୫ କି.ମି. କାଦୁଅ ରାସ୍ତାରେ ଖଟିଆରେ ବୁହା ହେଲେ ରୋଗୀ

ଚନ୍ଦାହାଣ୍ଡି, ୩।୮(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକରେ ରୋଗୀ ଯନ୍ତ୍ରଣାର କରୁଣ ଚିତ୍ର ସାମନାକୁ ଆସିଛି । ଜଣେ ରୋଗୀଙ୍କୁ ୫ କିମି କାଦୁଅ ରାସ୍ତାରେ ବୋହି ଆମ୍ବୁଲାନ୍ସ ପର୍ଯ୍ୟନ୍ତ ବୋହିଛନ୍ତି ପରିବାର ଲୋକେ। ଚନ୍ଦାହାଣ୍ଡିରେ ବାରମ୍ବାର ଏଭଳି ଘଟଣା ସାମ୍ନାକୁ ଆସୁଛି। ଏହାକୁ ନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ବଢ଼ିବାରେ ଲାଗିଛି।
ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ ପାଟଖଲିଆ ପଞ୍ଚାୟତ ଥିପା ଗାଁର ରାଏମତି ସାନ୍ତା (୪୫)ଙ୍କର କିଛିଦିନ ହେବ ଜର ହେଇଥିଲା। ମଙ୍ଗଳବାର ତାଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ପରିବାର ଲୋକେ ଆମ୍ବୁଲାନ୍ସ ଡକାଇ ଥିଲେ। ଗାଁକୁ ଯିବାକୁ ହେଲେ ଜଙ୍ଗଲ ଓ ନାଳ ପାରି ହେବାକୁ ପଡିଥାଏ। ଆମ୍ବୁଲାନ୍ସ ଥିପା ଗାଁକୁ ଆସି ନ ପାରି ୫ କିମି ଦୂର ବଇଦପଡା ପାଖରେ ଅଟକି ଥିଲା। ପରିବାର ଲୋକେ ୫କିମି କାଦୁଅ ରାସ୍ତାରେ ରୋଗୀଙ୍କୁ ବୋହି ଆମ୍ବୁଲାନ୍ସ ପର୍ଯ୍ୟନ୍ତ ଆଣିଥିଲେ। ସେଠାରୁ ତାଙ୍କୁ ଚନ୍ଦାହାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି।
ସ୍ବାସ୍ଥ୍ୟାବସ୍ଥା ଗୁରୁତର ଥିବାରୁ ସେଠାରୁ ତାଙ୍କୁ ଉମରକୋଟ ଡାକ୍ତରଖାନାକୁ ବଦଳି କରାଯାଇଛି। ସୂଚନାଯୋଗ୍ୟ ଯେ, ଗତ କିଛି ଦିନ ତଳେ ଚନ୍ଦାହାଣ୍ଡି ବ୍ଲକ ପାଟଖଲିଆ ପଞ୍ଚାୟତ ଗୌରଝରିଆ ଗାଁରେ ମଧ୍ୟ ଜଣେ ପ୍ରସୂତିଙ୍କୁ ଖଟିଆରେ ବୋହି ଆଣିବାବେଳେ ସେ ରାସ୍ତା ମଝିରେ ପ୍ରସବ କରିଥିଲେ। ଏହି ଘଟଣା ଲୋକଙ୍କ ମନରୁ ନ ଲିଭୁଣି ପୁଣି ଜଣେ ମହିଳାଙ୍କୁ ଖଟିବାରେ ବୋହି ଆମ୍ବୁଲାନ୍ସ ପର୍ଯ୍ୟନ୍ତ ନେବାକୁ ଲୋକେ ସହଜରେ ହଜମ କରିପାରୁନାହାନ୍ତି। ସରକାର କେବଳ ବିଭିନ୍ନ ଯୋଜନାର ନାରା ଦେଉଛନ୍ତି। ଥିପା ଭଳି ଅପହଞ୍ଚ ଇଲାକା ଏବେବି ଅବହେଳିତ ବୋଲି ଅଞ୍ଚଳବାସୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୨ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଯାଞ୍ଚବେଳେ ବାଇକ୍‌ରୁ ମିଳିଲା ବିପୁଳ ଗଞ୍ଜେଇ: ନଗଦ ଟଙ୍କା ଜବତ, ଅଭିଯୁକ୍ତ ଗିରଫ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ ବୁଧବାର ଯାଞ୍ଚବେଳେ ଗଞ୍ଜେଇ ବୋଝେଇ ଏକ ବାଇକ୍‌ ଜବତ କରିଛି। ଏହା ସହିତ ଅଭିଯୁକ୍ତ ଚିତ୍ରେଶ୍ୱର...

ଡେରାବିଶ ବ୍ଲକର ପୂର୍ବତନ କିରାଣି ଭିଜିଲାନ୍ସ କୋର୍ଟରେ ଦଣ୍ଡିତ

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକର ପୂର୍ବତନ କିରାଣି ତଥା ଡିଲିଂ ଆସିଷ୍ଟାଣ୍ଟ ମାଧବ ଚନ୍ଦ୍ର ଆଚାର୍ଯ୍ୟ ଭିଜିଲାନ୍ସ ଅଦାଲତରେ ଦଣ୍ଡିତ ହୋଇଛନ୍ତି। ସେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

ଘରେ ପଶି ଗୃହକର୍ତ୍ତାଙ୍କ ପାଟିରେ ବନ୍ଧୁକ ଭର୍ତ୍ତି କରି ଡକାୟତି ଉଦ୍ୟମ, ମରଣାନ୍ତକ ଆକ୍ରମଣ କରି ୩ ଫେରାର

ବଡ଼ବିଲ,୨୪ା୪(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ପିଏଚ୍‌ଡି ରୋଡ୍‌ସ୍ଥିତ ଭଞ୍ଜ କଲୋନୀରେ ବୁଧବାର ଜଣେ ବ୍ୟକ୍ତିଙ୍କ ଘରେ ସ୍ପଷ୍ଟ ଦିବାଲୋକରେ ଡକାୟତି ପାଇଁ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ନାବାଳିକାଙ୍କୁ ବଳାତ୍କାର କରି ଯୁବକଙ୍କୁ ୧୦ ବର୍ଷ ଜେଲ୍‌ଦଣ୍ଡ

କେନ୍ଦୁଝର,୨୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଫାଷ୍ଟଟ୍ରାକ୍‌ କୋର୍ଟର ମାନ୍ୟବର ବିଚାରପତି ବିଜୟ କୁମାର ମିଶ୍ର ଏକ ବଳାତ୍କାର ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ଦଣ୍ତାଦେଶ ଶୁଣାଇଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri