Posted inଜାତୀୟ

ପଜିଟିଭ୍‌ ହେବାର ୩୦ ଦିନ ମଧ୍ୟରେ ଆତ୍ମହତ୍ୟା କରିଥିବା କରୋନା ଆକ୍ରାନ୍ତଙ୍କ ପରିବାରକୁ କ୍ଷତି ପୂରଣ…

ନୂଆଦିଲ୍ଲୀ,୨୩।୯: କରୋନା ପଜିଟିଭ୍‌ ହେବାର ୩୦ ଦିନ ମଧ୍ୟରେ ଆତ୍ମହତ୍ୟା କରିଥିବା ଆକ୍ରାନ୍ତଙ୍କ ପରିବାରଙ୍କୁ ଅନୁକମ୍ପାମୂଳକ କ୍ଷତିପୂରଣ ପ୍ରଦାନ କରିବା ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ସୁପ୍ରିମ୍‌କୋର୍ଟଙ୍କୁ କୁହାଯାଇଛି। ପୂର୍ବରୁ ଶୀର୍ଷକୋର୍ଟ ଏହି କ୍ଷତି ପୂରଣ ନିଷ୍ପତ୍ତିର ପୁନର୍ବିଚାର କରିବାକୁ କେନ୍ଦ୍ର ସରକାରଙ୍କୁ କହିଥିଲେ।

କେନ୍ଦ୍ର ସରକାରଙ୍କ ପକ୍ଷରୁ ଏ ସମ୍ପର୍କରେ ସତ୍ୟପାଠ ଦାଖଲ କରାଯାଇଛି। ଏଥିରେ ଉଲ୍ଲେଖ କରାଯାଇଛି ଯେ, ପଜିଟିଭ୍‌ ହେବାର ମାସେ ମଧ୍ୟରେ ଆତ୍ମହତ୍ୟା କରିଥିବା ଆକ୍ରାନ୍ତଙ୍କ ପରିବାରଙ୍କୁ କ୍ଷତିପୂରଣ ତାଲିକାଭୁକ୍ତ କରାଯିବ।

ଜାତୀୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷଙ୍କ ଦ୍ୱାରା ଧାରା ୨୧(୩) ଅନୁସାରେ ୨୦୨୧ ସେପ୍ଟେମ୍ବର ୧୧ରେ ଦାଖଲ କରାଯାଇଥିବା ସତ୍ୟପାଠ ଗାଇଡ୍‌ଲାଇନ୍‌ ଆଧାରରେ କ୍ଷତିପୂରଣ ପ୍ରଦାନ କରାଯିବ।

ସେପ୍ଟେମ୍ବର ୧୩ରେ ବିଚାରପତି ଏମ୍‌.ଆର୍‌.ଶାହା ଏବଂ ଏ.ଏସ୍‌. ବୋପନ୍ନାଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ କରୋନା ଆକ୍ରାନ୍ତଙ୍କ ଆତ୍ମହତ୍ୟା କ୍ଷତିପୂରଣର ସମୀକ୍ଷା ପୁଣି ଥରେ କରିବାକୁ ନିର୍ଦ୍ଦେଶ ଦେଇଥିଲେ।

ସୂଚନାଯୋଗ୍ୟ, ଆଇନଜୀବୀ ଗୌରବ କୁମାର ବଂଶଲଙ୍କ ପକ୍ଷରୁ କେନ୍ଦ୍ର ସରକାରଙ୍କ ବିରୋଧରେ ଏହି ଜନସ୍ବାର୍ଥ ମାମଲା ଦାଖଲ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ବନ୍ଦେ ମାତରମ’କୁ ନେଇ ନୂଆ ନିର୍ଦ୍ଦେଶାବଳୀ ଜାରି: ଏଣିକି ଠିଆ ହେବା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୧।୨: ବନ୍ଦେ ମାତରମ ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରାଯାଇଛି। କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଦ୍ୱାରା ଜାରି ନୂତନ ନିର୍ଦ୍ଦେଶାବଳୀ ଅନୁଯାୟୀ, ବନ୍ଦେ ମାତରମ ପାଇଁ ଠିଆ…

ଜୁନିୟର ଆସିଷ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ୨.୩୮ କୋଟି ଟଙ୍କା ହରିଲୁଟ ଅଭିଯୋଗ

ଅନୁଗୋଳ,୧୧।୨: ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ବୁଧବାର ଅନୁଗୋଳ ମୁଖ୍ୟ ଚିକିତ୍ସାଳୟ (CDMO) କାର୍ଯ୍ୟାଳୟର ଜୁନିୟର ଆସିଷ୍ଟାଣ୍ଟ ସୁବ୍ରତ କୁମାର ବେହେରାଙ୍କ ବିଭିନ୍ନ ବାସଭବନ ଓ କାର୍ଯ୍ୟାଳୟ…

ଯାତ୍ରା ଚାଲୁଥିବା ବେଳେ ଘରେ ପଶି ଲୁଟ: ଉତ୍ତମମଧ୍ୟମ ଦେଇ ପୋଲିସକୁ ହସ୍ତାନ୍ତର କଲେ ଗ୍ରାମବାସୀ

ଭଦ୍ରକ,୧୧।୨(ସନାତନ ରାଉତ): ଅପେରା ଚାଲୁଥିବାବେଳେ ଘରେ ପଶି ଲୁଟ। ଧରାପଡି ନିର୍ଧୁମ ଛେଚା ଖାଇବା ପରେ ପୋଲିସକୁ ୪ ଯୁବକଙ୍କୁ ହସ୍ତାନ୍ତର କଲେ ଗ୍ରାମବାସୀ l ଏପରି…

୨୩,୩୮୭ କନିଷ୍ଠ ଶିକ୍ଷକଙ୍କୁ ପଦୋନ୍ନତି: ଖୁବ୍‌ଶୀଘ୍ର ପ୍ରଧାନଶିକ୍ଷକ ଭାବେ ଦିଆଯିବ ନିଯୁକ୍ତି

ଭୁବନେଶ୍ୱର,୧୧ା୨ (ସୁଚିସ୍ମିତା ସାହୁ):ରାଜ୍ୟ ସରକାରଙ୍କ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ୨୩,୩୮୭ ଜଣ କନିଷ୍ଠ ଶିକ୍ଷକଙ୍କୁ ବରିଷ୍ଠ (ଏସ୍‌ଇଏସ୍‌) ପାହ୍ୟାକୁ ପଦୋନ୍ନତି ଦିଆଯାଇଛି। ସୋମବାର ପ୍ରକାଶିତ ଏହି…

ଚଳନ୍ତା କଣ୍ଟେନରକୁ ପଛପଟୁ ଧକ୍କା ଦେଲା କାର: ଆଉ ତା’ପରେ…

ବାହାନଗା, ୧୧।୨(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ତଳନଗରଠାରେ ଏକ ଚଳନ୍ତା କଣ୍ଟେନର ପଛକୁ ଏକ କାର ଧକ୍କା…

ଖେଳାଳିଙ୍କ ପ୍ରତି କଠୋର ହେଲା BCCI: ଏହି ସର୍ତ୍ତ ପୂରଣ କରିବାକୁ କଲା ମନା

ନୂଆଦିଲ୍ଲୀ,୧୧।୨: ICC ଟି୨୦ ବିଶ୍ୱକପ ଆରମ୍ଭ ହେବା ପୂର୍ବରୁ, BCCI ଟିମ ଇଣ୍ଡିଆର ଖେଳାଳିମାନଙ୍କ ପ୍ରତି କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ବୋର୍ଡ ସ୍ପଷ୍ଟ ଭାବରେ କହିଛି,…

ପିଲା ଏବେ ଭାବପ୍ରବଣ

ଗୋଟିଏ ସପ୍ତାହ ଭିତରେ ଦୁଇଟି ଆତ୍ମହତ୍ୟାଜନିତ ଘଟଣା ଏବେ ଦେଶର ବିବେକକୁ ଦୋହଲାଇ ଦେଇଛି। ୪ ଫେବୃଆରୀରେ ଉତ୍ତରପ୍ରଦେଶର ଗାଜିଆବାଦରେ ଏକ ବହୁତଳ ପ୍ରାସାଦର ୯ମ ମହଲାରୁ…

ବାଜି ମାରିଲା ପାକିସ୍ତାନ, ଭାରତକୁ ପକାଇଲା ପଛରେ…

ନୂଆଦିଲ୍ଲୀ,୧୧।୨: ଫେବୃଆରୀ ୧୦ ତାରିଖରେ ଖେଳାଯାଇଥିବା ରୋମାଞ୍ଚକର ମ୍ୟାଚ ପରେ, ଟୁର୍ନାମେଣ୍ଟର ପଏଣ୍ଟ ଟେବୁଲ ସମ୍ପୂର୍ଣ୍ଣ ବଦଳି ଯାଇଛି। ଗ୍ରୁପ A ରେ, ପାକିସ୍ତାନ କେବଳ ଯୁକ୍ତରାଷ୍ଟ୍ରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri