Posted inଖେଳ

ଜାତୀୟ ଜାଭେଲିନ ଥ୍ରୋ ଦିବସରେ ପ୍ରତିଯୋଗିତା

କଟକ ଅଫିସ, ୮।୮ : (ସୁପ୍ରିୟା ପ୍ରିୟଦର୍ଶିନୀ): ଟୋକିଓ ଅଲିମ୍ପିକ୍ସରେ ଅଗଷ୍ଟ ୭ରେ ଭାରତର ନୀରଜ ଚୋପ୍ରା ଜାଭେଲିନ୍‌ ଥ୍ରୋରେ ଐତିହାସିକ ସ୍ବର୍ଣ୍ଣ ପଦକ ଅର୍ଜନ କରିଥିଲେ। ଫଳରେ ଅଗଷ୍ଟ ୭କୁ ଆଥ୍‌ଲେଟିକ୍ସ ଫେଡେରେଶନ ଅଫ୍‌ ଇଣ୍ଡିଆ (ଏଏଫ୍‌ଆଇ) ଜାତୀୟ ଜାଭେଲିନ୍‌ ଦିବସଭାବେ ପାଳନ କରି ଆସୁଛି। ସେହି ପରିପ୍ରେକ୍ଷୀରେ ଓଡ଼ିଶା ଅଲିମ୍ପିକ୍ସ ଆସୋସିଏଶନ ପକ୍ଷରୁ କଟକର ବାରବାଟୀ ଷ୍ଟାଡିୟମରେ ଜାଭେଲିନ୍‌ ଥ୍ରୋ ପ୍ରତିଯୋଗିତା ହୋଇଥିଲା। ଏଥିରେ ୧୪, ୧୬, ୧୮, ୨୦ ବର୍ଷରୁ କମ୍‌ ବର୍ଗ ଏବଂ ସିନିୟର ବିଭାଗରେ ବିଭିନ୍ନ ଜିଲାରୁ ୩୦ ମହିଳା ଓ ୪୦ ପୁରୁଷ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ। ପ୍ରତିଯୋଗିତା ଶେଷରେ ଅଲିମ୍ପିକ୍ସ ଆସୋସିଏଶନ ସମ୍ମିଳନୀ କକ୍ଷରେ କୃତୀ ପ୍ରତିଯୋଗୀଙ୍କୁ ପ୍ରମାଣପତ୍ର ଏବଂ ଟ୍ରଫି ପ୍ରଦାନ କରାଯାଇଥିଲା। ଓଡ଼ିଶା ଆଥଲେଟିକ୍ସ ଆସୋସିଏଶନ ସଭାପତି ଜି. ଶ୍ରୀନିବାସ ପଟ୍ଟନାୟକ ମୁଖ୍ୟ ଅତିଥି ଏବଂ ଅଲିମ୍ପିଆନ ଅନୁରାଧା ବିଶ୍ୱାଳ ସମ୍ମାନିତ ଅତିଥିଭାବେ ଯୋଗ ଦେଇଥିଲେ। ବିପିନ ବିହାରୀ ମହାନ୍ତିଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ଉତ୍ସବରେ ପରିଚାଳନା କମିଟିର ବରିଷ୍ଠ ସଦସ୍ୟ ଚିତ୍ତରଞ୍ଜନ ମହାପାତ୍ର ଏବଂ ବୈଷୟିକ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ପ୍ରେମିକାଙ୍କୁ ଡାକ୍ତରଖାନାରେ ଛାଡି ପଳାଇଥିବା ପ୍ରେମିକ ଗିରଫ

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ ): ଅସୁସ୍ଥ ପ୍ରେମିକାଙ୍କୁ ଏମ୍‌କେସିଜି ମେଡିକାଲରେ ଛାଡି ପଳାଇଥିବା ଯୁବକ ବ୍ରହ୍ମପୁର ଶ୍ରୀରାମନଗର ୧୦ମ ଲାଇନର ତ୍ରିନାଥ ସାହୁ(୩୦)ଙ୍କୁ ବଡବଜାର ଥାନା ପୋଲିସ…

ମୁଜାଗଡ଼ ବିଦ୍ୟାଳୟରେ ଯୋଗ ଦିବସ

ଭଞ୍ଜନଗର,୨୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଖେଳ ପଡ଼ିଆରେ ରବିବାର ପଞ୍ଚାୟତସ୍ତରୀୟ ଜନ କଲ୍ୟାଣ ଶିବିର ସହ ଯୋଗ…

ଇରାନକୁ ପୁଣି ଆକ୍ରମଣ ଧମକ ଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୧।୬: ସୁଇଜରଲାଣ୍ଡରେ ଆମେରିକା ସହ ଶାନ୍ତି ଆଲୋଚନାରେ ଇସ୍ରାଏଲ୍‌ ଏବଂ ଲେବାନନ୍‌ର ଆତଙ୍କବାଦୀ ଗୋଷ୍ଠୀ ହେଜ୍‌ବୋଲ୍ଲା ମଧ୍ୟରେ ଚାଲିଥିବା ଯୁଦ୍ଧ ମୁଖ୍ୟ ପ୍ରସଙ୍ଗ ହେବ ବୋଲି ଇରାନ…

୨ ବର୍ଷ ହେଲା ଖଲାସିଙ୍କୁ ମିଳୁନି ଟଙ୍କା, ଆନ୍ଦୋଳନ ଚେତାବନୀ

ଝରିଗାଁ,୨୧ା୬(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ପ୍ରଶାସନ ପକ୍ଷରୁ ବିଭିନ୍ନ ଧାନ ମଣ୍ଡିରେ ଖାଲାସିମାନେ ଧାନ ଓଜନ କରିଥିବା ବେଳେ ଦୁଇବର୍ଷ ଧରି ଖଲାସିମାନଙ୍କ…

ତାମିଲନାଡୁ ଗ୍ୟାସ ଟ୍ରାଜେଡି: ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍‌ ହେବା ଯୋଗୁ ୭ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା…

ହଠାତ୍‌ ଢିଲା ହୋଇଗଲା ବସ୍‌ର ଷ୍ଟିଅରିଂ, ଡ୍ରାଇଭର ଏମିତି ଉପସ୍ଥିତି ବୁଦ୍ଧି ଖଟାଇବାରୁ…

ରିଆମାଳ,୨୧ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅନ୍ତର୍ଗତ ସୁରଙ୍ଗିପାଳ ନିକଟରେ ଆଜି ଶୁଭଲକ୍ଷ୍ମୀ ନାମକ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ରେଙ୍ଗାଲି ଡ୍ୟାମ୍‌…

ଧରାପଡ଼ିଲା ମଇଁଷି ବୋଝେଇ କଣ୍ଟେନର

କୋକସରା,୨୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡ଼ଙ୍ଗରିଗୁଡ଼ା ନିକଟରେ ରବିବାର ବେଆଇନ ଭାବେ ଚାଲାଣ ହେଉଥିବା ମଇଁଷି ବୋଝେଇ କଣ୍ଟେନରକୁ ପୋଲିସ ଜବତ କରିଛି।…

ନ୍ୟାଶନାଲ କିକ୍‌ ବକ୍ସିଂରେ ଗୋଲଡ଼ ମେଡାଲ ଜିତିବାକୁ ଲକ୍ଷ୍ୟ

ଗଞ୍ଜାମ,୨୧ା୬(ବିଦ୍ୟାଧର ସାହୁ): ୬ ବର୍ଷରୁ ୧୫ ବର୍ଷ ସବ ଜୁନିୟର ନ୍ୟାଶନାଲ କିକ୍‌ ବକ୍ସିଂ ଚମ୍ପିୟାନଶିପ୍‌ ପ୍ରତିଯୋଗିତାରେ ଗଞ୍ଜାମରେ ୫ ଜଣ ଅଂଶ ଗ୍ରହଣ କରିଛନ୍ତି। କୋଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri