‘ଲୁକ୍କାୟିତ ପ୍ରତିଭାକୁ ଲୋକ ଲୋଚନକୁ ଆଣିବା ଲକ୍ଷ୍ୟ’

ଭଞ୍ଜନଗର,୬ା୧୧(ବାବୁଲା ପ୍ରଧାନ): ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ପକ୍ଷରୁ ଗୁରୁବାର ସର୍ଦ୍ଦାର ବଲ୍ଲଭଭାଇ ପଟେଲ ଏବଂ ଜାତୀୟ ଏକତା ଉପରେ ଜିଲାସ୍ତରୀୟ ପ୍ରତିଯୋଗିତା ହୋଇଯାଇଛି।ଏଥିରେ ଅଞ୍ଚଳର ବିଭିନ୍ନ ମହାବିଦ୍ୟାଳୟର ଛାତ୍ରୀଛାତ୍ର ଅଂଶ ଗ୍ରହଣ କରିଥିଲେ। ଲୁକ୍କାୟିତ ଅବସ୍ଥାରେ ଥିବା ପ୍ରତିଭାମାନଙ୍କୁ ଖୋଜି ବାହାର କରିବା ପ୍ରତିଯୋଗିତାର ମୂଳ ଲକ୍ଷ୍ୟ। ଅକ୍ଟୋବର ୩୧ରେ ଭାରତ ରତ୍ନ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ତମ ଜୟନ୍ତୀକୁ ରାଷ୍ଟ୍ରୀୟ ଏକତା ଦିବସ ରୂପେ ଦେଶରେ ମାସେ ବ୍ୟାପୀ ବିଭନ୍ନ କାର୍ଯ୍ୟକ୍ରମ ମଧ୍ୟରେ ପାଳନ କରାଯାଉଛି। ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ଭିନ୍ନ ଭିନ୍ନ କାର୍ଯ୍ୟକ୍ରମ କରାଯାଉଛି। ବିଦ୍ୟାଳୟ ଓ ମହାବିଦ୍ୟାଳୟ ଛାତ୍ରୀ ଛାତ୍ରଙ୍କ ମଧ୍ୟରେ ପ୍ରତିଯୋଗିତା ହେଉଛି। ଏହିକ୍ରମରେ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ସର୍ଦ୍ଦାର ପଟେଲ ଓ ଜାତୀୟ ଏକତା ଶୀର୍ଷକ ଜିଲାସ୍ତରୀୟ ବକ୍ତୃତା, ରଚନା, ଚିତ୍ରାଙ୍କନ, ସମୁହ ଧ୍ବନି, ପୋଷ୍ଟର ଲିଖନ ଆଦି ପ୍ରତିଯୋଗିତା ହୋଇଯାଇଛି।

କଲେଜ ଅଧ୍ୟକ୍ଷ ରାଜେନ୍ଦ୍ର କୁମାର ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପ୍ରତିଯୋଗିତାରେ ପ୍ରଶାସନିକ ଅଧିକାରୀ ବିଭାସ ଦାସ, ପ୍ରାଧ୍ୟାପକ କୁମୁନ୍ଦ ଚନ୍ଦ୍ର ମହାପାତ୍ର, ପ୍ରାଧ୍ୟାପକ ପ୍ରଶାନ୍ତ ରଥ, ଅଧ୍ୟାପକ ନିରଞ୍ଜନ ଶତପଥୀ, ଅଧ୍ୟାପିକା ସୁନୀତା ରାଣୀ ଖଣ୍ଡୁଆଳ, ଅର୍ଚ୍ଚନା ପ୍ରିୟଦର୍ଶିନୀ, ସ୍ମରଣିକା ପାଢୀ, କଳ୍ପନା ସାଣ୍ଢ, ଅଧ୍ୟାପକ ଡ଼.ରବିନ୍ଦ୍ର କୁମାର ମିଶ୍ର, ବିଦେଶୀ କୁମାର ରାଉତ, ଦିଗନ୍ତ କୁମାର ଜେନା, ଡ ସିମାଞ୍ଚଳ ବେହେରା, ବିଭୂତି ଗୌଡ଼, ଅର୍ପଣ କୁମାର ପ୍ରଧାନ ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ। ପ୍ରାଧ୍ୟାପକ କୁମୁଦ ଚନ୍ଦ୍ର ମହାପାତ୍ର କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ। ପ୍ରତିଯୋଗିତାରେ ବିଡିପୁର ଟିଏସଡି ମହାବିଦ୍ୟାଳୟ, ଜଗନ୍ନାଥପ୍ରସାଦ ଆଞ୍ଚଳିକ ବିଜ୍ଞାନ ମହାବିଦ୍ୟାଳୟ,ଗାଲେରୀ ଡିଏମ ବିଜ୍ଞାନ ମହାବିଦ୍ୟାଳୟ,ଭଞ୍ଜନଗର ସାବିତ୍ରୀ ମହାବିଦ୍ୟାଳୟ,ଭଞ୍ଜନଗର ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟ ସମେତ ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ଛାତ୍ରୀ ଛାତ୍ର ଅଶଂଗ୍ରହଣ କରିଥିଲେ। କୃତୀ ଛାତ୍ରୀ ଛାତ୍ର ରାଜ୍ୟସ୍ତରୀୟ ପ୍ରତିଯୋଗିତାକୁ ମନୋନୀତ ହୋଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବୁରୁଡ଼ି ଗ୍ରାମକୁ ନିର୍ମାଣ ହେବ ସ୍ଥାୟୀ ପକ୍କା ରାସ୍ତା: ସ୍ଥିତି ପରଖିଲେ ବିଡ଼ିଓ, ଖୁସି ପ୍ରକାଶ କଲେ…

ଗୁଡ଼ାରି, ୧୯/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍ ଅନ୍ତର୍ଗତ କଦମା ଗ୍ରାମପଞ୍ଚାୟତର ଆଦିବାସୀ ଅଧ୍ୟୁଷିତ ବୁରୁଡ଼ି ଗ୍ରାମବାସୀଙ୍କ ଦୀର୍ଘଦିନର ସମସ୍ୟାର ସମାଧାନ ହେବାକୁ…

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ମୁଜାଗଡ଼ରେ ବ୍ଲକ୍ ସ୍ତରୀୟ କ୍ରୀଡ଼ା ମହୋତ୍ସବ: ଚମକିଲେ ଯୁବ କ୍ରୀଡ଼ାବିତ୍‌, କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର

ମୁଜାଗଡ଼, ୧୯/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଶନିବାର ମୁଜାଗଡ଼ସ୍ଥିତ ପି.ଏମ୍. ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ପାର୍ବଣ ଆସୁଛି, ଚୋରା ମଦ ବିକ୍ରି ବଢ଼ୁଛି: ଡବେରୀ ଗ୍ରାମବାସୀଙ୍କ ଚିନ୍ତା, ଆଇଆଇସିଙ୍କୁ ଭେଟି ଦେଲେ ଦାବିପତ୍ର

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଡବେରୀ ଗ୍ରାମରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ…

କ୍ରସର ବେଲ୍ଟ ଭିତରେ ଲୁଚା ହୋଇଥିଲା ଗଞ୍ଜେଇ: ପଶ୍ଚିମବଙ୍ଗ ଚାଲାଣ ବେଳେ ଧରାପଡ଼ିଲେ, ୫୬ କେଜି ଗଞ୍ଜେଇ ସହ ୪ ଗିରଫ

ବ୍ରହ୍ମପୁର, ୧୯।୯ (ସୁବାସ ଚନ୍ଦ୍ର ପାଢ଼ୀ): ପାର୍ବଣ ଋତୁ ପାଖେଇ ଆସୁଥିବା ବେଳେ ବ୍ରହ୍ମପୁର ଅଞ୍ଚଳରେ ଗଞ୍ଜେଇ ମାଫିଆଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି। ତେବେ ଅବକାରୀ…

ଶେଶାନନ୍ଦଙ୍କ ଜନ୍ମୋତ୍ସବକୁ ନିଆରା ଢଙ୍ଗରେ ପାଳିଲା ଲୋହରାଖଣ୍ଡି ସାହିତ୍ୟ ସଂସଦ

ଭଞ୍ଜନଗର, ୧୯।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀ ଜଗନ୍ନାଥ ରିସର୍ଟଠାରେ ଶନିବାର ସନ୍ଧ୍ୟାରେ ଜଗନ୍ନାଥପ୍ରସାଦ ବ୍ଲକର ବରିଷ୍ଠ କର୍ମଚାରୀ ଶେଶାନନ୍ଦ ଆରୁଖଙ୍କ ଜନ୍ମଦିନ ଏକ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?