କ୍ଷତିପୂରଣ ବନୀକରଣ: ୨୬,୫୦୦ ଏକରର ଲ୍ୟାଣ୍ଡ ବ୍ୟାଙ୍କ

ଭୁବନେଶ୍ୱର, ୧୦ା୨(ବ୍ୟୁରୋ): ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଏବଂ ଓଡ଼ିଶା ରାଜ୍ୟ ଗୃହ ନିର୍ମାଣ ବୋର୍ଡ (ଓଏସ୍‌ଏଚ୍‌ବି)ର ହାଉସିଂ ଅଞ୍ଚଳରେ ପ୍ରାୟ ୪ ଦଶନ୍ଧି ଧରି ରହିଥିବା ଜଙ୍ଗଲ ସମସ୍ୟା ଦୂରହେବ। ବୁଧବାର ଲୋକସେବା ଭବନରୁ ଭର୍ଚୁଆଲରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ବସିଥିବା ଉଚ୍ଚସ୍ତରୀୟ ବୈଠକରେ ଏନେଇ ନିଷ୍ପତ୍ତି ନିଆଯାଇଛି। ମିଳିଥିବା ସୂଚନା ମୁତାବକ, ୧୯୭୦ରୁ ବରମୁଣ୍ଡା, ପାଇକନଗର, କାନନବିହାର ଏବଂ ଜୟଦେବବିହାର ଅଞ୍ଚଳରେ ବସବାସ କରୁଥିବା ଲୋକଙ୍କ ବିଭିନ୍ନ ସମସ୍ୟାକୁ ବିଚାରକରି ମାସକ ମଧ୍ୟରେ ଜଙ୍ଗଲ କିସମ ପରିବର୍ତ୍ତନ ପ୍ରକ୍ରିୟା ଶେଷ କରିବା ପାଇଁ ମୁଖ୍ୟ ଶାସନ ସଚିବ ବିଡିଏକୁ ନିର୍ଦ୍ଦେଶ ଦେଇଛନ୍ତି। କିସମ ପରିବର୍ତ୍ତନ ହେବାକୁ ଥିବା ଜଙ୍ଗଲ ଜମିରେ କ୍ଷତିପୂରଣ ବନୀକରଣ ନିମନ୍ତେ ନିର୍ଦ୍ଦେଶ ଦିଆଯାଇଛି। ଏହାସହ ରାଜସ୍ବ ଏବଂ ବିପର୍ଯ୍ୟୟ ପରିଚାଳନା ବିଭାଗ ଦ୍ୱାରା ପୂର୍ବରୁ ଚିହ୍ନିତ ଜମିରୁ କ୍ଷତିପୂରଣ ବନୀକରଣ ନିମନ୍ତେ ଜମି ଚିହ୍ନଟ କରିବାକୁ କଟକ ଏଡିଏମ୍‌ ଏବଂ ଆଠଗଡ଼ ଡିଏଫ୍‌ଓଙ୍କୁ କୁହାଯାଇଛି। ଏହି ପଦକ୍ଷେପ ଦ୍ୱାରା ପ୍ରାୟ ୨ ହଜାର ପରିବାର ଉପକାର ପାଇବେ। ଏହାସହ କ୍ଷତିପୂରଣ ବନୀକରଣ ଲାଗି କୌଣସି ଜଙ୍ଗଲ ଜମି ଆବଣ୍ଟନ ହେବ ନାହିଁ ବୋଲି ମୁଖ୍ୟ ଶାସନ ସଚିବ ସ୍ପଷ୍ଟ କରିଛନ୍ତି। ପତିତ ରାଜସ୍ବ ଜଙ୍ଗଲ ଜମି ଚିହ୍ନଟ କରିବା ସହ କ୍ଷତିପୂରଣ ବନୀକରଣ ନିମନ୍ତେ ଲ୍ୟାଣ୍ଡବ୍ୟାଙ୍କ ଥିବା ଜମିକୁ ଏଥିରେ ସାମିଲ କରିବାକୁ କୁହାଯାଇଛି। ଏହାଫଳରେ ଜଙ୍ଗଲ କିସମ ପରିବର୍ତ୍ତନ ସମସ୍ୟା ଯୋଗୁ କୌଣସି ବିକାଶମୂଳକ ପ୍ରକଳ୍ପ ଅଟକି ରହିବନାହିଁ। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ କହିଛନ୍ତି, କ୍ଷତିପୂରଣ ବନୀକରଣ ଲାଗି ଲ୍ୟାଣ୍ଡବ୍ୟାଙ୍କ ସୃଷ୍ଟି ହୋଇସାରିଛି। ଜାନୁୟାରୀରେ ୧୮ ଜିଲାରେ ପ୍ରାୟ ୨୬,୫୦୦ ଏକର ପତିତ ରାଜସ୍ବ ଜଙ୍ଗଲ ଜମି ଚିହ୍ନଟ କରାଯାଇଛି। ଏହି ଜିଲାଗୁଡ଼ିକ ହେଉଛି କେନ୍ଦୁଝର, ସୁନ୍ଦରଗଡ଼, ବଲାଙ୍ଗୀର, ଯାଜପୁର, ମୟୂରଭଞ୍ଜ, ବାଲେଶ୍ୱର, ସମ୍ବଲପୁର, ଅନୁଗୋଳ, କଟକ, ଢେଙ୍କାନାଳ, ଗଞ୍ଜାମ, ଜଗତ୍‌ସିଂହପୁର, ଝାରସୁଗୁଡ଼ା, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା, ସୋନପୁର ଏବଂ ନୟାଗଡ଼। ମାସକରେ କେନ୍ଦୁଝର ଜିଲାରେ ପ୍ରାୟ ୧୦,୮୦୦ ଏକର ଜମି ଚିହ୍ନଟ ହୋଇଛି। ସେ ଆହୁରି କହିଛନ୍ତି, ମାର୍ଚ୍ଚ ୨୦୨୨ ସୁଦ୍ଧା ଲ୍ୟାଣ୍ଡବ୍ୟାଙ୍କର ୫୦ ହଜାର ଏକରକୁ ବୃଦ୍ଧି କରିବା ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ଏହାସହ ବର୍ଷକ ମଧ୍ୟରେ କ୍ଷତିପୂରଣ ବନୀକରଣ ନିମନ୍ତେ ପାଖାପାଖି ୧ ଲକ୍ଷ ହେକ୍ଟର ଜମିକୁ ଲ୍ୟାଣ୍ଡବ୍ୟାଙ୍କ ଫୋଲ୍‌ଡକୁ ଆଣିବା ପାଇଁ ଲକ୍ଷ୍ୟ ରହିଛି। ବୈଠକରେ ହୋଇଥିବା ନିଷ୍ପତ୍ତି ଅନୁସାରେ, କ୍ଷତିପୂରଣ ବନୀକରଣ ପାଇଁ ଜମି ଆବଣ୍ଟନ ସକାଶେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ନୋଡାଲ ଅଧିକାରୀ ରହିବେ। ଉନ୍ନୟନମୂଳକ ପ୍ରକଳ୍ପର କାର୍ଯ୍ୟନିର୍ବାହୀ ସଂସ୍ଥାଗୁଡ଼ିକ ଲ୍ୟାଣ୍ଡବ୍ୟାଙ୍କରୁ କ୍ଷତିପୂରଣ ବନୀକରଣ ଜମି ସକାଶେ ସମ୍ପୃକ୍ତ ଜିଲାର ଏଡିଏମ୍‌ (ରାଜସ୍ବ)ଙ୍କୁ ଜଣାଇବେ। ଏହି ବୈଠକରେ ଜଙ୍ଗଲ ଓ ପରିବେଶ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ମୋନା ଶର୍ମା, ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପ୍ରମୁଖ ସଚିବ ଜି. ମାଥିଭାଥାନନ୍‌, ପ୍ରଧାନ ମୁଖ୍ୟ ବନ ସଂରକ୍ଷକ ଶିଶିର କୁମାର ରଥୋ, ବିଡିଏ ଉପାଧ୍ୟକ୍ଷ ସଞ୍ଜୟ ସିଂଙ୍କ ସମେତ ବିଭାଗଗୁଡ଼ିକର ବରିଷ୍ଠ ଅଧିକାରୀମାନେ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

ଏହିଦିନ ଓଡ଼ିଶା ଆସିବେ ଅମିତ ଶାହା: କଟକରେ ରହିଛି ବଡ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୭।୨: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ମାର୍ଚ୍ଚ ୭ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଏକଦିବସୀୟ ଗସ୍ତ କାଳରେ ସେ କଟକ ଜିଲା…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri