ମୃତ ଖବରଦାତାଙ୍କ ପରିବାରକୁ ଅନୁକମ୍ପା ରାଶି ପ୍ରଦାନ

ଭୁବନେଶ୍ୱର, ୨୯।୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନକ୍ରମେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ୩ଜଣ ମୃତ କର୍ମଜୀବୀ ଖବରଦାତାଙ୍କ ପରିବାରକୁ ସାମ୍ବାଦିକ କଲ୍ୟାଣ ପାଣ୍ଠିରୁ ଅନୁକମ୍ପା ରାଶି ଓ ଆର୍ଥିକ ସହାୟତା ବାବଦକୁ ୪୫ ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି। କରୋନାରେ ମୃତ୍ୟୁ ପାଇଁ ‘ମନ୍ଥନ’ ଖବରକାଗଜର ଯାଜପୁର ଜିଲା ପ୍ରତିନିଧି ସ୍ବର୍ଗତ ଅଶୋକ କୁମାର ସାହୁଙ୍କ ପରିବାରକୁ ୧୫ ଲକ୍ଷ ଟଙ୍କା, କେନ୍ଦୁଝର ଜିଲାରେ କାର୍ଯ୍ୟରତ ‘ଓଡ଼ିଶା ଭାସ୍କର’ର ବରିଷ୍ଠ ଖବରଦାତା ସ୍ବର୍ଗତ ଧୀରେନ୍ଦ୍ର ରାଉତଙ୍କ ପରିବାରକୁ ୧୫ ଲକ୍ଷ ଟଙ୍କା ଓ ବାଲେଶ୍ୱର ଜିଲାରେ କାର୍ଯ୍ୟରତ ‘ଇ.ପି.ଏ. ୱିକ୍‌ଲି’ର ପ୍ରତିନିଧି ସ୍ବର୍ଗତ ସୋଲୋମାନ୍‌ ସାହୁଙ୍କ ପରିବାରକୁ ମଧ୍ୟ ୧୫ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯାଇଛି। ସେହିଭଳି ପୂର୍ବରୁ ମଧ୍ୟ ରାଜ୍ୟ ସରକାର କୋଭିଡ୍‌ରେ ମୃତ ୬ଜଣ ଖବରଦାତାଙ୍କ ପରିବାରଙ୍କୁ ୧୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ପ୍ରଦାନ କରିଛନ୍ତି। ଏଥିସହ ଭୁବନେଶ୍ୱରଠାରେ କାର୍ଯ୍ୟରତ ‘ନିତିଦିନ’ର ପ୍ରତିନିଧି ସ୍ବର୍ଗତ ରାଧାନାଥ ମହାପାତ୍ର ଓ ‘ପ୍ରତିଦିନ’ର ପ୍ରତିନିଧି ସ୍ବର୍ଗତ ପ୍ରଭାତ କୁମାର ଦାସଙ୍କ ମୃତ୍ୟୁ ପରେ ସେମାନଙ୍କ ପରିବାରକୁ ୪ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ଅର୍ଥରାଶି ପ୍ରଦାନ କରାଯାଇଛି। ଏହାବାଦ ଭୁବନେଶ୍ୱରଠାରେ ଫ୍ରିଲାନ୍ସ ଜର୍ନାଲିଷ୍ଟ ଭାବେ କାର୍ଯ୍ୟରତ ବରିଷ୍ଠ ସାମ୍ବାଦିକ ଅମ୍ବିକା ପ୍ରସାଦ କାନୁନ୍‌ଗୋଙ୍କ ଚିକିତ୍ସା ଖର୍ଚ୍ଚ ବାବଦକୁ ୨ ଲକ୍ଷ ଟଙ୍କା ଓ ଝାରସୁଗୁଡ଼ା ଜିଲାର ସମାଜ ପ୍ରତିନିଧି ଗଜେନ୍ଦ୍ର ମହାନ୍ତିଙ୍କୁ ତାଙ୍କ ସ୍ତ୍ରୀଙ୍କ ଚିକିତ୍ସା ପାଇଁ ୫୦ ହଜାର ଟଙ୍କାର ଆର୍ଥିକ ସହାୟତା ରାଜ୍ୟ ସରକାର ପ୍ରଦାନ କରିଛନ୍ତି। ବର୍ତ୍ତମାନ କୋଭିଡ୍‌ ଦ୍ୱିତୀୟ ଲହରରେ ଜିଲାସ୍ତରରେ ବହୁ କର୍ମଜୀବୀ ଖବରଦାତା କୋଭିଡ୍‌ରେ ଆକ୍ରାନ୍ତ ହୋଇ ମୃତ୍ୟୁ ଘଟୁଥିବା ଖବର ସରକାରଙ୍କ ଦୃଷ୍ଟିକୁ ଆସିଛି। ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ମୁତାବକ ଯୋଗ୍ୟ ଖବରଦାତାଙ୍କୁ ଅନୁକମ୍ପାମୂଳକ ସହାୟତା ରାଶି ପ୍ରଦାନ ନିମନ୍ତେ ଆବଶ୍ୟକ ତଥ୍ୟ ସଂଗ୍ରହ କରି ଜିଲାପାଳଙ୍କ ସୁପାରିଶ ସହ ତୁରନ୍ତ ପ୍ରେରଣ କରିବା ପାଇଁ ବିଭାଗର ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀ ସମସ୍ତ ଜିଲାର ସୂଚନା ଓ ଲୋକ ସମ୍ପର୍କ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri