ଚାଷୀଙ୍କ ପ୍ରତି ରହୁନାହିଁ କମ୍ପାନୀର ଦାୟିତ୍ୱ: ପ୍ରଧାନମନ୍ତ୍ରୀ-ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ପଦ୍ମପୁର,୨୭।୪ (ପ୍ରଦୀପ୍ତ ଦାଶ): ରାଜବୋଡାସମ୍ବର ଇନପୁଟ ଡିଲର ୟୁନିୟନ ପକ୍ଷରୁ ସୋମବାର ଭାରତ ପ୍ରଧାନମନ୍ତ୍ରୀ ଏବଂ ଓଡିଶାର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ୫ଦଫା ସମ୍ବଲିତ ଏକ ଦାବିପତ୍ର ପ୍ରଦାନ କରାଯାଇଛି । ସ୍ଥାନୀୟ ଭେଉଁରିଆ ଛକର ୟୁନିୟନର କର୍ମକର୍ତ୍ତା ଗଣ ଏକ ବିରାଟ ମୋଟର ସାଇକେଲ ରାଲିରେ ବାହାରି ପ୍ରଥମେ ବରିକେଲସ୍ଥିତ କୃଷି ଜିଲା ଅଧିକାରୀ  ପ୍ରଭାସ ଚନ୍ଦ୍ର ପଣ୍ଡାଙ୍କ ଠାରେ ଦାବିପତ୍ର ଦେଇଥିଲେ ପରେ ସେଠାରୁ ପଦ୍ମପୁର ଉପଜିଲାପାଳ କାଯର୍‌ୟାଳୟ ଆସି ପଦ୍ମପୁର ଉପଜିଲାପାଳଙ୍କ ଅନୁପସ୍ଥିତିରେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସହକାରୀ ଜିଲାପାଳ ନେପାଳ ଚନ୍ଦ୍ର ମୁଣ୍ଡାଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ ।
ସେମାନେ ଦାବି ପତ୍ରରେ ଲେଖିଛନ୍ତି ଯେ, ସାର କମ୍ପାନୀ ଡିଲର ଗୋଦାମ ପର୍ଯ୍ୟନ୍ତ ପହଞ୍ଚାଇବା କମ୍ପାନୀର ଦାୟିତ୍ୱ ରହୁ ଯାହାକି ଡିଲର କୁଇଣ୍ଟାଲ ପିଛା ୪୦/୫୦ଟଙ୍କା ଖର୍ଚ୍ଚ ବହନ କରୁଛି ଓ ତାହା ଚାଷୀ ଉପରେ ପଡୁଛି ,କୋଣସି ପ୍ୟାକିଂର ସାମ୍ପୁଲ ଫେଲ ହେଲେ ନିର୍ମାଣ କରିଥିବା କମ୍ପାନୀ ଦାୟୀ ରୁହନ୍ତୁ ଓ ଡିଲରକୁ ସାକ୍ଷୀ ରଖାଯାଉ,ସରକାର ଯେଉଁ ସାଥି ପୋର୍ଟାଲ ଖୋଲିଛନ୍ତି ତାହା ଅନେକ ଗ୍ରାମାଞ୍ଚଳରେ ନେଟୱର୍କ ନ ଥିବାରୁ ତାହା ଡିଲର ଓ କମ୍ପାନୀ ପର୍ଯ୍ୟନ୍ତ ସିମୀତ ରହୁ ।
ସେହିପରି ସାର ଔଷଧ ବିକ୍ରୀରେ ହୋଲସେଲର ମାରଜିନ ୩ ପ୍ରତିଶତ ଓ ଡିଲର ମାରଜିନ ୫ ପ୍ରତିଶତ ରଖାଯାଉ ବୋଲି ଦାବି ପତ୍ରରେ ଉଲ୍ଲେଖ କରିଛନ୍ତି। ରାଜବୋଡାସମ୍ବର ଇନପୁଟ ଡିଲର ସଂଘର ସଭାପତି ସପ୍ତସିନ୍ଧୁ ବଗର୍ତ୍ତୀଙ୍କ ନେତୃତ୍ୱରେ ପଦ୍ମପୁର, ପାଇକମାଲ ଓ ଝାରବନ୍ଧ ବ୍ଳକ ର ସମସ୍ତ  ସଭ୍ୟ ଉପସ୍ଥିତ ଥିଲେ।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଡେଙ୍ଗୁ ରୋଗୀଙ୍କ ପାଇଁ ହସ୍ପିଟାଲରେ ମିଳୁନି ସ୍ଥାନ, ଚଟାଣରେ ଚାଲିଛି ଚିକିତ୍ସା; ୧୮ ଦିନରେ ୭୯ ମୃତ୍ୟୁ

ଢାକା,୧୯।୯: ବର୍ତ୍ତମାନ ବାଂଲାଦେଶ ଏକ ଭୟଙ୍କର ଡେଙ୍ଗୁ ପ୍ରକୋପର ସାମ୍ନା କରୁଛି। ରାଜଧାନୀ ଢାକା ଏବଂ ଏହାର ଆଖପାଖ ଅଞ୍ଚଳରେ ଏହି ରୋଗ ଦ୍ରୁତ ଗତିରେ ବ୍ୟାପୁଥିବାରୁ…

ଦୁଇ ମୋଟରସାଇକେଲ ମୁହାଁମୁହିଁ, ଶିକ୍ଷକ ଗୁରୁତର ହୋଇ…

ପଟ୍ଟାଙ୍ଗି,୧୯ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ପଡାଲଗୁଡ଼ା ଛକ ନିକଟରେ ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ବିଦ୍ୟାଳୟକୁ ଯାଉଥିବା ଶିକ୍ଷକ…

ଅକ୍ଟୋବର ୧୫ରୁ ବଦଳିଯିବ UPI ପେମେଣ୍ଟ କରିବାର ପଦ୍ଧତି; ଗ୍ୟାସ ସିଲିଣ୍ଡର ପାଇଁ ନଗଦ ଟଙ୍କା ଦେବାକୁ ପଡ଼ିବ ନା ନାହିଁ? ଜାଣନ୍ତୁ…

ନୂଆଦିଲ୍ଲୀ,୧୯।୯: ସାରା ଦେଶରେ LPG ସିଲିଣ୍ଡରର ବହୁଳ ବ୍ୟବହାର ହୋଇଥାଏ; ତେଣୁ, ଯଦି ଆପଣ ମଧ୍ୟ ଘରେ LPG ସିଲିଣ୍ଡର ବ୍ୟବହାର କରନ୍ତି, ତେବେ ଏହି ସୂଚନା…

୨୧ରେ ଅବପାତ, ୨୨ରେ ଗଭୀର ଅବପାତ ସମ୍ଭାବନା: ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୯ ।୯: ଉତ୍ତର ଆଣ୍ଡାମାନ ସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି ସନ୍ଧ୍ୟା ସୁଦ୍ଧା ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା…

ଘରେ ଶୋଇଥିଲେ ମହିଳା, ଚୋଟ ମାରିଲା ସାପ, ଆଉ ତା’ ପରେ…

ପୁରୁଷୋତ୍ତମପୁର,୧୯ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କେଏନପୁର ଗ୍ରାମରେ ଶନିବାର ସାପ କାମୁଡ଼ି ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଭାସି ବେହେରା…

ସ୍କ୍ରବ୍‌ ଟାଇଫସ୍‌କୁ ନେଇ ଏମିତି କହିଲେ ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯/୯: ରାଜ୍ୟର କେତେକ ଅଞ୍ଚଳରେ ସ୍କ୍ରବ୍‌ ଟାଇଫସ୍‌କୁ ନେଇ ଚିନ୍ତା ପ୍ରକାଶ ପାଉଥିବା ବେଳେ ଲୋକଙ୍କୁ ଭୟଭୀତ ନ ହେବାକୁ ପରାମର୍ଶ ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡା.…

ଚର୍ଚ୍ଚାରେ ନୀତା ଅମ୍ବାନୀଙ୍କ ହାର, ତିଆରି କରିବାକୁ ଲାଗିଥିଲା ୩ ବର୍ଷ, ଗଢ଼ିଛନ୍ତି ୧୪ କାରିଗର, ଦାମ୍‌ ଜାଣିଲେ…

ମୁମ୍ବାଇ,୧୯ା୯: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ମାଲିକ ମୁକେଶ ଅମ୍ବାନୀଙ୍କ ସ୍ତ୍ରୀ ନୀତା ଅମ୍ବାନୀଙ୍କୁ କୌଣସି ପରିଚୟର ଆବଶ୍ୟକତା ନାହିଁ। ୬୦ ବର୍ଷ ବୟସରେ ନୀତା ଅମ୍ବାନୀ ତାଙ୍କର ପ୍ରତ୍ୟେକ…

ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆ ମୃତ, ଦୁଃଖ ପ୍ରକାଶ କରି ନବୀନ କହିଲେ…

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆଙ୍କ ମୃତ୍ୟୁ ଘଟିଥିବା ନେଇ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ନବୀନ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?