ଲକ୍ଷ୍ୟ ହାସଲ ପାଇଁ ପ୍ରତିଯୋଗିତା କର

ଭୁବନେଶ୍ୱର,୧୫ା୨(ବ୍ୟୁରୋ): ରାଜ୍ୟ ସରକାରଙ୍କ ସମସ୍ତ ବିକାଶମୂଳକ କାର୍ଯ୍ୟ ଯଥାସମ୍ଭବ କମ୍‌ ସମୟରେ କାର୍ଯ୍ୟକାରୀ କରିବା ସହିତ ଜନକଲ୍ୟାଣ ଯୋଜନାର ଲାଭ ପ୍ରତ୍ୟେକ ଉପଯୁକ୍ତ ହିତାଧିକାରୀଙ୍କ ପାଖରେ ପହଞ୍ଚିବା ଦରକାର। ଏହି ଲକ୍ଷ୍ୟ ହାସଲ ସହିତ ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିବା ସକାଶେ ଜିଲାଗୁଡ଼ିକ ମଧ୍ୟରେ ପ୍ରତିଯୋଗିତା ହେବା ଉଚିତ। ମଙ୍ଗଳବାର ଲୋକସେବା ଭବନଠାରେ ଆରମ୍ଭ ହୋଇଥିବା ଦୁଇଦିନିଆ ବରିଷ୍ଠ ଅଧିକାରୀ ସମ୍ମିଳନୀକୁ ଉଦ୍‌ଘାଟନ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜିଲାପାଳ ଓ ରାଜ୍ୟର ବରିଷ୍ଠ ଅଧିକାରୀମାନଙ୍କୁ ଏହି ପରାମର୍ଶ ଦେଇଛନ୍ତି। ନୂଆ ଏବଂ ସଶକ୍ତ ଓଡ଼ିଶା ଗଠନ ଦିଗରେ ମିଳିମିଶି କାମ କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଛନ୍ତି।
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କ୍ରୀଡ଼ା, ସ୍ବାସ୍ଥ୍ୟସେବା, ସ୍କୁଲ ଉନ୍ନତୀକରଣ, ମହିଳା ସଣକ୍ତୀକରଣ, ଦକ୍ଷତା ବିକାଶ, ଶସ୍ୟ ଉତ୍ପାଦନ, କୋଭିଡ୍‌ ପରିଚାଳନା ଆଦି କ୍ଷେତ୍ରରେ ହୋଇଥିବା ରୂପାନ୍ତରଣ କ୍ଷେତ୍ରରେ ଓଡ଼ିଶା ଅନେକ ରାଜ୍ୟ ପାଇଁ ଏକ ଆଗୁଆ ରାଜ୍ୟରେ ପରିଣତ ହୋଇଛି। ଜିଲାପାଳ ଓ ଜିଲା ପ୍ରଶାସନ ଅଧିକରୁ ଅଧିକ ଲୋକଙ୍କ ପାଖରେ ପହଞ୍ଚି ଉନ୍ନତ ଜ୍ଞାନକୌଶଳ ଉପଯୋଗ କରି ସେମାନଙ୍କର ସମସ୍ୟାକୁ ଶୀଘ୍ର ସମାଧାନ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଓଡ଼ିଶା ଦେଶରେ ଶସ୍ୟ ଉତ୍ପାଦନରେ ବଳକା ରାଜ୍ୟ ହେବା ସହ ଜାତୀୟ ସାଧାରଣ ବଣ୍ଟନ ବ୍ୟବସ୍ଥା ପାଇଁ ଅବଦାନ ଦେଉଛି। ଗ୍ରାମାଞ୍ଚଳରେ କୃଷି ଓ ଆନୁଷଙ୍ଗିକ କ୍ଷେତ୍ରରେ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି ହୋଇଛି। ଫାର୍ମ ମେକାନିଜମ୍‌, ଶସ୍ୟ ବିବିଧୀକରଣ, ଉଦ୍ୟାନ କୃଷି, ଫୁଲଚାଷ, ଦୁଗ୍ଧ ଉତ୍ପାଦନ, ମତ୍ସ୍ୟ ଚାଷ ଉପରେ ଅଧିକ ଗୁରୁତ୍ୱ ଦେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ମିଲେଟ୍‌ ମିଶନ ଦେଶରେ ଉଦାହରଣ ସୃଷ୍ଟି କରିବା ସହ ପୁଷ୍ଟିକର ଖାଦ୍ୟର ଚାହିଦାକୁ ପୂରଣ କରିଛି। ଗ୍ରାମାଞ୍ଚଳ ଅର୍ଥ ବ୍ୟବସ୍ଥାକୁ ଏହା ସୁଦୃଢ଼ କରିଛି। ଏହି କ୍ଷେତ୍ରକୁ ଆହୁରି ବିକଶିତ କରିବାକୁ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି।
ଷ୍ଟାର୍ଟଅପ୍‌ ରାଜ୍ୟ ଅର୍ଥନୀତି ବିକାଶରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ତୁଲାଇଛି। ଦେଶର ସର୍ବୋଚ୍ଚ ୩ଟି ଷ୍ଟାର୍ଟଅପ୍‌ ଡେଷ୍ଟିନେଶନରେ ଓଡ଼ିଶାକୁ ସାମିଲ କରିବାକୁ ପ୍ରୟାସ ଜାରି ରହିଛି। ମହିଳା ସଶକ୍ତୀକରଣ ରାଜ୍ୟର ସବୁଠୁ ବଡ଼ ପ୍ରସଙ୍ଗ। ମିଶନଶକ୍ତି ଗୋଷ୍ଠୀଗୁଡିକୁ କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗରେ ପରିଣତ କରିବା ଉଦ୍ୟମ ଜାରି ରହିଛି। ଏଥିପାଇଁ ଏସ୍‌ଏଚ୍‌ଜିଗୁଡ଼ିକୁ ବିନା ସୁଧରେ ୫ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ଦିଆଯାଉଛି। ଆଗାମୀ ୫ ବର୍ଷରେ ମିଶନ ଶକ୍ତି ଗୋଷ୍ଠୀଙ୍କୁ ୫୦ ହଜାର କୋଟି ଟଙ୍କା ଋଣ ସହାୟତା ଦେବାକୁ ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି । ମିଶନ ଶକ୍ତି ଗୋଷ୍ଠୀଙ୍କୁ ସେମାନଙ୍କର ଲକ୍ଷ୍ୟ ହାସଲ ପାଇଁ ଜିଲାପାଳମାନେ ସମସ୍ତ ପ୍ରକାର ସହାୟତା ଯୋଗାଇଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
କୋରାପୁଟର ମିଶନ ଶକ୍ତି ଇଣ୍ଡଷ୍ଟ୍ରିଆଲ ପାର୍କକୁ ମୁଖ୍ୟମନ୍ତ୍ରୀ ପ୍ରଶଂସା କରିଛନ୍ତି। ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା, ସ୍କୁଲ ରୂପାନ୍ତରଣ, ପର୍ଯ୍ୟଟନର ପ୍ରଚାର, ଖେଳ କ୍ଷେତ୍ରକୁ ମଧ୍ୟ ସ୍ବତନ୍ତ୍ର ଦୃଷ୍ଟି ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ୫-ଟି ଓ ମୋ ସରକାର ଆଧାରରେ କିପରି ପ୍ରଶାସନକୁ ଅଧିକ ଲୋକାଭିମୁଖୀ କରାଯିବ ସେନେଇ ଭବିଷ୍ୟତ ରୋଡ୍‌ମ୍ୟାପ୍‌ ପ୍ରସ୍ତୁତ ହେଉଛି ବୋଲି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଛନ୍ତି। ସମ୍ମିଳନୀରେ ୧୭ଟି ବିଷୟ ଉପରେ ଆଲୋକପାତ କରାଯାଇଛି। ପଞ୍ଚାୟତିରାଜ ମନ୍ତ୍ରୀ ପ୍ରଦୀପ ଅମାତ, ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ, କୃଷି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଟୁକୁନି ସାହୁ ପ୍ରମୁଖ ସମ୍ମିଳନୀରେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷକଙ୍କ ମାଡ଼ ପରେ ହଷ୍ଟେଲରୁ ଫେରାର ହୋଇଗଲେ ଛାତ୍ର, କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି

ପାଟଣାଗଡ଼, ୧୬।୨(ସଚ୍ଚିଦାନନ୍ଦ ମହାକୁର): ପାଟଣାଗଡ଼ ବ୍ଳକ ବନେଇମୁଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ଆଶ୍ରମରେ ନିର୍ଯାତନାର ଶିକାର ହୋଇ ଶନିବାର ୭ ଜଣ ଛାତ୍ର ହଷ୍ଟେଲ ଛାଡ଼ି ଫେରାର…

ଟିମ ଇଣ୍ଡିଆକୁ ଡବଲ୍‌ ଫାଇଦା: ଭାଙ୍ଗିଲା ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୧୬।୨:ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ କେବଳ ପାକିସ୍ତାନକୁ ପରାସ୍ତ କରି ନ ଥିଲା ବରଂ ଏଥିରୁ ଦୁଇଥର ଲାଭ ମଧ୍ୟ ପାଇଥିଲା। ସେହି ଲାଭ ସହିତ ଏହା…

ପ୍ରେମ ପାଇଁ ନିଆରା ପ୍ରୟାସ, ପ୍ରେମିକା ପାଇଁ ୪ କି.ମି ରାସ୍ତାରେ ଗଡ଼ିଗଡ଼ି ମନ୍ଦିର ଗଲେ ପ୍ରେମିକ

ମୁନିଗୁଡା,୧୬।୨(ନନ୍ଦ କିଶୋର ପଟ୍ଟନାୟକ): ରାୟଗଡା ଜିଲା ମୁନିଗୁଡା ବ୍ଲକ ଅନ୍ତର୍ଗତ ଅମ୍ବାଦଳାର ଅମ୍ଳାଭଟା ଅଞ୍ଚଳରେ ଜାଗର ଦିନ ଏକ ଅନନ୍ୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ…

ନାମ୍ବିୟାଠାରୁ ଯଦି ପାକିସ୍ତାନ ହାରିଯାଏ ତେବେ କ’ଣ ହେବ? ବୁଝନ୍ତୁ T20 World Cupର ସୁପର ୮ କ୍ୱାଲିଫିଶେନର ଗଣିତ

ନୂଆଦିଲ୍ଲୀ,୧୬।୨: ଟିମ ଇଣ୍ଡିଆ ପାକିସ୍ତାନକୁ ୬୧ ରନରେ ପରାସ୍ତ କରି ICC T20 ବିଶ୍ୱକପ 2026 ର ସୁପର ୮ପାଇଁ ଯୋଗ୍ୟତା ଅର୍ଜନ କରିଛି। ଫେବୃଆରୀ ୧୫…

ପରୀକ୍ଷା ପୂର୍ବରୁ ନିୟମରେ ବଡ଼ ପରିବର୍ତ୍ତନ କଲା CBSE, ସପ୍ଲିମେଣ୍ଟାରୀ ଦେବାକୁ ହେଲେ….

ନୂଆଦିଲ୍ଲୀ,୧୬।୨: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ଦଶମ ଏବଂ ଦ୍ୱାଦଶ ବୋର୍ଡ ପରୀକ୍ଷା ଫେବୃଆରୀ ୧୮ତାରିଖରୁ ଆରମ୍ଭ ହେବାକୁ ଯାଉଛି । ଏହି ସମୟରେ, CBSE ଏକ…

ମାଳମାଳ ଅଭିଯୋଗ, ଫଳ ଶୂନ, ଏହି ବ୍ୟବସ୍ଥାକୁ ନେଇ…

ଦାରିଙ୍ଗବାଡ଼ି,୧୬ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହ ପରିସରରେ ସୋମବାର କନ୍ଧମାଳ ଜିଲାପାଳ ବେଦଭୂଷଣ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ଏହି ସମୟରେ ପ୍ରତ୍ୟେକ ଅଭିଯୋଗ ଶୁଣାଣିରେ…

ବିଶ୍ୱ ଦେଖିବ ଭାରତର ଶକ୍ତି! ଫ୍ରାନ୍ସରୁ ବ୍ରାଜିଲ ପର୍ଯ୍ୟନ୍ତ, AI Impact Summit 2026ରେ ବିଶ୍ୱ ଶକ୍ତିର ହେବ ସମାବେଶ

ନୂଆଦିଲ୍ଲୀ,୧୬।୨: ଫେବୃଆରୀ ୧୭ ଏବଂ ୧୮ ତାରିଖରେ ନୂଆଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ଏଆଇ ଇମ୍ପାକ୍ଟ ଶିଖର ସମ୍ମିଳନୀ ୨୦୨୬ କେବଳ ଏକ ପ୍ରଯୁକ୍ତିବିଦ୍ୟା କାର୍ଯ୍ୟକ୍ରମ ନୁହେଁ…

‘ଶଶି ଥରୁର ବୈଦେଶିକ ମନ୍ତ୍ରୀ ହେବାକୁ ଚାହୁଁଛନ୍ତି, ପବନ ଖେରା କେବଳ କାଠ କଣ୍ଢେଇ’, କାହିଁକି ଏମିତି କହିଲେ ମଣି ଶଙ୍କର ଆୟାର? ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୬।୨: ବିବାଦୀୟ ବୟାନ ପାଇଁ ଜଣାଶୁଣା ବରିଷ୍ଠ କଂଗ୍ରେସ ନେତା ମଣି ଶଙ୍କର ଆୟାର ତାଙ୍କ ଦଳ ଭିତରେ ଥିବା ବରିଷ୍ଠ ନେତାମାନଙ୍କୁ ଟାର୍ଗେଟ କରିଛନ୍ତି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri