ସୋସିଆଲ ମିଡିଆରେ ମୁଖ୍ୟମନ୍ତ୍ରୀଙ୍କୁ ଅଶାଳୀନ ମନ୍ତବ୍ୟ, ଥାନାରେ ଅଭିଯୋଗ

ହାଟଡିହୀ,୩୧।୭(ଶୁଭକାନ୍ତ ନାୟକ):ରାଜ୍ୟରେ ଭାଜପା ସରକାର ଥିବା ବେଳେ  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୋସିଆଲ ମିଡିଆରେ ଅଶାଳୀନ ମନ୍ତବ୍ୟ ନେଇ ଅସନ୍ତୋଷ ପ୍ରକାଶ ପାଇଛି । ଏପରି ଘଟଣାକୁ ନେଇ ବିଭିନ୍ନ ମହଲରେ ନିନ୍ଦା କରାଯାଇଥିବା ବେଳେ କାର୍ଯ୍ୟାନୁଷ୍ଠାନ ଦାବି ହୋଇଛି । ଅପର ପକ୍ଷେ ଏହି ଘଟଣା ପଛରେ ବିରୋଧୀଙ୍କ ହାତ ଥିବା ଆଲୋଚନାର ମୁଖ୍ୟ ପ୍ରସଙ୍ଗ ସାଜିଥିବା ବେଳେ ମୁଖ୍ୟମନ୍ତ୍ରୀଙ୍କୁ ନିଜ ଜିଲାରେ ବଦନାମ ଉଦ୍ୟମ କରାଯାଉଥିବା କୁହାଯାଉଛି। ଆନନ୍ଦପୁର ବିଧାନସଭା କ୍ଷେତ୍ରର ଭାଜପା କର୍ମୀ ଏବଂ ନେତାଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିବା ବେଳେ ସାଧାରଣ ଲୋକ ମଧ୍ୟ ଏପରି ଘଟଣାକୁ ନିନ୍ଦା କରିଛନ୍ତି।

ସୋସିଆଲ ମିଡିଆରେ ମୁଖ୍ୟମନ୍ତ୍ରୀଙ୍କ ପ୍ରତି ଅଶାଳୀନ ମନ୍ତବ୍ୟ ନେଇ ନେଇ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନାରେ ଅଭିଯୋଗ ହୋଇଛି । କଳିଙ୍ଗା ଗ୍ରାମର କହ୍ନେଇ ଚରଣ ଦାସ ଲିଖିତ ଅଭିଯୋଗ କରି କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି। ଅଭିଯୋଗ ଅନୁସାରେ କଳିଙ୍ଗା ପଞ୍ଚାୟତ ଇଚ୍ଛାପୁର ଗ୍ରାମର ସୁବାଷ ଦାସଙ୍କ ପୁଅ ସୁଶାନ୍ତ (୨୮ ବର୍ଷ) ନିଜ ଫେସ ବୁକ ଆଇଡି ‘ଦାସ କୁମାର ଦାସ ସୁଶାନ୍ତ’ ରେ ମୁଖ୍ୟମନ୍ତ୍ରୀ ମାଝୀଙ୍କ ପ୍ରତି ଅଶାଳୀନ ମନ୍ତବ୍ୟ ଲେଖି ଭିଡିଓ ପୋଷ୍ଟ କରିଛନ୍ତି । ଯାହାକି ଲଜ୍ୟା ଜନକ ହୋଇଥିବା ବେଳେ ମୁଖ୍ୟମନ୍ତ୍ରୀଙ୍କ ଭାବମୂର୍ତ୍ତିକୁ କ୍ଷୁର୍ଣ କରୁଛି ।ଏଥିସହ ଅଭିଯୋଗକାରୀ କହ୍ନେଇ ଫେସବୁକ ରେ ପୋଷ୍ଟ ହୋଇଥିବା ଭିଡିଓର ରେକର୍ଡ଼ିଂ ଥାନାଧିକାରୀଙ୍କୁ ପ୍ରଦାନ କରିଛନ୍ତି। ଥାନାଧିକାରୀ ଧର୍ମେନ୍ଦ୍ର ଶାନ୍ତି କହିଛନ୍ତି ଯେ, ଅଭିଯୋଗ ପାଇବା ପରେ ଘଟଣା ଦିଗରେ ଅନୁସନ୍ଧାନ ଚଳାଇଛୁ ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

CWG 2026: ଜୁଡୋରେ ଭାରତର ଐତିହାସିକ ସଫଳତା, ଅସ୍ମିତାଙ୍କ ପରେ ହର୍ଷ ସିଂହ ଜିତିଲେ ସ୍ୱର୍ଣ୍ଣ

ନୂଆଦିଲ୍ଲୀ,୩୧।୭: କମନୱେଲଥ୍ ଗେମ୍ସ ୨୦୨୬ରେ ଭାରତୀୟ କ୍ରୀଡ଼ା ଜଗତ ପାଇଁ ଆଜିର ଦିନଟି ଏକ ଐତିହାସିକ ଦିନ ହୋଇଛି। ଜୁଡୋରେ ଅସ୍ମିତା ଦେ ସ୍ୱର୍ଣ୍ଣ ପଦକ ଜିତିବାର…

ପିକ୍ଅପ  ଧକ୍କାରେ ସାଇକେଲ ଆରୋହୀ ମୃତ:  ମୃତଦେହ ଜବତ

ଦିଗପହଣ୍ଡି,୩୧|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗୋକର୍ଣ୍ଣପୁର ଗ୍ରାମ ଶିବାନନ୍ଦ ଆଶ୍ରମ ନିକଟରେ ଏକ ମହିନ୍ଦ୍ରା ପିକ୍ଅପ…

ସ୍ମାର୍ଟ ସ୍କୁଲରେ ତାଲା, ବାରଣ୍ଡାରେ ପାଠପଢ଼ା

ମୋହନା,୩୦।୭(ମନ୍ମଥ ମିଶ୍ର): ପୂର୍ବ ସରକାରଙ୍କ ୫-ଟି ଯୋଜନାରେ ରୂପାନ୍ତରିତ ସ୍ମାର୍ଟ ସ୍କୁଲ, କିନ୍ତୁ ସ୍ମାର୍ଟ ଶିକ୍ଷା କେବଳ ସରକାରୀ ଦସ୍ତାବିଜରେ ସୀମିତ ରହିଯାଇଛି। ଏଠାରେ ସ୍ମାର୍ଟ କ୍ଲାସରୁମରେ…

କଶ୍ମୀର କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ଦୁଇ ଅଣସ୍ଥାନୀୟ ବ୍ୟକ୍ତିଙ୍କୁ ଗୁଳିମାଡ଼, ଜଣଙ୍କ ମୃତ୍ୟୁ

ଶ୍ରୀନଗର,୩୧।୭: କଶ୍ମୀରର କୁଲଗାମ ଜିଲାରେ ଶୁକ୍ରବାର ଏକ ବଡ଼ଧରଣର ଆତଙ୍କବାଦୀ ଆକ୍ରମଣ ହୋଇଛି। ଆତଙ୍କବାଦୀମାନେ ଦୁଇଜଣ ଅଣ-ସ୍ଥାନୀୟ ବା ବାହାର ଶ୍ରମିକଙ୍କୁ ଟାର୍ଗେଟ କରି ଆଖିବୁଜା ଗୁଳିଚାଳନା…

ଶନିବାର ଭଦ୍ରକ ଜିଲାରେ ସମସ୍ତ ସ୍କୁଲ ଛୁଟି

ଭଦ୍ରକ, ୩୧।୭: ଜିଲାରେ ଦେଖାଦେଇଥିବା ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଶନିବାର ଭଦ୍ରକ ଜିଲାର ସମସ୍ତ ସ୍କୁଲ…

କାଲି ଘଣ୍ଟାରେ ୧୦ଟା ବାଜିବ ହେଲେ ସେ ଆଉ ସ୍କୁଲ ଯିବେନି: ଶିକ୍ଷକଙ୍କୁ ଝୁରୁଛି…

ହାଟଡିହୀ, ୩୧/୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଶାସଙ୍ଗ ପଞ୍ଚାୟତ ହାଇସ୍କୁଲର ଆଦର୍ଶ ଶିକ୍ଷକ ପଦ୍ମନାଭ ପଣ୍ଡାଙ୍କୁ ବିଦ୍ୟାଳୟ ପକ୍ଷରୁ ବିଦାୟ ସମ୍ବର୍ଦ୍ଧନା ଜ୍ଞାପନ…

ଭୁବନେଶ୍ୱର: ହାଇଟେକ୍ ଛକ ନିକଟ କୁଆଖାଇ ନଦୀକୁ ଡେଇଁଲେ ମହିଳା, ଉଦ୍ଧାର କାର୍ଯ୍ୟ ଜାରି

ଭୁବନେଶ୍ୱର, ୩୧ା୭: ରାଜଧାନୀ ଭୁବନେଶ୍ୱରର ହାଇଟେକ୍ ଛକ ନିକଟସ୍ଥ କୁଆଖାଇ ନଦୀକୁ ଜଣେ ମହିଳା ଡେଇଁ ପଡ଼ିଥିବା ଘଟଣା ସାମ୍ନାକୁ ଆସିଛି। ମହିଳାଜଣଙ୍କ ନଦୀକୁ ଡେଇଁବା ପରେ…

ବସ୍ତରେନ ମାଉଲିଙ୍କ ଆଷାଢ଼ କେନା ମଣ୍ଡେଇ ଯାତ୍ରା: କଣ୍ଟା ଦୋଳିରେ ଝୁଲିଲେ କାଲିସି, ହଜାର ହଜାର…

କୋକସରା, ୩୧।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ଗ୍ରାମର ଆରାଧ୍ୟ ଦେବୀ ମା’ ବସ୍ତରେନ ମାଉଲିଙ୍କ ବାର୍ଷିକ ଆଷାଢ଼ କେନା ମଣ୍ଡେଇ ଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri