Posted inଜାତୀୟ

ଦିଲ୍ଲୀ ମୁଣ୍ଡକା ଅଗ୍ନିକାଣ୍ଡରେ ମୃତକଙ୍କୁ ୨ ଲକ୍ଷ , ଆହତଙ୍କୁ ୫୦ ହଜାର ଟଙ୍କାର ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୪ ।୫: ରାଜଧାନୀ ଦିଲ୍ଲୀର ମୁଣ୍ଡକାରେ ଶୁକ୍ରବାର ଅପରାହ୍ନରେ ହୋଇଥିବା ଅଗ୍ନିକାଣ୍ଡକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୋକ ପ୍ରକାଶ କରିଛନ୍ତି । ଏହାସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି । ପିଏମଓ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ପ୍ରଧାନମନ୍ତ୍ରୀ ମୋଦି ଅଗ୍ନିକାଣ୍ଡରେ ମୃତକଙ୍କ ପରିଜନଙ୍କୁ ପ୍ରଧାନମନ୍ତ୍ରୀ ରିଲିଫ ଫଣ୍ଡରୁ ୨ ଲକ୍ଷ ଟଙ୍କା ଲେଖାଏଁ ସହାୟତ ରାଶି ଯୋଗାଇଦେବେ । ସେହିପରି ଆହତଙ୍କୁ ୫୦ ହଜାର ଟଙ୍କା ସହାୟତା ରାଶି ପ୍ରଦାନ ପାଇଁ ମୋଦି ଘୋଷଣା କରିଛନ୍ତି ।
ସୂଚନାଯୋଗ୍ୟ, ଦିଲ୍ଲୀର ମୁଣ୍ଡକା ସ୍ଥିତ ଏକ ଇଲେକ୍ଟ୍ରୋନିକ ସାମଗ୍ରୀ ଥିବା ଏକ ଗୋଦାମରେ ଶୁକ୍ରବାର ଅପରାହ୍ନରେ ନିଆଁ ଲାଗିଯିବା ଫଳରେ ଏପର୍ଯ୍ୟନ୍ତ ୨୭ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଏହାସହ ଏଥିରେ ପ୍ରାୟ ୪୦ ଜଣ ଆହତଙ୍କର ଚିକିତ୍ସା ଚାଲିଥିବାରୁ ମୃତ୍ୟୁ ସଂଖ୍ୟା ବଢିପାରେ ବୋଲି ଅନୁମାନ କରାଯାଉଛି । ତେବେ ଅଗ୍ନିକାଣ୍ଡ ଏତେ ଭୟଙ୍କର ଥିଲା ଯେ ଅପରାହ୍ନରେ ଲାଗିଥିବା ନିଆଁକୁ ଲିଭାଇବାକୁ ୨୪ ଦମକଳ ଗାଡି ଲାଗିଥିବା ବେଳେ ଏହାକୁ ଆୟତ୍ତ କରିବାକୁ ରାତି ପ୍ରାୟ ୧୨ଟା ପରେ ହୋଇଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଷ୍ଟେଶନରୁ ୪୦ ଲକ୍ଷ ଜବତ: ଯୁବକଙ୍କୁ ଅଟକ ରଖିଲା ପୋଲିସ

କେସିଙ୍ଗା,୪।୪(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନରେ ଜଣେ ଯୁବକଙ୍କଠାରୁ ଟିଟିଲାଗଡ ରେଲୱେ ପୋଲିସ ୪୦ ଲକ୍ଷ ଟଙ୍କା ଜବତ ଜଣେ ଆସାମୀକୁ…

ଜାଲ୍‌ ଶିକ୍ଷକ ନିଯୁକ୍ତି କରି ଟଙ୍କା ଆତ୍ମସାତ୍‌ ଅଭିଯୋଗ: ନ୍ୟାୟ ପାଇଁ ଥାନାର ଦ୍ୱାରସ୍ଥ ଶିକ୍ଷକ

ନୂଆପଡ଼ା,୪ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି କଲେଜରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜାଲ୍‌ ଶିକ୍ଷକ ନିଯୁକ୍ତି କରି ଦରମା ଟଙ୍କା ଆତ୍ମସାତ୍‌ କରିଥିବା ସିନାପାଲି…

ସନ୍ତାନ ପାଳନ ଓ ମାର୍ଗ ଦର୍ଶନ

ଈଶ୍ୱରଙ୍କ ସୃଷ୍ଟିରେ ମଣିଷ ସର୍ବଶ୍ରେଷ୍ଠ ଜୀବ ରୂପେ ପରିଗଣିତ ହୋଇଥାଏ। ଏହାର କାରଣ ହେଲା ଜୀବଜନ୍ତୁମାନେ ଭଲ, ମନ୍ଦ, ଭୁଲ୍‌, ଠିକ୍‌ ବିବେଚନା କରିବାରେ ଅସମର୍ଥ ହୋଇଥିବା…

ନିର୍ବାଚନ: ଆଞ୍ଚଳିକ ଦଳ ବନାମ ଏନ୍‌ଡିଏ

କେନ୍ଦ୍ର ଶାସିତ ଅଞ୍ଚଳ ପୁଡୁଚେରୀ ସହ ୪ଟି ରାଜ୍ୟ ବିଧାନସଭା ପାଇଁ ଚଳିତ ମାସରେ ନିର୍ବାଚନ ଅନୁଷ୍ଠିତ ହେବ। ଏହି ସମସ୍ତ ରାଜ୍ୟରେ ରହିଛି ମୋଟ ୮୨୪ଟି…

ଶାସନରେ ଭୟ

ଭାରତରେ ଯେବେ ଏକ ପ୍ରକଳ୍ପ ଅଟକିଯାଏ, ଖର୍ଚ୍ଚ ବଢ଼ିଯାଏ ଆମେ ସ୍ବାଭାବିକ ଭାବରେ ସେଥିରେ ଦୁର୍ନୀତି କଥା ଉଠାଇଥାଉ। କିନ୍ତୁ ବେଳେ ବେଳେ ବ୍ୟବସ୍ଥାର ନିଷ୍କ୍ରିୟତା ଯୋଗୁ…

ସରକାରଙ୍କ ବଡ଼ ଘୋଷଣା! ବଦଳିବ ସୁନା କିଣିବା ନିୟମ, ଜାଣନ୍ତୁ ଗ୍ରାହକଙ୍କ ଉପରେ କ’ଣ ପ୍ରଭାବ ପଡ଼ିବ…

ନୂଆଦିଲ୍ଲୀ,୪।୪: ସରକାର ସୁନା କ୍ରୟ ସମ୍ବନ୍ଧୀୟ ନିୟମଗୁଡ଼ିକୁ ଆହୁରି କଠୋର କରିବାକୁ ଯାଉଛନ୍ତି। ଏହି ପଦକ୍ଷେପର ଅଂଶ ସ୍ବରୂପ, ହଲମାର୍କିଂର ଅପବ୍ୟବହାର ବିଷୟରେ ବଢ଼ୁଥିବା ଚିନ୍ତାକୁ ଦୂର…

ଜବରଦଖଲରେ ସରକାରୀ ଜମି: ୯ ଏପ୍ରିଲରେ ଡିମାର୍କେଶନ ନିର୍ଦ୍ଧାରିତ

ବଞ୍ଚୋ,୪।୪(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲ ନେଇ ସମସ୍ୟା ଗୁରୁତର ରୂପ ନେଇଥିଲା । ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri