Posted inଜାତୀୟ

ମମତାଙ୍କ ବିରୋଧରେ ଦିଲ୍ଲୀ ପୋଲିସରେ ଅଭିଯୋଗ

ନୂଆଦିଲ୍ଲୀ,୩୦ା୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବୁଧବାର ତୃଣମୂଳ ଛାତ୍ର ପରିଷଦର ଏକ କାର୍ଯ୍ୟକ୍ରମରେ ଭାଜପା ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚେତାବନୀ ଦେଇଥିଲେ। ଯଦି ପଶ୍ଚିମବଙ୍ଗରେ ନିଆଁ ଲାଗେ ତେବେ ଆସାମ, ବିହାର, ଝାଡ଼ଖଣ୍ଡ, ଓଡ଼ିଶା ଓ ଦିଲ୍ଲୀ ଜଳିବ ବୋଲି ମମତା କହିଥିଲେ। ଅରାଜକତା ସୃଷ୍ଟି ନିମନ୍ତେ ଉସୁକାଇବା ପାଇଁ ମମତା ଏଭଳି ଉତ୍ତେଜନାପୂର୍ଣ୍ଣ ବକ୍ତବ୍ୟ ଦେଇଥିବା ଅଭିଯୋଗ କରି ସୁପ୍ରିମକୋର୍ଟର ଆଇନଜୀବୀ ବିନୀତ ଜିନ୍ଦଲ ତାଙ୍କ ବିରୋଧରେ ଦିଲ୍ଲୀ ପୋଲିସରେ ଅଭିଯୋଗ କରିଛନ୍ତି। ମମତାଙ୍କ ମନ୍ତବ୍ୟ ଉତ୍ତେଜନାପୂର୍ଣ୍ଣ, ଆଞ୍ଚଳିକ ହିଂସା ଓ ଶତ୍ରୁତା ବଢ଼ାଇବା ପାଇଁ ଉଦ୍ଦିଷ୍ଟ ଏବଂ ଜାତୀୟ ସୌହାର୍ଦ୍ଦ୍ୟ ତଥା ଆଇନଶୃଙ୍ଖଳା ପ୍ରତି ବିପଦ ବୋଲି ଜିନ୍ଦଲ ଦର୍ଶାଇଛନ୍ତି। ଜଣେ ମୁଖ୍ୟମନ୍ତ୍ରୀ ଭାବେ ମମତାଙ୍କ ଏଭଳି ଶବ୍ଦର ଯଥେଷ୍ଟ ପ୍ରଭାବ ରହିଛି, ଯାହା ବିପଜ୍ଜନକ। ସେ ପଡୋଶୀ ରାଜ୍ୟ ସମେତ ଦିଲ୍ଲୀରେ ମଧ୍ୟ ନିଆଁ ଜଳିବ ବୋଲି କହିଥିବାରୁ ଏଠାର ବାସିନ୍ଦା ଭାବେ ପୋଲିସରେ ଅଭିଯୋଗ କରିଥିବା ଆଇନଜୀବୀ କହିଛନ୍ତି। ଟିଏମ୍‌ସି ନେତ୍ରୀଙ୍କ ବିରୋଧରେ ଭାରତୀୟ ନ୍ୟାୟ ସଂହିତାର ଦଫା ୧୫୨, ୧୯୨, ୧୯୬ ଏବଂ ୩୫୩ରେ ମାମଲା ଦାଏର ପାଇଁ ସେ ନିବେଦନ କରିଛନ୍ତି। ସୂଚନାଯୋଗ୍ୟ, ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ଘଟଣାରେ ମମତାଙ୍କ ଇସ୍ତଫା ଦାବି କରି ଛାତ୍ରୀଛାତ୍ର ରାଜ୍ୟ ସଚିବାଳୟ ଅଭିମୁଖେ ଶୋଭାଯାତ୍ରାରେ ବାହାରିଥିବାବେଳେ ପୋଲିସ ସେମାନଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିଲା। ପୋଲିସର ଲାଠିମାଡ଼ରେ ବହୁ ଛାତ୍ରୀଛାତ୍ର ଆହତ ହୋଇଥିଲେ। ଏହାର ପ୍ରତିବାଦରେ ବୁଧବାର ଭାଜପା ୧୨ ଘଣ୍ଟିଆ ବନ୍ଦ ପାଳନ କରିବାକୁ ମମତା ନିନ୍ଦା କରିଥିଲେ। ପଶ୍ଚିମବଙ୍ଗକୁ ବଦନାମ କରିବା ପାଇଁ ଭାଜପା ଏଭଳି କରୁଛି। ରାଜ୍ୟରେ ଅରାଜକତା ସୃଷ୍ଟି ନିମନ୍ତେ ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ଦଳକୁ ବ୍ୟବହାର କରୁଥିବା ମମତା ଅଭିଯୋଗ କରିବା ସହ ଉପରୋକ୍ତ ଚେତାବନୀ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?