Posted inଜାତୀୟ

ଭାଜପା ନେତାଙ୍କ ବିବାଦୀୟ ବୟାନ: କରୋନା ସଂକ୍ରମିତ ହୋଇ ମମତାଙ୍କୁ କରିବେ ଆଲିଙ୍ଗନ

କୋଲକାତା,୨୮ ।୯: ପଶ୍ଚିମବଙ୍ଗରେ ଆସନ୍ତା ବର୍ଷ ହେବାକୁ ଯାଉଛି ବିଧାନସଭା ନିର୍ବାଚନ । ହେଲେ ଏବେଠାରୁ ସେଠାରେ ବିଭିନ୍ନ ରାଜନୈତିକ ଦଳ ସଜବାଜ ହେବା ଦେଖାଗଲାଣି । ବିଶେଷ କରି ଭାରତୀୟ ଜନତା ପାର୍ଟି(ଭାଜପା) ଓ ତ୍ରୁଣମୂଳ କଂଗ୍ରେସ(ଟିଏମ୍‌ସି )ମଧ୍ୟରେ କଥା କଟାକଟି ଆରମ୍ଭ ହୋଇଯାଇଛି । ନିକଟରେ ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ନୂଆ ଟିମରେ ସାମିଲ ହୋଇଥିବା ତଥା ପଶ୍ଚିମବଙ୍ଗର ରାଷ୍ଟ୍ରୀୟ ସଚିବ ପଦ ଦିଆଯାଇଥିବା ଅନୁପମ ହାଜରା ନିକଟରେ ଏକ ବିବାଦୀୟ ବୟାନ ଦେଇ ଆସିଛନ୍ତି ଚର୍ଚ୍ଚାକୁ । ସେ କହିଛନ୍ତି ଯଦି ସେ କରୋନା ଭାଇରସ ଦ୍ୱାରା ସଂକ୍ରମିତ ହେବେ ତେବେ ସେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ନିଶ୍ଚୟ ଆଲିଙ୍ଗନ କରିବେ । ଏହାପରେ ଏଭଳି ବୟାନକୁ ନେଇ ସିଲିଗୁଡିରେ ଅନୁପମଙ୍କ ନାଁରେ ଏକ ଅଭିଯୋଗ କରାଯାଇଛି । ସୂଚନଯୋଗ୍ୟ, ରବିବାର ଦକ୍ଷିଣ ୨୪ ପ୍ରଗଣାରେ ଦଳୀୟ କର୍ମୀଙ୍କୁ ଉଦ୍‌ବୋଧନ ଦେବା ସମୟରେ ଅନୁପମ ଏଭଳି ବୟାନ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିଜ୍‌ କାମ ଶେଷ ନ କରି ବନ୍ଦ ପ୍ରସ୍ତାବ

ଯାଜପୁର,୧୮।୨(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଗ୍ରାମ୍ୟ ନିର୍ମାଣ ଡିଭିଜନ-୧  ଅଧୀନ ଜିଲାର ସୀମାନ୍ତବର୍ତ୍ତି ତଥା ସୁକିନ୍ଦା ଖଣି ଅଞ୍ଚଳରେ ଏଯାଏ ଗମନାଗମନ ପାଇଁ ଉପଯୁକ୍ତ ରାସ୍ତା ଓ ବ୍ରିଜ…

ଟେକ୍ସଟାଇଲ ପାର୍କ ଆଶାରେ ବଲାଙ୍ଗୀର

ବଲାଙ୍ଗୀର,୧୮ା୨(ବୀରେନ୍ଦ୍ର କୁମାର ଝାଙ୍କର): ଦାଦନପ୍ରବଣ ତଥା ଶିଳ୍ପବିହୀନ ବଲାଙ୍ଗୀର ଜିଲାରେ ଟେକ୍ସଟାଇଲ ପାର୍କ(କ୍ଲଷ୍ଟର) ପ୍ରତିଷ୍ଠା ଘୋଷଣାରେ ଅଟକିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ଓଡିଶା ଟେକ୍ସଟାଇଲ କନ୍‌କ୍ଲେଭ…

ଭରଣପୋଷଣ ଦୟା ନୁହେଁ, ସ୍ତ୍ରୀଙ୍କ ଅଧିକାର: ହାଇକୋର୍ଟଙ୍କ ଐତିହାସିକ ରାୟ

ନୂଆଦିଲ୍ଲୀ,୧୭।୨: ସ୍ତ୍ରୀଙ୍କୁ ଭରଣପୋଷଣ ଦେବା କୌଣସି ଦୟା କିମ୍ବା ଦାନ ନୁହେଁ, ବରଂ ଏହା ସେମାନଙ୍କର ଏକ ଆଇନଗତ ଅଧିକାର। ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri