମୀପ୍ରିୟା ମହାନ୍ତି ଓ ଝିଅ ନିବେଦିତା ମହାନ୍ତି ମଧ୍ୟ ଏହି ସଂସ୍ଥାରେ ୩ ଲକ୍ଷ ୨୫ହଜାର ଟଙ୍କା ଜମା କରିଥିଲେ। ସେମାନେ ମଧ୍ୟ ଟଙ୍କା ଫେରି ନ ପାଇବାରୁ ସଂସ୍ଥା ବିରୋଧରେ ଥାନାରେ ମାମଲା ରୁଜୁ କରିଥିଲେ। ପୋଲିସ ଚନ୍ଦ୍ରକାନ୍ତ ଓ ସୁରେଶଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ଏହି ମାମଲାର ବିଚାର ବେଳେ ମୋଟ ୧୩ଜଣ ସାକ୍ଷୀଙ୍କ ବୟାନ୍‌ ରେକର୍ଡ କରାଯାଇଥିଲା। ଆବଶ୍ୟକ ସାକ୍ଷ୍ୟ ପ୍ରମାଣ ଥିବାରୁ ସ୍ବତନ୍ତ୍ର ଚିଟଫଣ୍ଡ କୋର୍ଟ ଜଜ୍‌ ଏମ୍‌ଡି ଓ ମ୍ୟାନେଜରଙ୍କୁ ୭ ବର୍ଷ ଜେଲଦଣ୍ଡରେ ଦଣ୍ଡିତ କରିଛନ୍ତି। ସରକାରଙ୍କ ତରଫରୁ ସ୍ବତନ୍ତ୍ର ପିପି ବିଜୟ ପ୍ରଧାନ ମକଦ୍ଦମା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର...

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri