ମୃତ୍ୟୁ ପ୍ରମାଣପତ୍ରରେ କୋଭିଡ୍‌ ନ ଥିଲେ ଅଟକିବନି କ୍ଷତିପୂରଣ

ନୂଆଦିଲ୍ଲୀ, ୫।୧୦(ଆଇଏଏନ୍‌ଏସ୍‌): କେନ୍ଦ୍ର ଗାଇଡ୍‌ଲାଇନ ଅନୁଯାୟୀ କୋଭିଡ୍‌-୧୯ରେ ପ୍ରାଣ ହରାଇଥିବା ଲୋକଙ୍କ ପରିବାରକୁ ୫୦ ହଜାର ଟଙ୍କା ଲେଖାଏଁ କ୍ଷତିପୂରଣ ଯୋଗାଇଦେବାକୁ ସୁପ୍ରିମକୋର୍ଟ ସୋମବାର ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଆବେଦନର ୩୦ ଦିନ ମଧ୍ୟରେ ସହାୟତା ରାଶି ସେମାନଙ୍କ ପାଖରେ ପହଞ୍ଚତ୍ବା ଆବଶ୍ୟକ। କ୍ଷତିପୂରଣ ଯୋଜନାର ଉପଯୁକ୍ତ ପ୍ରଚାର ପ୍ରସାର କରିବା ପାଇଁ ଅଦାଲତ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ କହିଛନ୍ତି। ତେବେ ମୃତ୍ୟୁ ପ୍ରମାଣପତ୍ରରେ ମୃତ୍ୟୁର କାରଣ କୋଭିଡ୍‌-୧୯ ଲେଖାଯାଇ ନ ଥିବା ଦର୍ଶାଇ ରାଜ୍ୟ ସରକାର ସହାୟତା ରାଶିକୁ ଅଟକାଇପାରିବେ ନାହିଁ ବୋଲି ଜଷ୍ଟିସ୍‌ ଏମ୍‌.ଆର୍‌. ଶାହାଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ସ୍ପଷ୍ଟ କରିଛନ୍ତି। ମୃତ୍ୟୁ ପ୍ରମାଣପତ୍ରରେ ସଂଶୋଧନ ପାଇଁ ରାଜ୍ୟ ପ୍ରଶାସନ ଆବଶ୍ୟକ ପଦକ୍ଷେପ ନେବାକୁ କୁହାଯାଇଛି। ରାୟ ପ୍ରଦାନ ତାରିଖ ପରେ ଯେଉଁମାନଙ୍କର କୋଭିଡ୍‌ରେ ମୃତ୍ୟୁ ହେବ ସେମାନଙ୍କୁ ମଧ୍ୟ ଏହି ସହାୟତା ରାଶି ମିଳିବ। ଅଭିଯୋଗ ସମାଧାନ କମିଟି ମୃତ ରୋଗୀଙ୍କ ମେଡିକାଲ ରେକର୍ଡ ଯାଞ୍ଚ କରି ଆବେଦନର ୩୦ ଦିନ ମଧ୍ୟରେ ସମସ୍ୟାର ସମାଧାନ କରିବେ। ମିଳିଥିବା ମୃତ୍ୟୁ ପ୍ରମାଣପତ୍ରରେ ମୃତ୍ୟୁର କାରଣକୁ ନେଇ ପରିବାରର ଆପତ୍ତି ଥିଲେ, ସେମାନେ କମିଟିର ଦ୍ୱାରସ୍ଥ ହୋଇପାରିବେ।

 


Enter your email to get our daily news in your inbox.

All Right Reserved By Dharitri.Com

‘ନେତାଜୀ-ଟାଗୋରଙ୍କୁ ସମ୍ମାନ ଦେଇ ଜାଣି ନାହାଁନ୍ତି…’, ବନ୍ଦେ ମାତରମ ଆଲୋଚନାକୁ ନେଇ ଭାଜପା ଉପରେ ଖପ୍ପା ହେଲେ ମମତା

କୋଲକାତା,୮।୧୨: ସଂସଦରେ ବନ୍ଦେ ମାତରମ ଉପରେ ଉଷ୍ମ ବିତର୍କ ମଧ୍ୟରେ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସିଧାସଳଖ ଭାଜପାକୁ କାଠଗଡ଼ାରେ ଠିଆ କରିଥିଲେ। କୋଲକାତାରେ ଏକ...

ଜାଣିଶୁଣି କରାଯାଇଥିଲା କି ଇଣ୍ଡିଗୋ ସଙ୍କଟ? ସରକାର ଜାରି କଲେ ନୋଟିସ, ଯାଞ୍ଚ ଆରମ୍ଭ

ନୂଆଦିଲ୍ଲୀ,୮।୧୨: ସରକାର ନୂତନ ଫ୍ଲାଇଟ ଡ୍ୟୁଟି ସମୟ ସୀମା (FDTL) ନିୟମ କାର୍ଯ୍ୟକାରୀ କରିବାରେ ଇଣ୍ଡିଗୋର ଅଭିଯୋଗ ଅବହେଳାର ତଦନ୍ତ କରିବେ। ଅଭିଯୋଗ ହୋଇଛି ଯେ...

ଶୀତରେ ଥରୁଛି ଜି.ଉଦୟଗିରି: ଜନଜୀବନ ଅସ୍ତବ୍ୟସ୍ତ

ଜି.ଉଦୟଗିରି,୮।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ସାରା ରାଜ୍ୟରେ ହାଡ଼ଭଙ୍ଗା ଶୀତ ଜାରି ରହିଥିବାବେଳେ ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ୧୨ ଯାଏ ଶୀତ ଲହରୀ ଜାରି...

କଟକରେ ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଟି-୨୦: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍‌

ନୂଆଦିଲ୍ଲୀ,୮।୧୨: ଟେଷ୍ଟ ଏବଂ ଦିନିକିଆ ପରେ, ଭାରତ ଏବଂ ଦକ୍ଷିଣ ଆଫ୍ରିକା ଦଳ ଏବେ ଟି-୨୦ ଅନ୍ତର୍ଜାତୀୟ ସିରିଜ ଖେଳିବାକୁ ପ୍ରସ୍ତୁତ। ଦକ୍ଷିଣ ଆଫ୍ରିକା ଟେଷ୍ଟ...

ସାରା ରାଜ୍ୟକୁ ଥରାଉଛି ଶୀତ, ଜି.ଉଦୟଗିରି ସବୁଠୁ ଥଣ୍ଡା, ତାପମାତ୍ରା ରହିଛି…

ଭୁବନେଶ୍ୱର,୮ା୧୨: ରାଜ୍ୟରେ କିଛିଦିନ ହେବ ଶୀତ ଲହରି ଜାରି ରହିଛି। କନ୍ଧମାଳ ଜିଲାର ସବୁଜ ସୁନ୍ଦର ପାହାଡ଼ ପର୍ବତ ଘେରା ଜି.ଉଦୟଗିରି ଅଞ୍ଚଳ ରାଜ୍ୟର ସବୁଠାରୁ କମ୍‌...

ଟେନିସ ଖେଳାଳିଙ୍କ ସହ ନଜର ଆସିଲେ ଯୁବରାଜ, ହରଭଜନ କହିଲେ…

ନୂଆଦିଲ୍ଲୀ,୮।୧୨: ଟିମ ଇଣ୍ଡିଆର କିମ୍ବଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂହଙ୍କ ଏକ ଫଟୋସୁଟ ସୋସିଆଲ ମିଡିଆରେ ହଇଚଇ ସୃଷ୍ଟି କରିଛି। ଏଥିରେ ସେ ଜଣେ ବିଦେଶୀ ମହିଳାଙ୍କ...

କୃତ୍ରିମ ଉପଗ୍ରହର ବହୁଳତା

ପୃଥିବୀର ଏକମାତ୍ର ପ୍ରାକୃତିକ ଉପଗ୍ରହ ହେଉଛି ଚନ୍ଦ୍ର। କିନ୍ତୁ ଗତ ଶତାବ୍ଦୀର ଦ୍ୱିତୀୟାର୍ଦ୍ଧରୁ ଅନେକ କୃତ୍ରିମ ଉପଗ୍ରହ ପୃଥିବୀ କକ୍ଷରେ ଏହାକୁ ପରିକ୍ରମଣ କରୁଛି। ରୁଷିଆ...

‘ବ୍ରିଟିଶମାନେ ପ୍ରଥମେ ବଙ୍ଗଳାକୁ ବିଭାଜିତ କରିଥିଲେ, ବନ୍ଦେ ମାତରମ ସେମାନଙ୍କ ପାଇଁ ଏକ ଚ୍ୟାଲେଞ୍ଜ ହୋଇଗଲା’ – ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୮।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଲୋକ ସଭାର ଶୀତକାଳୀନ ଅଧିବେଶନ ପାଇଁ ସଂସଦରେ ପହଞ୍ଚିଥିଲେ। ସେ ‘ବନ୍ଦେ ମାତରମ’ର ୧୫୦ତମ ବାର୍ଷିକୀ ଉପରେ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri