ମୃତ୍ୟୁ ପ୍ରମାଣପତ୍ରରେ କୋଭିଡ୍‌ ନ ଥିଲେ ଅଟକିବନି କ୍ଷତିପୂରଣ

ନୂଆଦିଲ୍ଲୀ, ୫।୧୦(ଆଇଏଏନ୍‌ଏସ୍‌): କେନ୍ଦ୍ର ଗାଇଡ୍‌ଲାଇନ ଅନୁଯାୟୀ କୋଭିଡ୍‌-୧୯ରେ ପ୍ରାଣ ହରାଇଥିବା ଲୋକଙ୍କ ପରିବାରକୁ ୫୦ ହଜାର ଟଙ୍କା ଲେଖାଏଁ କ୍ଷତିପୂରଣ ଯୋଗାଇଦେବାକୁ ସୁପ୍ରିମକୋର୍ଟ ସୋମବାର ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଆବେଦନର ୩୦ ଦିନ ମଧ୍ୟରେ ସହାୟତା ରାଶି ସେମାନଙ୍କ ପାଖରେ ପହଞ୍ଚତ୍ବା ଆବଶ୍ୟକ। କ୍ଷତିପୂରଣ ଯୋଜନାର ଉପଯୁକ୍ତ ପ୍ରଚାର ପ୍ରସାର କରିବା ପାଇଁ ଅଦାଲତ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ କହିଛନ୍ତି। ତେବେ ମୃତ୍ୟୁ ପ୍ରମାଣପତ୍ରରେ ମୃତ୍ୟୁର କାରଣ କୋଭିଡ୍‌-୧୯ ଲେଖାଯାଇ ନ ଥିବା ଦର୍ଶାଇ ରାଜ୍ୟ ସରକାର ସହାୟତା ରାଶିକୁ ଅଟକାଇପାରିବେ ନାହିଁ ବୋଲି ଜଷ୍ଟିସ୍‌ ଏମ୍‌.ଆର୍‌. ଶାହାଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ସ୍ପଷ୍ଟ କରିଛନ୍ତି। ମୃତ୍ୟୁ ପ୍ରମାଣପତ୍ରରେ ସଂଶୋଧନ ପାଇଁ ରାଜ୍ୟ ପ୍ରଶାସନ ଆବଶ୍ୟକ ପଦକ୍ଷେପ ନେବାକୁ କୁହାଯାଇଛି। ରାୟ ପ୍ରଦାନ ତାରିଖ ପରେ ଯେଉଁମାନଙ୍କର କୋଭିଡ୍‌ରେ ମୃତ୍ୟୁ ହେବ ସେମାନଙ୍କୁ ମଧ୍ୟ ଏହି ସହାୟତା ରାଶି ମିଳିବ। ଅଭିଯୋଗ ସମାଧାନ କମିଟି ମୃତ ରୋଗୀଙ୍କ ମେଡିକାଲ ରେକର୍ଡ ଯାଞ୍ଚ କରି ଆବେଦନର ୩୦ ଦିନ ମଧ୍ୟରେ ସମସ୍ୟାର ସମାଧାନ କରିବେ। ମିଳିଥିବା ମୃତ୍ୟୁ ପ୍ରମାଣପତ୍ରରେ ମୃତ୍ୟୁର କାରଣକୁ ନେଇ ପରିବାରର ଆପତ୍ତି ଥିଲେ, ସେମାନେ କମିଟିର ଦ୍ୱାରସ୍ଥ ହୋଇପାରିବେ।

 


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚେତାବନୀ: କହିଲେ ପାଗଳ, ହର୍ମୁଜ ଖୋଲିଦିଅ, ନଚେତ୍‌…

ଓ୍ବାଶିଂଟନ,୫ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ପୁଣି ଧମକ ଦେଇଛନ୍ତି। ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଇରାନକୁ ୧୦ ଦିନର ଅଲ୍ଟିମେଟମ ଦେଇଥିଲେ ଟ୍ରମ୍ପ ।…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ଭିଡ଼ିଓ ଶେୟାର କରି ଆମେରିକାକୁ ବଡ଼ ଝଟକା ଦେଲା ଇରାନ, ପାଇଲଟଙ୍କୁ ଉଦ୍ଧାର କରିବାକୁ ଆସିଥିବା ଏୟାରକ୍ରାପ୍ଟ ଧ୍ୱଂସ!

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ସେନା ୪୮ ଘଣ୍ଟା ଧରି ଲୁଚି ରହିବା ପରେ ଏକ ଉଦ୍ଧାର କାର୍ଯ୍ୟ ପରେ ଏହାର ଜଣେ ବାୟୁସେନା…

ଟୋଲ ଗେଟରେ ଆଉ ଲାଗିବ ନାହିଁ ଲମ୍ବା ଲାଇନ, ସରକାର ବଦଳାଇବେ ପେମେଣ୍ଟ ସିଷ୍ଟମ

ନୂଆଦିଲ୍ଲୀ,୫।୪: ଯଦି ଆପଣ ପ୍ରାୟତଃ ରାଜପଥରେ ଯାତ୍ରା କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ଟୋଲ ପ୍ଲାଜାରେ ନଗଦ ଦେୟକୁ ସମ୍ପୂର୍ଣ୍ଣ…

ଭାଜପାରେ ଯୋଗଦେବେ ରାଘବ ଚଢା? ମୋଦିଙ୍କ ସମାଲୋଚନା କରିଥିବା ପୋଷ୍ଟ କଲେ ଡିଲିଟ୍‌, ବଢିଲା ହଲଚଲ  

ନୂଆଦିଲ୍ଲୀ,୫।୪: ଦେଶର ରାଜନୈତିକ ମହଲରେ ଏବେ ଏକ ବଡ଼ ଧରଣର ଚର୍ଚ୍ଚା ଜୋର ଧରିଛି। ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଏମ୍‌ପି ରାଘବ ଚଢା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri