ଠିକାଦାରଙ୍କୁ ଅନୁକମ୍ପା ଚର୍ଚ୍ଚା

ଅନୁଗୋଳ ଅଫିସ୍‌, ୧୭।୯: ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ କାର୍ଯ୍ୟ କରୁଥିବା ଠିକାସଂସ୍ଥାଗୁଡିକୁ ଅନୁକମ୍ପା ଦେଖାଯାଉଥିବା ନେଇ ଚର୍ଚ୍ଚା ଜୋର ଧରିଛି। ଠିକାସଂସ୍ଥାଗୁଡିକର ଟେଣ୍ଡର ଡକା ନ ଯାଇ କେବଳ ରିନ୍ୟୁଆଲ କରିଦିଆଯାଉଥିବା ନେଇ ଅଭିଯୋଗ ଉଠିଛି। ସୂଚନା ଅନୁଯାୟୀ, ଚିକିତ୍ସାଳୟରେ ୧୦ରୁ ଊର୍ଦ୍ଧ୍ୱ ଠିକାସଂସ୍ଥା କାର୍ଯ୍ୟ କରୁଛି। ହେଲେ କେବଳ ଡାଇଟ୍‌(ଖାଦ୍ୟ ଯୋଗାଉଥିବା ସଂସ୍ଥା)କୁ ଛାଡ଼ିଦେଲେ ନିକଟରେ ଅନ୍ୟ ଠିକାଦାରଙ୍କ ଟେଣ୍ଡରକୁ ରିନ୍ୟୁଆଲ କରିଦିଆଯାଇଛି। କେତେଜଣ ମୁଷ୍ଟିମେୟ ବ୍ୟକ୍ତି ଓ ଅସାଧୁ କର୍ମଚାରୀ ଏପରି କରୁଥିବା ଆଲୋଚନା ହେଉଛି। କରୋନା ଭଳି ପରିସ୍ଥିତିରେ ଡାଇଟ୍‌ ମେଡିକାଲ ସହ କୋଭିଡ୍‌୍‌ କେୟାର ଓ କୋଭିଡ୍‌ ହସ୍ପିଟାଲରେ ଖାଦ୍ୟ ଯୋଗାଉଥିବାବେଳେ ମେଡିିକାଲ କର୍ତ୍ତୃପକ୍ଷ ଖାଦ୍ୟ ଯୋଗାଣ ସଂସ୍ଥାର ନୂଆ ଟେଣ୍ଡର ବିଜ୍ଞପ୍ତି ପ୍ରକାଶ କରିଛନ୍ତି। ସେହିପରି ଅନ୍ୟ ଠିକାଦାରଙ୍କ ଟେଣ୍ଡରକୁ ୨ରୁ ୩ ମାସ ପର୍ଯ୍ୟନ୍ତ ରିନ୍ୟୁଆଲ କରିବାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏପରିକି ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ବ୍ୟକ୍ତିଙ୍କ ନିକଟରେ ଏକାଧିକ ଠିକା ସଂସ୍ଥା ମଧ୍ୟ ରହିଥିବା ଚର୍ଚ୍ଚା ହେଉଛି। ଅନ୍ୟପକ୍ଷରେ କେତେକ ଠିକା ସଂସ୍ଥା ଅଧୀନରେ କାର୍ଯ୍ୟ କରୁଥିବା କର୍ମଚାରୀଙ୍କୁ ୩ ମାସର ଦରମା ପ୍ରଦାନ କରାଯାଇ ନ ଥିବା ଅଭିଯୋଗ ଆସିଛି। ଘଟଣା ସମ୍ପର୍କରେ ଚିକିତ୍ସାଳୟ ସିଡିଏମ୍‌ଓ ଅଭୟ କୁମାର ଦାଶ କହିଛନ୍ତି, କରୋନା ପରିସ୍ଥିତି ଯୋଗୁ ଠିକାସଂସ୍ଥା ଟେଣ୍ଡରକୁ ୨ରୁ ୩ ମାସ ପର୍ଯ୍ୟନ୍ତ ବଢ଼ାଯାଇଛି। କିନ୍ତୁ ସେମାନଙ୍କର କାର୍ଯ୍ୟକଳାପ ଠିକ୍‌ ନାହିଁ। ପୂର୍ଣ୍ଣ ଟେଣ୍ଡର ଡକାଯିବ । ମେଡିକାଲର ଜଣେ ବରିଷ୍ଠ ଅଧିକାରୀ ଗତ ସପ୍ତାହରେ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେ ଆସିବା ପରେ ଏନେଇ ଆଲୋଚନା କରାଯିବ ବୋଲି ସିଡିଏମ୍‌ଓ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘୃଣିତ ଜ୍ଞାନେଶ

ଦୁର୍ନୀତି କଥା ଉଠିଲେ ସାଧାରଣରେ ଆର୍ଥିକ ଦିଗକୁ ବୁଝାଯାଏ। କିନ୍ତୁ ତାହାର ପରିଭାଷା ଅତ୍ୟନ୍ତ ବ୍ୟାପକ। କ୍ଷମତା ବିସ୍ତାର ଲାଗି କିଛି ଲୋକଙ୍କୁ ଦବାଇ ଦେଇ ପ୍ରଭୁତ୍ୱ…

ଶେଷରେ ବଦଳିଗଲା ନିଷ୍ପତ୍ତି, ସ୍ଥଗିତ ହେଲା ବ୍ୟାଙ୍କ ଧର୍ମଘଟ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮ା୯: ପ୍ରସ୍ତାବିତ ୩ ଦିନିଆ ବ୍ୟାଙ୍କ ଧର୍ମଘଟ ସ୍ଥଗିତ ହୋଇଯାଇଛି। ସୋମବାରଠାରୁ ହେବାକୁ ଥିବା ପ୍ରସ୍ତାବିତ ୩ ଦିନିଆ ସାରା ଭାରତୀୟ ବ୍ୟାଙ୍କ ଧର୍ମଘଟକୁ ସ୍ଥଗିତ ରଖାଯାଇଛି।…

ମହାନଦୀରେ ଆସୁଛି ପୁଣି ବନ୍ୟା: ପ୍ରଭାବିତ ହେବ ଏହି ୫ ଜିଲା

ଭୁବନେଶ୍ୱର,୨୮।୯(ରବିନାରାୟଣ ଜେନା): ଚଳିତବର୍ଷ ରାଜ୍ୟରେ ଗୋଟିଏ ପରେ ଗୋଟିଏ ବନ୍ୟା ଲୋକଙ୍କ ମେରୁଦଣ୍ଡ ଦୋହଲାଇ ଦେଲାଣି। ଜୁନ୍‌ରୁ ସେପ୍ଟେମ୍ବର ୨୫ ମଧ୍ୟରେ ବିଭିନ୍ନ ନଦୀର ଜଳସ୍ତର ବଢ଼ିବା…

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…

କୋଟପାଡ଼ରେ ବନ୍ୟା ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ, ପୀଡ଼ିତଙ୍କୁ ନେଇ କଲେ ବଡ଼ ଘୋଷଣା

କୋରାପୁଟ,୨୭।୯(ଅମିତାଭ ବେହେରା ): କୋରାପୁଟ ଜିଲାର ବନ୍ୟା ପ୍ରଭାବିତ କୋଟପାଡ଼ ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ବନ୍ୟା ସ୍ଥିତି ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ଆସନ୍ତାକାଲିଠାରୁ ୩ ଦିନ ବ୍ୟାଙ୍କ ହଡ଼ତାଳ: ଚାଲିବନି UPI , ATM? ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୨୭।୯: ୨୮ ସେପ୍ଟେମ୍ବରରୁ ୩୦ ସେପ୍ଟେମ୍ବର ୨୦୨୬ ପର୍ଯ୍ୟନ୍ତ ୩ ଦିନ ପାଇଁ ଦେଶବ୍ୟାପୀ ବ୍ୟାଙ୍କ ହଡ଼ତାଳ ହେବାକୁ ଯାଉଛି। ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିୟନ୍ସ…

ଲିଟର ପିଛା ମାତ୍ର ୨୫ ଟଙ୍କାରେ ଚାଲିବ କାର୍‌; ବଡ଼ ଘୋଷଣା କଲେ ନୀତିନ ଗଡ଼କରୀ, ଅକ୍ଟୋବରରୁ…

ନୂଆଦିଲ୍‌ଲୀ,୨୭।୯: କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଇଥାନଲକୁ ନେଇ ଏକ ନୂଆ ସ୍ୱପ୍ନ ଦେଖାଇଛନ୍ତି। ତାଙ୍କ କହିବା କଥା ହେଉଛି, ଅକ୍ଟୋବର ମାସରୁ ହିଁ…

ଓଡ଼ିଶାରେ ଦ୍ୱିତୀୟ ଏମ୍ସ ନେଇ କେନ୍ଦ୍ର ଅସ୍ପଷ୍ଟ

ବଲାଙ୍ଗୀର,୨୭ା୯(ବୀରେନ୍ଦ୍ର କୁମାର ଝାଙ୍କର): ଗତ ୨ ବର୍ଷ ତଳେ ୨୦୨୪ ସେପ୍ଟେମ୍ୱର ୮ରେ ସମ୍ୱଲପୁରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଦ୍ୱିତୀୟ ଏମ୍ସ ସମ୍ୱଲପୁରରେ ପ୍ରତିଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?