ସଫୁରା ଜରଗରଙ୍କୁ କ୍ଷତିପୂରଣ ଦିଅ

ଜାତିସଂଘ,୧୭।୩: ୨୦୨୦ ଫେବୃୟାରୀରେ କେନ୍ଦ୍ରର ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ବିରୋଧୀ ବିକ୍ଷୋଭ ବେଳେ ଦିଲ୍ଲୀରେ ବ୍ୟାପକ ହିଂସା ହୋଇଥିଲା। ସାମ୍ପ୍ରଦାୟିକ ଦଙ୍ଗାରେ ୫୩ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୪୦୦ରୁ ଊର୍ଦ୍ଧ୍ୱ ଆହତ ହୋଇଥିଲେ। ମୃତକଙ୍କ ମଧ୍ୟରୁ ଅଧିକାଂଶ ସଂଖ୍ୟାଲଘୁ ଥିଲେ। ଏହି ସମୟରେ ଜାମିଆ ମିଲିଆ ଇସ୍‌ଲାମିଆ ୟୁନିଭର୍ସିଟିରେ ମଧ୍ୟ ଛାତ୍ରୀଛାତ୍ର ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଉକ୍ତ ବିଶ୍ୱବିଦ୍ୟାଳୟର ଏମ୍‌ଫିଲ୍‌ ଛାତ୍ରୀ ସଫୁରା ଜରଗରଙ୍କୁ ଦିଲ୍ଲୀ ଦଙ୍ଗାରେ ସମ୍ପୃକ୍ତି ଅଭିଯୋଗରେ ଗତବର୍ଷ ଏପ୍ରିଲରେ ଗିରଫ କରାଯାଇଥିଲା। ଗିରଫ ହେବାବେଳେ ସଫୁରା ଗର୍ଭବତୀ ଥିଲେ। ଦୁଇମାସ ପରେ ସେ ଜାମିନ ପାଇ ମୁକୁଳିଥିଲେ। ଜାତିସଂଘର ଏକ ବିଶେଷଜ୍ଞ କମିଟି ଏହି ଗିରଫଦାରିକୁ ବେଆଇନ ଓ ଅନ୍ତର୍ଜାତୀୟ ସନ୍ଧିର ଏକତରଫା ଉଲ୍ଲଂଘନ ବୋଲି ଦର୍ଶାଇବା ସହ ଷ୍ଟୁଡେଣ୍ଟ ଆକ୍ଟିଭିଷ୍ଟ ସଫୁରାଙ୍କୁ କ୍ଷତିପୂରଣ ଦେବା ପାଇଁ ଭାରତ ସରକାରଙ୍କୁ ନିର୍ଦ୍ଦେଶ ଦେଇଛି।
ଜେନେଭାସ୍ଥିତ ୱାର୍କିଂ ଗ୍ରୁପ୍‌ ଅନ୍‌ ଆର୍ବିଟ୍ରାରି ଡିଟେନ୍ସନ (ଡବ୍ଲ୍ୟୁଜିଏଡି) ଜାତିସଂଘ ମାନବାଧିକାର ଉଚ୍ଚାୟୁକ୍ତ ଅଫିସ ଅଧୀନରେ କାର୍ଯ୍ୟ କରିଥାଏ। ଏହି ସଂସ୍ଥା ନିଜ ରିପୋର୍ଟରେ ଦର୍ଶାଇଛି ଯେ ସଫୁରାଙ୍କ ଗିରଫଦାରି ମାନବାଧିକାର ସମ୍ପର୍କିତ ସାର୍ବଜନୀନ ଘୋଷଣାନାମା ଏବଂ ନାଗରିକ ଓ ରାଜନୈତିକ ଅଧିକାର ଉପରେ ଅନ୍ତର୍ଜାତୀୟ ଚୁକ୍ତିନାମା ବିରୋଧରେ ଯାଇଛି। ଉକ୍ତ ମାମଲାର ସମସ୍ତ ପାରିପାର୍ଶ୍ୱିକ ସ୍ଥିତି ଓ ପ୍ରମାଣ ଆଧାରରେ ସଫୁରାଙ୍କୁ ଅନ୍ତର୍ଜାତୀୟ ଆଇନ ଅନୁଯାୟୀ ଉପଯୁକ୍ତ କ୍ଷତିପୂରଣ ଦିଆଯିବା ଉଚିତ ବୋଲି ଡବ୍ଲ୍ୟୁଜିଏଡି ବିଚାର କରେ। ଭାରତ ସରକାର ଏ ଦିଗରେ ତୁରନ୍ତ ପଦକ୍ଷେପ ନିଅନ୍ତୁ ବୋଲି ଜାତିସଂଘ ବିଶେଷଜ୍ଞ କମିଟି କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri