Posted inଜାତୀୟ

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ବର୍ଷା, କୁଆପଥର ଦ୍ୱାରା ଫସଲ କ୍ଷତିଗ୍ରସ୍ତ ହେଲେ ୨୪ଘଣ୍ଟା ମଧ୍ୟରେ ମିଳିବ କ୍ଷତିପୂରଣ

ଲକ୍ଷ୍ନୌ,୪।୩: ରାଜ୍ୟରେ ବର୍ଷା ଓ କୁଆପଥର ମାଡ ଯୋଗୁ ଚାଷୀଙ୍କୁ ସେମାନଙ୍କ ଫସଲର କ୍ଷତିପୂରଣ ଦେବା ପାଇଁ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏକ ସର୍ଭେ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ରବିବାର ପ୍ରକାଶିତ ଏକ ସରକାରୀ ବିବୃତ୍ତି ଅନୁଯାୟୀ, ମୁଖ୍ୟମନ୍ତ୍ରୀ ଯୋଗୀ ସମସ୍ତ ଜିଲା ମାଜିଷ୍ଟ୍ରେଟ, ଡେପୁଟି ଜିଲା ମାଜିଷ୍ଟ୍ରେଟ (ଏସଡିଏମ) ଏବଂ ତହସିଲଦାରଙ୍କୁ ତୁରନ୍ତ ଘଟଣାସ୍ଥଳରେ ସର୍ଭେ କରିବା ସହ ସମ୍ପୃକ୍ତ ବିଭାଗକୁ ସମ୍ପୂର୍ଣ୍ଣ ସୂଚନା ପ୍ରଦାନ କରିବାକୁ କହିଛନ୍ତି। ଯାହା ଦ୍ୱାରା କ୍ଷତିପୂରଣ ପ୍ରଦାନ କରାଯାଇପାରିବ।ଏଥିସହ ୨୪ ଘଣ୍ଟା ମଧ୍ୟରେ ଚାଷୀଙ୍କ ଖାତାକୁ ସହାୟତା ରାଶି ପଠାଯାଇପାରିବ । କ୍ଷତିପୂରଣ ଦେବାରେ ଅବହେଳା ନ କରିବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ଯୋଗୀ।

ସେ କହିଛନ୍ତି, ଯଦି କୌଣସି ଅଧିକାରୀଙ୍କ ଅବହେଳା ସାମ୍ନାକୁ ଆସେ ତେବେ ତାଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ବିବୃତ୍ତିରେ କୁହାଯାଇଛି ଯେ ମାର୍ଚ୍ଚ ୨ ପର୍ଯ୍ୟନ୍ତ ୫୦ଟି ଜିଲାର ସାତ ହଜାରରୁ ଅଧିକ ଚାଷୀ କ୍ଷତିଗ୍ରସ୍ତ ଫସଲ ପାଇଁ କ୍ଷତିପୂରଣ ପାଇଁ ଆବେଦନ କରିଛନ୍ତି। ସୂଚନାନୁସାରେ, ସର୍ଭେ ଶେଷ ହେବା ପରେ ଫସଲ ନଷ୍ଟ ପାଇଁ ବୀମା କମ୍ପାନୀ ତଥା ରାଜସ୍ବ ବିଭାଗ ପକ୍ଷରୁ କ୍ଷତିପୂରଣ ପ୍ରଦାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ସରପଞ୍ଚ ଚାମେଲୀ ଓଝାଙ୍କ ବିରୋଧରେ ସରିଲା ଅନାସ୍ଥା ଭୋଟିଂ, ନିଜେ ଉପସ୍ଥିତ ରହି କହିଲେ ଏମିତି…

ମହାକାଳପଡ଼ା,୧୩ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ବହୁ ଚର୍ଚ୍ଚିତ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ତିଖିରି ପଞ୍ଚାୟତ ଅଫିସଠାରେ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଗୁରୁବାର ସରପଞ୍ଚ ଚାମେଲୀ…

କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପାଣ୍ଠିରେ ନୀଳଗିରି ମେଡିକାଲର ହେବ ଉନ୍ନତି, ଖର୍ଚ୍ଚ ହେବ ଏତିକି କୋଟି…

ନୀଳଗିରି,୧୩ା୮(ପ୍ରଶାନ୍ତ କୁମାର ବିଶ୍ୱାଳ): କେନ୍ଦ୍ରରେଳ, ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ତଥା ରାଜ୍ୟ ସଭା ଏମ୍‌ପି ଅଶ୍ୱିନୀ କୁମାର ବୈଷ୍ଣବ ମନ୍ତ୍ରିମଣ୍ଡଳର ଜଣେ ଦକ୍ଷ ଏବଂ ସଚ୍ଚୋଟ ମନ୍ତ୍ରୀଭାବେ ପ୍ରଧାନମନ୍ତ୍ରୀଙ୍କ…

ଖର୍ଗେଙ୍କ ମଞ୍ଚ ‘ଶୁଦ୍ଧିକରଣ’ ପ୍ରସଙ୍ଗକୁ ନେଇ ସଂସଦରେ ସରଗରମ ରାଜନୀତି, କଡ଼ା ଜବାବ ଦେଲେ ନଡ୍ଡା!

ନୂଆଦିଲ୍ଲୀ,୧୩।୮: ସଂସଦର ମୌସୁମୀ ଅଧିବେଶନର ଶେଷ ଦିନରେ ରାଜ୍ୟ ସଭାରେ ଏକ ବଡ଼ ଏବଂ ଗମ୍ଭୀର ପ୍ରସଙ୍ଗକୁ ନେଇ ଶାସକ ଓ ବିରୋଧୀ ଦଳ ମଧ୍ୟରେ ତୀବ୍ର…

୧୭ ଅଗଷ୍ଟରେ ମଘା ନକ୍ଷତ୍ରରେ ପ୍ରବେଶ କରିବେ ସୂର୍ଯ୍ୟ, ମେଷ ସମେତ ୩ ରାଶିରେ ଧନବର୍ଷା

୧୭ ଅଗଷ୍ଟ ସକାଳେ ସୂର୍ଯ୍ୟ କେତୁଙ୍କ ଦ୍ୱାରା ଶାସିତ ମଘା ନକ୍ଷତ୍ରରେ ପ୍ରବେଶ କରିବେ। ସୂର୍ଯ୍ୟଙ୍କ ପାଇଁ ନକ୍ଷତ୍ରର ଏହି ପରିବର୍ତ୍ତନ ସକାଳ ୮:୦୩ ରେ ଘଟିବ।…

ତ୍ରିରଙ୍ଗା ଅଭିଯାନରେ ସାମିଲ ହେଲେ ଜିଲାପାଳ, ସ୍ବାଧୀନତା ସଂଗ୍ରାମୀ ତ୍ୟାଗ ଓ ବଳିଦାନକୁ ମନେ ପକାଇ…

ଛତ୍ରପୁର,୧୩ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ସ୍ବାଧୀନତା ଦିବସ ପୂର୍ବରୁ ଦେଶବ୍ୟାପୀ ‘ହର୍‌ଘର ତ୍ରିରଙ୍ଗା’ ଅଭିଯାନକୁ ସଫଳ କରିବା ଲକ୍ଷ୍ୟରେ ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନ ନିଜ ବାସଭବନରେ…

ଦାରିଙ୍ଗବାଡିରେ ହର୍‌ ଘର୍‌ ତ୍ରିରଙ୍ଗା: ଯୋଗଦେଲେ ଶହ ଶହ ଛାତ୍ରୀଛାତ୍ର

ଦାରିଙ୍ଗବାଡି, ୧୩।୮(ଅରୁଣ ସାହୁ): ଆଉ ମାତ୍ର ଗୋଟିଏ ଦିନ ପରେ ଦେଶ ପାଳିବ ସ୍ବାଧୀନତା ଦିବସ। ଏହି ଅବସରରେ ସାରା ଦେଶ ଉତ୍ସବ ମୁଖର ହୋଇଥିବାବେଳେ ଏଥିରେ…

ଆହୁରି ସକ୍ରିୟ ହେଲା ଲଘୁଚାପ, ଏହି ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କଲା IMD

ଭୁବନେଶ୍ବର,୧୩।୮: ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ ହେଲା ଲଘୁଚାପ । ଏହାର ପ୍ରଭାବରେ ସାରା ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।…

ହୀରାକୁଦ ଡ୍ୟାମକୁ ପ୍ରବେଶ କରୁଛି ୧ ଲକ୍ଷ ଘନଫୁଟରୁ ଅଧିକ ବନ୍ୟାଜଳ, ୨ ଗେଟ୍‌ରେ ହେଉଛି ନିଷ୍କାସନ

ସମ୍ବଲପୁର,୧୩ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାର ପୁଣି ୪ଟି ସ୍ଲୁଇସ୍‌ ଗେଟ୍‌ ବନ୍ଦ କରାଯାଇଛି ଫଳରେ ବର୍ତ୍ତମାନ କେବଳ ୨ଟି ଗେଟ୍‌ରେ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଛି। ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri