ସ୍ୱାଧୀନତା ଦିବସ ପାଇଁ ପ୍ରତିଯୋଗିତା

ଭଞ୍ଜନଗର, ୮।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଆସନ୍ତା ଅଗଷ୍ଟ ୧୫ ତାରିଖ ସ୍ୱାଧୀନତା ଦିବସ ଅବସରରେ ଭଞ୍ଜନଗର ଜେଲ୍ ପଡ଼ିଆରେ ଉପଖଣ୍ଡସ୍ତରୀୟ ସ୍ୱାଧୀନତା ଦିବସ ପାଳନ ସହ ପ୍ୟାରେଡ୍ ଅନୁଷ୍ଠିତ ହେବ। ଏହି ଅବସରରେ ପୂର୍ବରୁ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରାଯିବ।

ଏଥିପାଇଁ ଉପଖଣ୍ଡ ପ୍ରଶାସନ ପକ୍ଷରୁ ବିଭିନ୍ନ ବ୍ଲକ ମାଧ୍ୟମରେ ବିଭିନ୍ନ ପ୍ରତିଯୋଗିତା ଆୟୋଜନ କରାଯାଉଛି। ବ୍ଲକସ୍ତରୀୟ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରିଥିବା ପ୍ରତିଯୋଗୀମାନେ ଉପଖଣ୍ଡସ୍ତରୀୟ ପ୍ରତିଯୋଗିତା ପାଇଁ ମନୋନୀତ ହେବେ। ଏହା ପୂର୍ବରୁ ବିଭିନ୍ନ ଶିକ୍ଷାନୁଷ୍ଠାନରେ ମଧ୍ୟ ପ୍ରତିଯୋଗିତା ଚାଲିଛି।

ଏହି କ୍ରମରେ ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଧ୍ୟ ଛାତ୍ରଛାତ୍ରୀଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ମହାବିଦ୍ୟାଳୟର ଅଧ୍ୟକ୍ଷ ଡ. ଗଗନ ବିହାରୀ ପୁରୋହିତଙ୍କ ନିର୍ଦ୍ଦେଶକ୍ରମେ ପ୍ରତିଯୋଗିତାଗୁଡ଼ିକର ବିଚାରକ ଭାବେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗର ମୁଖ୍ୟ ଅଧ୍ୟାପିକା ରାଜଲକ୍ଷ୍ମୀ ରଥ, ଉଦ୍ଭିଦ ବିଜ୍ଞାନ ବିଭାଗର ମୁଖ୍ୟ ଅଧ୍ୟାପିକା ସୁନିତା ରାଣୀ ଖଣ୍ଡୁଆଳ, ଇତିହାସ ବିଭାଗର ଅଧ୍ୟାପକ ବିଦେଶୀ ରାଉତ ଏବଂ ଅଧ୍ୟାପିକା ସୁନିଆ ବିଷୋୟୀ ପ୍ରମୁଖ ଦାୟିତ୍ୱ ତୁଲାଇଥିଲେ।

Dharitri – Odisha’s No.1 Odia Daily

Share