କମ୍ପାନୀ ଅଧିକାରୀଙ୍କୁ ଗୋଡ଼ାଇ ପିଟିଲେ

ଝାରସୁଗୁଡ଼ା ଅଫିସ,୧୧ା୬: ଝାରସୁଗୁଡ଼ା ଜିଲା ଲଖନପୁର ତହସିଲ ଅଞ୍ଚଳରେ ଶୁକ୍ରବାର ଏକ କମ୍ପାନୀର ପ୍ରକଳ୍ପ ନିର୍ମାଣ ପାଇଁ ପ୍ରଶାସନ ପକ୍ଷରୁ ଜନଶୁଣାଣି ଆୟୋଜନ କରାଯାଇଥିଲା। ହେଲେ ସ୍ଥାନୀୟ ଲୋକେ ଏହାକୁ ବିରୋଧ କରିବା ସହ କମ୍ପାନୀ ଅଧିକାରୀଙ୍କୁ ମାଡ଼ ମାରିବାକୁ ପଛାଇ ନ ଥିଲେ।
ହାଇଦ୍ରାବାଦର ରାମ୍‌କୀ ଏନ୍‌ଭିରୋ ପ୍ରାଇଭେଟ୍‌ ଲିମିଟେଡ୍‌ ନାମକ ଏକ କମ୍ପାନୀ ତରଫରୁ ଝାରସୁଗୁଡ଼ା ଜିଲା ଲଖନପୁର ତହସିଲ ଅନ୍ତର୍ଗତ ଜୁନିୟନ ଅଞ୍ଚଳର ୬୪ ଏକର ଜମିରେ ବର୍ଜ୍ୟବସ୍ତୁ ପରିଚାଳନା ପ୍ରକଳ୍ପ ନିର୍ମାଣକୁ ସ୍ଥାନୀୟ ଲୋକେ ବିରୋଧ କରିଆସୁଛନ୍ତି। ଏହାସତ୍ତ୍ୱେ କମ୍ପାନୀ ପ୍ରକଳ୍ପ ନିର୍ମାଣ ପାଇଁ ପ୍ରୟାସ ଜାରି ରଖିଛି। ପରିବେଶ ମଞ୍ଜୁରୀ ପାଇଁ ଶୁକ୍ରବାର ଲଖନପୁର ସମଲେଇ ପଡ଼ିଆରେ ଜିଲା ପ୍ରଶାସନ ତରଫରୁ ଜନଶୁଣାଣିର ଆୟୋଜନ କରାଯାଇଥିଲା। ପ୍ରଶାସନିକ ଅଧିକାରୀ ଓ କମ୍ପାନୀ କର୍ତ୍ତୃପକ୍ଷ ଜନଶୁଣାଣି ସ୍ଥଳରେ ପହଞ୍ଚତ୍ବା ପରେ ପୂର୍ବରୁ ପ୍ରସ୍ତୁତ ହୋଇ ରହିଥିବା ସ୍ଥାନୀୟ ଲୋକେ ଏହାକୁ କଡ଼ା ବିରୋଧ କରିଥିଲେ। ସେମାନେ ପୋଷ୍ଟର, ବ୍ୟାନର ଧରି ରାମ୍‌କୀ କମ୍ପାନୀ ଗୋବ୍ୟାକ୍‌ କହି ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଏପରି କି ପ୍ରଶାସନିକ ଅଧିକାରୀଙ୍କୁ ଘେରାଉ କରି ମଞ୍ଚ ଉପରକୁ ଯିବାକୁ ଦେଇ ନ ଥିଲେ। ଉତ୍ତେଜନା ଦେଖାଦେବାରୁ ପରିସ୍ଥିତି ଅଣାୟତ୍ତ ହୋଇପଡ଼ିଥିଲା। ପରେ ଅତିରିକ୍ତ ଜିଲାପାଳ ପ୍ରବୀର ନାୟକ ଜନଶୁଣାଣି ବାତିଲ କରିବାକୁ ବାଧ୍ୟ ହୋଇଥିଲେ। ପରବର୍ତ୍ତୀ ସମୟରେ ଉତ୍ତ୍ୟକ୍ତ ଲୋକେ ସେଠାରେ ଉପସ୍ଥିତ କମ୍ପାନୀ ଅଧିକାରୀ ଓ କର୍ମଚାରୀଙ୍କୁ ଠେଲାପେଲା କରିବା ସହ ଗୋଡ଼ାଇ ଗୋଡ଼ାଇ ପିଟିଥିଲେ। ଫଳରେ ସେଠାରେ ଆଇନଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପସ୍ଥିତ ପୋଲିସ ଲୋକଙ୍କୁ ବୁଝାଶୁଝା କରି ପରିସ୍ଥିତି ଶାନ୍ତ କରିଥିଲା ା କମ୍ପାନୀର ଭାଇସ୍‌ ପ୍ରେସିଡେଣ୍ଟ ସଞ୍ଜୀବ କୁମାର ଏ ନେଇ ଲଖନପୁର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ସେ ତାଙ୍କ ଏତଲାରେ ଉଲ୍ଲେଖ କରିଛନ୍ତି, ଜନଶୁଣାଣି ସ୍ଥାନରେ କେତେକ ଅଜଣା ଲୋକ କମ୍ପାନୀ ଅଧିକାରୀ ଓ କର୍ମଚାରୀଙ୍କୁ ମାଡ଼ ମାରିବା ସହ ଗାଳିଗୁଲଜ କରି ଧମକଚମକ ଦେଇଛନ୍ତି। ଅଭିଯୋଗକୁ ଭିତ୍ତିକରି ପୋଲିସ ଲଖନପୁର ଥାନା କେସ୍‌ ନଂ.୧୩୦/୨୨ରେ ମାମଲା ରୁଜୁକରି ତଦନ୍ତ ଚଳାଇଛି ା ଏହି ଘଟଣାରେ ପୋଲିସ କାହାରିକୁ ଗିରଫ କରିନାହିଁ ା
ପ୍ରକଳ୍ପକୁ ବିରୋଧ କରୁଥିବା ବ୍ୟକ୍ତିଙ୍କ ମଧ୍ୟରେ ଚାଷୀନେତା ବିରଞ୍ଚତ୍ ସାହୁ, ଗୋପୀନାଥ ମାଝି, ବ୍ଲକ୍‌ ଅଧ୍ୟକ୍ଷା ହୁତେଶ୍ୱରୀ ତିହିରିଆ, ଜିଲା ପରିଷଦ ଉପାଧ୍ୟକ୍ଷ ଅକ୍ଷୟ ସାହୁ, ପୁଷ୍ପାଞ୍ଜଳି ସେଠ୍‌, ଲଖନପୁର ସରପଞ୍ଚ ଆରତି ପ୍ରଧାନ, କୁଡାଲୋଇ ସରପଞ୍ଚ ସନାତନ ନାୟକ, ପିପିଲିମାଲ ସରପଞ୍ଚ ଦୀନବନ୍ଧୁ ବିଶ୍ୱାଳ ପ୍ରମୁଖ ଉପସ୍ଥିତ ଥିଲେ। ଜିଲା ପ୍ରଶାସନ ତରଫରୁ ଅତିରିକ୍ତ ଜିଲାପାଳ ପ୍ରବୀର ନାୟକ, ତହସିଲଦାର ବିଶ୍ୱକେଶନ ପାଣ୍ଡେ, ବିଡିଓ ସଞ୍ଜୀବ ପଟେଲ, ଏସ୍‌ଡିପିଓ ଗୁପ୍ତେଶ୍ୱର ଭୋଇ, ଜିଲା ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଆଞ୍ଚଳିକ ଅଧିକାରୀ ହିରଣ୍ୟ ନାୟକ, ସହକାରୀ ବୈଜ୍ଞାନିକ ଅନୁଷା ଏକ୍କା, ଅଶୋକ ଭୋଇ, ବ୍ରଜରାଜନଗର ଆଇଆଇସି ବୈକୁଣ୍ଠ ବିହାରୀ ସେଠ୍‌, ଲଖନପୁର ଆଇଆଇସି ଦୁଃଖିନ୍ଦ୍ର ସାହୁ, ବନହରପାଲି ଆଇଆଇସି ରଶ୍ମିତା ବେହେରା ପ୍ରମୁଖ ଉପସ୍ଥିତ ଥିଲେ। ଏ ସମ୍ପର୍କରେ ଜିଲା ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଆଞ୍ଚଳିକ ଅଧିକାରୀ ହିରଣ୍ୟ ନାୟକ କହନ୍ତି, ସ୍ଥାନୀୟ ଲୋକେ ଜନଶୁଣାଣିକୁ ବିରୋଧ କଲାପରେ ଜିଲାପ୍ରଶାସନ ଏହାକୁ ବାତିଲ କରିଛି। ଏ ସମ୍ପର୍କରେ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଦିଲ୍ଲୀ ଓ ଭୁବନେଶ୍ୱରଙ୍କୁ ଜଣାଇ ଦିଆଯିବ ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ପୂର୍ବରୁ ୨୦୨୧ ଅଗଷ୍ଟ ୨୭ରେ କମ୍ପାନୀର ପ୍ରସ୍ତାବିତ ଜନଶୁଣାଣିକୁ ସ୍ଥାନୀୟ ଲୋକେ ବିରୋଧ କଲାପରେ ଜିଲା ପ୍ରଶାସନ ଏହାକୁ ବାତିଲ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରେ ପ୍ରବଳ ଶୀତ: ୧୨ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨ (ବନ୍ଦନା ସେଠୀ):ରାଜ୍ୟରେ ଏବେ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି। ଘନ କୁହୁଡ଼ି ସହିତ ଶୀତ ଲହରି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ଏଥିସହିତ...

ଭିକ୍ଟୋରିଆ ଯୁଗର ଜୋତା ମିଳିଲା

ଲଣ୍ଡନ: ସମ୍ପ୍ରତି ୱେଲ୍ସ କାଉଣ୍ଟିର ଏକ ଅଜବ ଏବଂ ରହସ୍ୟମୟ ଘଟଣା ସ୍ଥାନୀୟ ଲୋକଙ୍କୁ ବିସ୍ମିତ କରିଦେଇଛି। ଦକ୍ଷିଣ ୱେଲ୍ସର ଗ୍ଲାମୋର୍ଗାନ ଉପତ୍ୟକାର ଓଗମୋର୍‌-ବାଇ-ସି ବିଚ୍‌ରେ...

ଜାଲ୍‌ ଲାଇସେନ୍ସରେ ବନ୍ଧୁକ ବେପାର, ୩ ଗିରଫ

ରାଉରକେଲା,୩୧।୧୨(ସଙ୍ଗୀତା ଜେନା): ରାଉରକେଲା ଜିଲା ପୋଲିସ ସୋମବାର ରାଉରକେଲାର ବିଭିନ୍ନ ସ୍ଥାନରେ ଚଢ଼ାଉ କରି ଆନ୍ତଃ ରାଜ୍ୟ ଅସ୍ତ୍ରଶସ୍ତ୍ର ଚୋରାଚାଲାଣ ଗ୍ୟାଙ୍ଗ୍‌ର ପର୍ଦ୍ଦାଫାଶ କରିଛି। ଜାଲ୍‌...

ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କୁ ହତ୍ୟା

ନୂଆଦିଲ୍ଲୀ,୩୧ା୧୨: ବାଂଲାଦେଶର ମିମେନସିଂ ଜିଲା ଅନ୍ତର୍ଗତ ଏକ ପୋଷାକ କାରଖାନା ଭିତରେ ସହକର୍ମୀଙ୍କ ଗୁଳିମାଡ଼ରେ ଜଣେ ହିନ୍ଦୁ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଉକ୍ତ ବ୍ୟକ୍ତି ଜଣକ...

ବିରାଟ-ରୋହିତଙ୍କୁ ଟେଷ୍ଟରୁ ଅବସର ନେବାକୁ କରାଯାଇଥିଲା ବାଧ୍ୟ! ଏହି ଖେଳାଳିଙ୍କ ବୟାନ ପରେ କ୍ରିକେଟ ଜଗତରେ ଝଡ

ନୂଆଦିଲ୍ଲୀ,୩୧।୧୨: କ୍ରିକେଟର ଦୁଇ ବଡ ନାମ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ହଠାତ୍‌ ଟେଷ୍ଟ କ୍ରିକେଟରୁ ଅବସରକୁ ନେଇ ଚର୍ଚ୍ଚା ପୁଣି ଥରେ ତୀବ୍ର...

ସମୟସୀମା ମଧ୍ୟରେ ଯୁକ୍ତି ରଖିବେ ଆଇନଜୀବୀ

ନୂଆଦିଲ୍ଲୀ,୩୧ା୧୨: ସୁପ୍ରିମକୋର୍ଟ ନୂଆ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର (ଏସ୍‌ଓପି) ଜାରି କରିଛନ୍ତି, ଯେଉଁଥିରେ ଆଇନଜୀବୀମାନେ ଅଦାଲତରେ ସମସ୍ତ ନୋଟିସ୍‌ ପରବର୍ତ୍ତୀ ଏବଂ ନିୟମିତ ଶୁଣାଣିରେ ଯୁକ୍ତି...

ବରଗଡ଼କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ୧୩ କୋଟି ଟଙ୍କା ବ୍ୟୟ ଅଟକଳରେ ହେବ ଧନୁଯାତ୍ରା ମହୋତ୍ସବର ସ୍ଥାୟୀ ରାଜମହଲ

ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। କେବଳ ବରଗଡ଼, ପଶ୍ଚିମ ଓଡ଼ିଶା, ଓଡ଼ିଶା କିମ୍ବା ଭାରତ ନୁହେଁ, ଦେଶ ବାହାର...

ଚମକିଲେ କୁନି ଝିଅ: ଇଫ୍ରାତ୍‌ ଜୋଏଲ୍‌ଙ୍କୁ ଲିଟିଲ ମିସ୍‌ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ଟାଇଟଲ୍‌

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗ୍‌ଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ସୋମବାର ଆୟୋଜିତ ଲିଟିଲ ମିସ୍‌ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀରର କୁନି ଝିଅ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri