ଶହୀଦ କୋଭିଡ୍‌ ଯୋଦ୍ଧାଙ୍କ ପରିବାରକୁ ଅନୁକମ୍ପା ସହାୟତା

ଭୁବନେଶ୍ୱର,୮ା୧୦(ବ୍ୟୁରୋ):୮ ମାସ ଧରି କୋଭିଡ୍‌ ବିରୋଧରେ ଚାଲିଥିବା ଲଢେଇରେ କାମ କରି ଶହୀଦ ହୋଇଥିବା କୋଭିଡ୍‌ ଯୋଦ୍ଧାମାନଙ୍କ ପରିବାରକୁ ରାଜ୍ୟ ସରକାର ଅନୁକମ୍ପା ସହାୟତା ଯୋଗାଇ ଦେବେ। ବୁଧବାର ଭିଡିଓ କନଫରେନ୍ସ ଜରିଆରେ କୋଭିଡ୍‌ ପରିଚାଳନା ସମ୍ପର୍କରେ ସମୀକ୍ଷା କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କରୋନା ଯୋଦ୍ଧାଙ୍କର ନିଷ୍ଠାକୁ ପ୍ରଶଂସା କରିଛନ୍ତି।
ଶହୀଦ ଯୋଦ୍ଧାଙ୍କ ପରିବାରକୁ ୫୦ ଲକ୍ଷ ଟଙ୍କା ଅନୁକମ୍ପା ସହାୟତା ଯୋଗାଇ ଦେବା ପାଇଁ କେନ୍ଦ୍ର ସରକାର ଘୋଷଣା କରିଥିଲେ। ସେହି ଅନୁଯାୟୀ ରାଜ୍ୟ ସରକାର କୋଭିଡ ନିୟନ୍ତ୍ରଣ ପାଇଁ କାମ କରୁଥିବା ସମୟରେ ଶହୀଦ ହୋଇଥିବା ୬୦ ଯୋଦ୍ଧାଙ୍କ ତାଲିକା କେନ୍ଦ୍ର ସରକାରଙ୍କୁ ନିକଟକୁ ପଠାଇଥିଲେ। କିନ୍ତୁ ଭାରତ ସରକାର ମାତ୍ର ଜଣେ ଶହୀଦଙ୍କୁ ସହାୟତା ଦେବାକୁ ସମ୍ମତି ପ୍ରକାଶ କରିଛନ୍ତି। ଏ ସମ୍ପର୍କରେ ପୁଣି ଥରେ କେନ୍ଦ୍ର ସରକାରଙ୍କ ଦୃଷ୍ଟି ଆକର୍ଷଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ବର୍ତ୍ତମାନ କୋଭିଡ୍‌ ପ୍ରୋଟୋକଲକୁ ଅଧିକ ସୁବ୍ୟବସ୍ଥିତ କରାଯାଇଛି। ସୁସ୍ଥ ହେଉଥିବା ଲୋକମାନଙ୍କର ସ୍ବାସ୍ଥ୍ୟର ଗୁଣାତ୍ମକ ଉନ୍ନତି ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଛନ୍ତି। ଗୃହ ସଙ୍ଗରୋଧରେ ଓ କୋଭିଡ ହସ୍ପିଟାଲରେ ରହିଥିବା ରୋଗୀମାନଙ୍କ ସହିତ ବରିଷ୍ଠ ଅଧିକାରୀମାନେ ସିଧା ଯୋଗାଯୋଗ କରି ସେମାନଙ୍କ ଭଲମନ୍ଦ ପଚାରି ବୁଝିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଏହାଛଡ଼ା ଆଣ୍ଟି ଭାଇରାଲ ଔଷଧ ସମ୍ପର୍କରେ ବ୍ୟାପକ ସଚେତନତା ଉପରେ ମଧ୍ୟ ମୁଖ୍ୟମନ୍ତ୍ରୀ ଗୁରତ୍ୱ ଦେଇଛନ୍ତି।
ରାଜ୍ୟରେ ବର୍ତ୍ତମାନ ଆରୋଗ୍ୟଙ୍କ ସଂଖ୍ୟା ୨ ଲକ୍ଷରୁ ଅଧିକ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ସନ୍ତୋଷ ପ୍ରକାଶ କରିଛନ୍ତି। ଜାତୀୟ ଆରୋଗ୍ୟ ହାର ୮୯% ପହଞ୍ଚିଛି ବୋଲି ଜଣାପଡିଛି। ରାଜ୍ୟରେ ଗତ ୮ ମାସ ଭିତରେ ୩୬ ଲକ୍ଷ ଟେଷ୍ଟ କରାଯାଇଥିବାବେଳେ ସେଥିରୁୁ ୬.୬୫ ପ୍ରତିଶତ ପଜିଟିଭ ବାହାରିଛି। ଆଗକୁ ପୂଜା ଋତୁ ଆସୁଥିବାରୁ ଅଧିକ ସତର୍କ ରହିବା ସହିତ କୋଭିଡ୍‌ ନିୟମକୁ କଡ଼ାକଡ଼ି ପାଳନ କରିବାକୁ ଜନସାଧାରଣଙ୍କୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି। ଏହାଛଡ଼ା କୋଭିଡ୍‌ ନିୟମାବଳୀ ଏବଂ ଔଷଧ ସେବନ ସଂକ୍ରାନ୍ତରେ ନିୟମିତ ସଚେତନତା ଅଭିଯାନ ଜାରି ରଖିବା ପାଇଁ ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ପରାମର୍ଶ ଦେଇଛନ୍ତି। ପୋଲିସ କର୍ମଚାରୀମାନେ ଅଧିକ ସଂଖ୍ୟାରେ ପ୍ଲାଜମା ଦାନ କରିବାକୁ ଆଗେଇ ଆସିଥିବାରୁୁ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ପ୍ରଶଂସା କରିଛନ୍ତି।
ମୋ ସରକାରରେ ଲୋକଙ୍କ ଠାରୁ ନିଆଯାଇଥିବା ମତାମତ ଅଧାରରେ ଟେଷ୍ଟିଂ, ଟେଷ୍ଟିଂ ରିପୋର୍ଟ, ରୋଗୀଙ୍କୁ ସୂଚନା ଏବଂ ସେମାନଙ୍କୁ ଚିକିତ୍ସା ଯୋଗାଇ ଦେବା ବ୍ୟବସ୍ଥାକୁ ଆହୁରି ଦକ୍ଷତାର ସହ କାର୍ଯ୍ୟକାରୀ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। କୋଭିଡ୍‌ ପରିଚାଳନା ସମ୍ପର୍କରେ ବିସ୍ତୃତ ସୂଚନା ଦେଇ ମୁଖ୍ୟ ଶାସନ ସଚିବ ଅସିତ୍‌ ତ୍ରିପାଠୀ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ଗୃହ ସଙ୍ଗରୋଧରେ ଥିବା ରୋଗୀମାନଙ୍କ ତଦାରଖ ବ୍ୟବସ୍ଥାକୁ ଆହୁରି ସୁଦୃଢ କରାଯିବ। କଟକ, ପୁରୀ ଓ ଭୁବନେଶ୍ୱରରେ ୨୧ଲକ୍ଷ ଆଣ୍ଟି ଭାଇରାଲ ମେଡିସିନ ଦିଆଯାଇଛି।
ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର କହିଛନ୍ତି ଯେ, ରାଜ୍ୟରେ ମୃତ୍ୟୁହାର ୦.୪ ପ୍ରତିଶତ ରହିଛି, ଯାହାକି ଭାରତର ସବୁ ବଡ଼ ରାଜ୍ୟଗୁଡ଼ିକ ମଧ୍ୟରେ ସର୍ବୋତ୍ତମ ସୂଚକାଙ୍କ। ସେହିପରି ସୁସ୍ଥତା ହାରରେ ମଧ୍ୟ ଓଡ଼ିଶା ଦେଶର ରାଜ୍ୟଗୁଡିକ ମଧ୍ୟରେ ଷଷ୍ଠ ସ୍ଥାନରେ ରହିଛି। ସେ କହିଛନ୍ତି ଯେ, ରାଜ୍ୟରେ ଆଇସିୟୁ ଶଯ୍ୟା ଆଦି ବ୍ୟବସ୍ଥା ଲୋକଙ୍କ ଆବଶ୍ୟକତା ପୂରଣ ପାଇଁ ଯଥେଷ୍ଟ ଅଛି। କଟକ ଭୁବନେଶ୍ୱର ପାଇଁ ଅଧିକ ବ୍ୟବସ୍ଥା କରାଯାଇଛି। ପୋଲିସ ମହାନିଦ୍ଦେର୍ର୍ଶକ ଅଭୟ କହିଥିଲେ ଯେ, ପୋଲିସ କର୍ମଚାରୀଙ୍କ ମଧ୍ୟରେ ସଂକ୍ରମଣ କମୁଛି। ସୂଚନା ଓ ଲୋକ ସମ୍ପର୍କ ବିଭାଗ ସଚିବ ସଞ୍ଜୟ ସିଂହ କହିଛନ୍ତି ଯେ, ସୂଚନା ଓ ଲୋକ ସମ୍ପର୍କ ବିଭାଗ ଏବଂ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଗୃହ ସଙ୍ଗରୋଧ ଏବଂ ଆଣ୍ଟିଭାଇରାଲ ଥେରାପି ପାଇଁ ଏକ ସ୍ବତନ୍ତ୍ର ଅଭିଯାନ କରାଯାଇଛି। ବୈଠକରେ ଉନ୍ନୟନ କମିଶନର, ସ୍ବତନ୍ତ୍ର ରିଲିଫ କମିଶନର ଓ ମୁଖ୍ୟମନ୍ତ୍ରୀଙ୍କ ସଚିବ(୫-ଟି) ଭି.କେ. ପାଣ୍ଡିଆନ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ଥାନ ପୌର ନିର୍ବାଚନ, ୧୦ରୁ ୪ରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କଲା ଭାଜପା

ଜୟପୁର,୧୪ା୯: ରାଜସ୍ଥାନ ପୌର ନିର୍ବାଚନରେ ଶାସକ ଭାଜପା ୧୦ଟି ପୌର ନିଗମ ମଧ୍ୟରୁ ୪ଟିରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କରିଛି। ଏଥିସହିତ ଶାସକ ଦଳ ୪,୧୭୯ଟି ଓ୍ବାର୍ଡ…

୨ ବାଇକ୍‌ ମୁହାଁମୁହିଁ ଧକ୍କା, ଜଣେ ମୃତ, ୪ ଗୁରୁତର

ଖଜୁରିପଡ଼ା,୧୪ା୯(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ଥାନା ଅନ୍ତର୍ଗତ ପିରିକୁଡ଼ି ପଞ୍ଚାୟତ ନିକଟସ୍ଥ ବିଲାବାଡ଼ି ବୁଲାଣିଠାରେ ସୋମବାର ସନ୍ଧ୍ୟାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ୨ଟି ବାଇକ୍‌…

ପୂଜା ମଣ୍ଡପରେ ଭୟଙ୍କର ଅଗ୍ନିକାଣ୍ଡ

ସମ୍ବଲପୁର,୧୪।୯: ସମ୍ବଲପୁର ବୁଢାରଜା ଅଞ୍ଚଳରେ ଏକ ଗଣେଶ ପୂଜା ମଣ୍ଡପରେ ସୋମବାର ସନ୍ଧ୍ୟାରେ ନିଆଁ ଲାଗିଯାଇଛି। ନିଆଁ ଏତେ ଯୋର ଥିଲା ଯେ, ଅଳ୍ପ ସମୟ ମଧ୍ୟରେ…

ଦଣ୍ଡିତ ହେଲା ପାକିସ୍ତାନ ଦଳ

ଦୁବାଇ,୧୪ା୯: ବର୍ମିଂହାମ୍‌ଠାରେ ଇଂଲଣ୍ଡ ବିପକ୍ଷ ତୃତୀୟ କ୍ରିକେଟ ଟେଷ୍ଟରେ ସ୍ଲୋ-ଓଭର ରେଟ୍‌ ପାଇଁ ପାକିସ୍ତାନ ଦଳକୁ ମ୍ୟାଚ୍‌ ଫି’ର ୫୦ ପ୍ରତିଶତ ଜରିମାନା କରାଯାଇଛି। ଏହାଛଡ଼ା ୧୧…

ପୋଷ୍ଟ ଅଫିସରେ ଜମାକାରୀଙ୍କ ଟଙ୍କା ହଡ଼ପ ଅଭିଯୋଗ: ପୂର୍ବତନ ପୋଷ୍ଟମାଷ୍ଟର ଫେରାର

ପାଟଣା, ୧୪।୯ (ବୀର କିଶୋର ଦାଶ): ପୋଷ୍ଟ ଅଫିସ ଉପରେ ଭରସା କରି ନିଜର କଷ୍ଟାର୍ଜିତ ଟଙ୍କା ଜମା ରଖିଥିଲେ ଜମାକାରୀ। ହେଲେ ଏବେ ସେହି ଜମା…

ଦୁର୍ଗାପୂଜା ପାଇଁ ଶୁଭ ଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଗଣେଶ ଚତୁର୍ଥୀ ଅବସରରେ ଆସନ୍ତା ଦଶହରା ପୂଜା ପାଇଁ…

ନୂଆଁଖାଇ ଲାଗି ପାଟଣେଶ୍ୱରୀ ମନ୍ଦିରରେ ପହଞ୍ଚିଲା ନୂଆ ଧାନ

ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ଦିନକ ପରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ବଲାଙ୍ଗୀର ସହର ଚଳଚଞ୍ଚଳ ହୋଇପଡ଼ିଥିବା ବେଳେ ପାଟଣା ରାଜ୍ୟର ଇଷ୍ଟଦେବୀ…

ଚାମ୍ପିୟନ ପୁରୁଷ, ମହିଳା ଦଳକୁ ରାଷ୍ଟ୍ରପତିଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ,୧୪ା୯: ଜବରଦସ୍ତ ପ୍ରଦର୍ଶନ ସହ ଉଭୟ ଜୁନିୟର ପୁରୁଷ ଓ ମହିଳା ହକି ଏସିଆ କପ୍‌ ଜିତିଥିବା ଭାରତୀୟ ଦଳକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଅଭିନନ୍ଦନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?