ବଢିଲା କଙ୍ଗନାଙ୍କ ଅଡୁଆ: କୋର୍ଟରେ ମାମଲା

ପାଟନା,୧୮ ।୧୨: ବଲିଉଡ୍ ଅଭିନେତ୍ରୀ କଙ୍ଗନା ରାନାୱତ ଆଜିକାଲି ନିଜ ଫିଲ୍ମ ଅପେକ୍ଷା ରାଜନୈତିକ ବୟାନ ବାଜିକୁ ନେଇ ରହୁଛନ୍ତି ଚର୍ଚ୍ଚାରେ । ଏମିତି କେତେଥର ଦେଖାଗଲାଣି ସେ ନିଜ ବୟାନକୁ ନେଇ ଆସିଯାଉଛନ୍ତି ବିବାଦ ଘେରକୁ । ନିକଟରେ ବିହାର ଗୟା ଜିଲାରେ ରାଷ୍ଟ୍ରୀୟ ଲୋକ ସମତା ପାର୍ଟିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଉପେନ୍ଦ୍ର କୁଶାୱାହଙ୍କ ଉପରେ ଟିପ୍ପଣି ଦେଇ ଫସି ଯାଇଛନ୍ତି ଅଭିନେତ୍ରୀ । ଏହାକୁ ନେଇ କଙ୍ଗନାଙ୍କ ନାଁରେ ଗୟା ସିଭିଲ କୋର୍ଟରେ ମାମଲା ରୁଜୁ କରାଯାଇଛି । ସୂଚନାଯୋଗ୍ୟ, କଙ୍ଗନା ନିକଟରେ ଉପେନ୍ଦ କୁଶାସ୍ୱାହଙ୍କ ଉପରେ ଟିପ୍ପଣି ପରେ ଟିପ୍ପଣି ଦେଇ ଚାଲିଥିଲେ । ଏହା ଆପତ୍ତି ଜନକ ଓ ମାନ-ସମ୍ମାନ ହାନି ବୋଲି ଦର୍ଶାଇ କୋର୍ଟରେ ମାମଲା ରୁଜୁ କରାଯାଇଥିବା କହିଛନ୍ତି ଆଇନଜୀବୀ ଶମ୍ଭୁ ପ୍ରସାଦ । ସୂଚନା ଅନୁଯାୟୀ, କଙ୍ଗନା ଉପେନ୍ଦ୍ରଙ୍କ ନିର୍ବାଚନ ସଭାର ବ୍ୟଙ୍ଗ କରାଯାଇଥିବା ଏକ ଟୁଇଟ୍‌କୁ ରିଟୁଇଟ୍ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ସାମ୍ନାକୁ ଆସିଲା ବଡ଼ ଘୋଟାଲା, କମିଶନ୍‌ ନେଇ ୨୦୦ କୋଟିର ନକଲି ବିଲ୍‌ ପାସ୍‌

ନୂଆଦିଲ୍ଲୀ, ୨୬।୦୭: କରୋନା ସମୟରେ ୨୦୦ କୋଟି ଟଙ୍କାର ଏକ ବଡ ଦୁର୍ନୀତିର ଖୁଲାସା କରିଛି ଦୁର୍ନୀତି ନିବାରଣ ବ୍ୟୁରୋ ବା ଏସିବି । ଏହି...

ପ୍ରକାଶ ପାଇଲା ନିଟ୍‌ର ସଂଶୋଧିତ ତାଲିକା, ୬୭ରୁ ୧୭କୁ ଖସିଲେ ଟପ୍ପର

ନୂଆଦିଲ୍ଲୀ, ୨୬।୦୭: ଗତ କିଛିଦିନ ଧରି ବିବାଦରେ ରହିଥିବା ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି ବା ଏନ୍‌ଟିଏ ମେଡିକାଲ୍‌ ପ୍ରବେଶିକା ପରୀକ୍ଷା ନିଟ୍‌-ୟୁଜିର ଫାଇନାଲ୍‌ ରେଜଲ୍ଟ ପ୍ରକାଶ...

୯୯ରେ ସାପ କାମୁଡ଼େ, କଂଗ୍ରେସକୁ ଏମିତି କହିଦେଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ, ୨୬।୦୭: ବରିଷ୍ଠ ଜନତା ଦଳ ୟୁନାଇଟେଡ (ଜେଡିୟୁ) ନେତା ତଥା କେନ୍ଦ୍ର ମନ୍ତ୍ରୀ ରାଜୀବ ରଂଜନ (ଲଲନ ସିଂ) ଶୁକ୍ରବାର ଦିନ କଂଗ୍ରେସକୁ ଟାର୍ଗେଟ୍‌...

ମନୀଷ ସିସୋଦିଆଙ୍କୁ ପୁଣି କୋର୍ଟ ଝଟ୍‌କା, ବଢ଼ିଲା ନ୍ୟାୟିକ ହେପାଜତ ଅବଧି

ନୂଆଦିଲ୍ଲୀ, ୨୬।୦୭: ଦିଲ୍ଲୀ ମଦ ଦୁର୍ନୀତି ସହ ଜଡ଼ିତ ସିବିଆଇ ମାମଲାରେ ଆଜି ପୁଣିଥରେ କୋର୍ଟ ଶୁଣାଣି କରିଛନ୍ତି । ରାଉଜ ଆଭେନ୍ୟୁ କୋର୍ଟ ଦିଲ୍ଲୀର...

‘ଦିଲ୍ଲୀରୁ ଗୋଟିଚାଳନା ସରିଛି, ଉତ୍ତରପ୍ରଦେଶରେ କିଛି ବଡ଼ ହେବାକୁ ଯାଉଛି’

ନୂଆଦିଲ୍ଲୀ,୨୬।୭: ଆମ ଆଦମୀ ପାର୍ଟି(ଏଏପି)ର ଏମ୍‌ପି ସଞ୍ଜୟ ସିଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ନେଇ ଏକ ବଡ଼ ଦାବି କରିଛନ୍ତି। ସଞ୍ଜୟ ଶୁକ୍ରବାର କହିଛନ୍ତି...

ରାହୁଲ ଗାନ୍ଧୀଙ୍କ ନୂଆ ଠିକଣା: ବଙ୍ଗଳା ନମ୍ବର-୫, ସୁନ୍‌ହେରୀ ବାଗ୍‌ ରୋଡ…

ନୂଆଦିଲ୍ଲୀ,୨୬।୭: କଂଗ୍ରେସ ନେତା ଏବଂ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଠିକଣା ବଦଳିବାକୁ ଯାଉଛି। ସୁନ୍‌ହରୀ ବାଗ୍‌ ରୋଡ୍‌, ବଙ୍ଗଳା ନମ୍ବର-୫...

ଗୁଗୁଲ ସିଇଓ ସୁନ୍ଦର ପିଚାଇଙ୍କୁ ଭାରତରୁ ମିଳିଲା ବଡ଼ ଉପାଧି, କହିଲେ…

ନୂଆଦିଲ୍ଲୀ, ୨୬।୦୭: ଲୋକପ୍ରିୟ ସର୍ଚ୍ଚ ଇଞ୍ଜିନ୍‌ ଗୁଗୁଲର ସିଇଓ ସୁନ୍ଦର ପିଚାଇଙ୍କୁ ନିଜେ ପଢ଼ୁଥିବା ଅନୁଷ୍ଠାନରୁ ବଡ଼ ଉପାଧି ମିଳିଛି । ଆଇଆଇଟି ଖଡ଼ଗପୁରରୁ ସେ...

ଫାରାହ ଖାନ୍‌ଙ୍କ ଉପରେ ଭାଙ୍ଗିଲା ଦୁଃଖର ପାହାଡ଼, ମା’ ମେନକା ଇରାନିଙ୍କ ନିଧନ

ବମ୍ବେ: ମା’ଙ୍କୁ ହରାଇଛନ୍ତି କୋରିଓଗ୍ରାଫର-ନିର୍ଦ୍ଦେଶକ ଫାରାହ ଖାନ୍‌। ଶୁକ୍ରବାର ତାଙ୍କର ମା’ ମେନକା ଇରାନୀଙ୍କ ମୃତ୍ୟୁ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ହୋଇଥିଲା।...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri