ସରକାରୀ ଅଧିକାରୀଙ୍କୁ ଅନୁକମ୍ପା

ଭୁବନେଶ୍ୱର,୧୮ା୧୧(ବ୍ୟୁରୋ): ସାଧାରଣ ଲୋକ ଆଇନକୁ ହାତକୁ ନେଲେ ଅଭିଯୋଗର ୨୪ଘଣ୍ଟା ଭିତରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି ଜେଲ୍‌ ପଠାଇ ଦେଉଛି। ହେଲେ ସରକାରୀ ପଦପଦବୀରେ ଥିବା ବରିଷ୍ଠ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ପୋଲିସ ଏଭଳି ତତ୍ପରତା ଦେଖାଉ ନ ଥିବା ଅଭିଯୋଗ ହେଉଛି। ଗତକିଛି ଦିନ ମଧ୍ୟରେ ୨ଟି ଘଟଣାକୁ ଦେଖିଲେ ଏହା ସହଜରେ ବାରି ହୋଇଯାଉଛି। ଯାଜପୁର ବାଲିଚନ୍ଦ୍ରପୁର ଅଞ୍ଚଳର ଜଣେ ନାବଳିକାଙ୍କୁ ଚନ୍ଦ୍ରଶେଖରପୁର ଥାନା ଅଞ୍ଚଳରେ ଜଣେ ଓଏଏସ୍‌ ଅଧିକାରୀଙ୍କ ଘରେ ଶିଶୁ ଶ୍ରମିକ ଭାବେ ଘରେ କାମ କରାଯାଉଥିଲା। ପରବର୍ତ୍ତୀ ସମୟରେ ନାବାଳିକା ଜଣଙ୍କ ଉକ୍ତ ଓଏଏସ ଅଧିକାରୀଙ୍କ ଶ୍ୱଶୁରଙ୍କ ଦ୍ୱାରା ବଳାକତ୍ାର ହୋଇ ଗର୍ଭବତୀ ହେବା ଘଟଣା ବାଲିଚନ୍ଦ୍ରପୁର ଥାନାରେ ଅଭିଯୋଗ ହେଲା। ମାତ୍ର ପୋଲିସ କେବଳ ନୋଟିସ ଜାରି କରିବା ସହ ଅଭିଯୁକ୍ତଙ୍କ ଉପରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କଲା ନାହିଁ। ସେହିପରି ଅନ୍ୟ ଏକ ଘଟଣାରେ ଜଣେ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ତାଙ୍କ ସ୍ତ୍ରୀଙ୍କୁ ଯୌତୁକ ନିର୍ଯାତନା ସହ ଜୀବନରେ ମାରିଦେବାକୁ ଚେଷ୍ଟା କରିଥିବା ଭଳି ସଙ୍ଗୀନ ଅଭିଯୋଗ ଭୁବନେଶ୍ୱର ମହିଳା ଥାନାରେ ହୋଇଥିଲେ ମଧ୍ୟ ପୋଲିସ ଆଇପିସି ୪୯୮(କ), ୩୨୩,୩୫୪,୩୦୭,୨୯୪/୩୪ରେ ଏକ ମାମଲା(୭୫/୨୦୨୦) ରୁଜୁ କରି ବସିପଡ଼ିଛି। ସମ୍ପୃକ୍ତ କାର୍ଯ୍ୟନିର୍ବାହୀ ଯନ୍ତ୍ରୀଙ୍କୁ ଗିରଫ କରାଯାଉ ନ ଥିବାରୁ ସେ ଏବେ ଅଦାଲତଙ୍କ ଦ୍ୱାରସ୍ଥ ହୋଇ ଜାମିନ ଆବେଦନ କରିଥିବା ଜଣାପଡ଼ିଛି।
ନିର୍ଯାତନାର ଶିକାର ହୋଇଥିବା ମହିଳାଙ୍କ ସୂଚନା ମୁତାବକ ୨୦୦୮ରେ ସେ ଖୋର୍ଦ୍ଧା ଚନ୍ଦକା ଅଞ୍ଚଳର ଜଣେ ଯନ୍ତ୍ରୀଙ୍କୁ ହିନ୍ଦୁ ରୀତିନୀତିରେ ବିବାହ କରିଥିଲେ। ବିବାହ ସମୟରେ ଯୌତୁକ ବାବଦ ୮ଲକ୍ଷ ଟଙ୍କା ଦିଆଯାଇଥିଲା। ମାତ୍ର ପରବର୍ତ୍ତୀ ସମୟରେ ସ୍ବାମୀଙ୍କ ସମେତ ଶାଶୁଘର ଲୋକ ମାନସିକ ଓ ଶାରୀରିକ ନିର୍ଯାତନା ଦେଇଥିଲେ। ଏପରି କି ଗତ ୩୧ ରାତିରେ ଖଟରେ ପକାଇ ସ୍ବାମୀ ତଣ୍ଟି ଚିପି ମାରିଦେବାକୁ ଉଦ୍ୟମ କରିଥିଲେ। ମହିଳା ଜଣଙ୍କ ଘଟଣା ସମ୍ପର୍କରେ ବାପଘର ଲୋକଙ୍କୁ ଜଣାଇଥିଲେ। ପରେ ଚନ୍ଦକା ଥାନା ପୋଲିସ ମହିଳାଙ୍କୁ ଉଦ୍ଧାର କରି ନୟାଗଡ଼ସ୍ଥିତ ବାପ ଘରେ ଛାଡ଼ିଥିଲା। ମହିଳାଜଣକ ଗତ ୪ତାରିଖରେ ଏ ନେଇ ମହିଳା ଥାନାରେ ଅଭିଯୋଗ କରିଥିଲେ। ତଦନ୍ତକାରୀ ଅଧିକାରୀ ଅଭିଯୁକ୍ତ ଯନ୍ତ୍ରୀଙ୍କୁ ଗତ ୮ତାରିଖ ରବିବାର ଛୁଟି ଦିନରେ ଥାନାକୁ ଡକାଇ ଉଭୟଙ୍କ ମଧ୍ୟରେ ଆପୋଷ ସମାଧାନ ପାଇଁ ବାଧ୍ୟ କରିଥିଲେ। ମାତ୍ର ମହିଳା ଜଣକ ଏଥିରେ ରାଜି ହୋଇ ନ ଥିଲେ । ଏହାର ସୁଯୋଗ ନେଇ ମହିଳାଙ୍କ ସ୍ବାମୀ ସେଠାରୁ କାହାକୁ କିଛି ନ କହି ଚାଲିଯାଇଥିଲେ। କିଛି ସମୟ ପରେ ତଦନ୍ତକାରୀ ଅଧିକାରୀଙ୍କୁ ମହିଳା ଜଣକ ସ୍ବାମୀଙ୍କ ସମ୍ପର୍କରେ ପଚାରିଥିଲେ। ଅଭିଯୁକ୍ତ ସ୍ବାମୀଙ୍କ ମା’ ଦେହ ବହୁତ ଦେହ ଖରାପ ହୋଇଥିବାରୁ ସେ ଘରକୁ ଯାଇଥିବା ପୋଲିସ ସୂଚନା ଦେଇଥିଲା। ପରେ ମହିଳା ଜଣଙ୍କ ବିରକ୍ତ ପ୍ରକାଶ କରିବାରୁ ଶେଷରେ ରାତିରେ ପୋଲିସ ଏକ ମାମଲା ରୁଜୁ କରିଥିଲା। ପୋଲିସ ଜାଣିଶୁଣି ଅଭିଯୁକ୍ତ ସ୍ବାମୀଙ୍କୁ ଥାନାରୁ ଛାଡ଼ି ଦେଇଥିବା ମହିଳା ଜଣକ ଗଣମାଧ୍ୟମ ନିକଟରେ ପ୍ରକାଶ କରିଛନ୍ତି। ଏନେଇ ମହିଳା ଥାନା ଅଧିକାରିଣୀ ବନିତା ମହାରଣା କହିଛନ୍ତି, ପୋଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ତଦନ୍ତକାରୀ ଅଧିକାରୀ ସ୍ବାସ୍ଥ୍ୟଗତ କାରଣରୁ ଛୁଟିରେ ଥିବାରୁ ତଦନ୍ତରେ ବାଧା ଉପୁଜିଛି। ପୋଲିସ କୌଣସି କ୍ଷେତ୍ରରେ ପାତରଅନ୍ତର ନୀତି ଆପଣାଇ ନାହିଁ। ଏହା ଉକ୍ତ ମହିଳାଙ୍କ ବ୍ୟକ୍ତିଗତ ମତ। ଖୁବ ଶୀଘ୍ର ଘଟଣାର ତଦନ୍ତ କରି ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri